ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଅଚଳ

ବଅଁରପାଳ,୧୨।୭(ଉପେନ୍ଦ୍ର ରାଉତ): ଅନୁଗୋଳ ଜିଲା ନାଲ୍‌କୋ ପକ୍ଷରୁ କୁଲାଡ଼ସ୍ଥିତ ଏଫ୍‌ସିଆଇ ଛକଠାରେ ନିର୍ମାଣ କରାଯାଇଥିବା ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଦୀର୍ଘଦିନ ହେଲା ଅଚଳ ହୋଇପଡିଛି। ଫଳରେ ବଜାରବାସୀ ଓ ଯାତ୍ରୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ପ୍ରକାଶ ଯେ, ଏଫ୍‌ସିଆଇ ଛକରେ ୫୦ରୁ ଅଧିକ ଦୋକାନ ଓ ଏକ ବସ୍‌ଷ୍ଟାଣ୍ଡ ରହିଛି। କୁଲାଡ଼, ଗିରଙ୍ଗ, ବଳରାମପ୍ରସାଦ, ଗାଢ଼ରଖାଇ, ନାଲ୍‌କୋ କଲୋନୀ ଆଦି ଅଞ୍ଚଳର ଲୋକେ ଏହି ବଜାର ଓ ବସ୍‌ଷ୍ଟାଣ୍ଡ ଉପରେ ନିର୍ଭର କରନ୍ତି। ଦୈନିକ ବହୁ ସଂଖ୍ୟକ ଯାତ୍ରୀ ଏଠାରୁ ଜିଲା ଓ ଜିଲା ବାହାର ବିଭିନ୍ନ ସ୍ଥାନକୁ ବସ୍‌ରେ ଯାଇଥାନ୍ତି। ଏହାକୁ ନଜରରେ ରଖି ୫ ବର୍ଷ ତଳେ ନାଲ୍‌କୋ ପକ୍ଷରୁ ଏଠାରେ ଏକ ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ସ୍ଥାପନ କରାଯାଇଥିଲା। ମାତ୍ର ରକ୍ଷଣାବେକ୍ଷଣ ଅଭାବରୁ ଏହି ପ୍ରକଳ୍ପ ଦୀର୍ଘଦିନ ହେଲା ଅଚଳ ହୋଇପଡିଛି। ଫଳରେ ଥଣ୍ଡା ପାଣି ଟୋପେ ଲୋକଙ୍କୁ ମିଳିପାରୁ ନାହିଁ। ନାଲ୍‌କୋ ପକ୍ଷରୁ ଏହାର ମରାମତି କରାଯାଉ ନ ଥିବାରୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏ ସମ୍ପର୍କରେ କୁଲାଡ଼ ସରପଞ୍ଚ ଉଷାରାଣୀ ସ୍ବାଇଁ କହିଛନ୍ତି, ଅଚଳ ପଡ଼ିଥିବା ପ୍ରକଳ୍ପ ବିଷୟରେ ନାଲ୍‌କୋ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ହେଲେ ଏଯାଏ କୌଣସି ପଦକ୍ଷେପ ନିଆଯାଇ ନାହିଁ। ଯୁବ ନେତା ପ୍ରଶାନ୍ତ ପାତ୍ର କହିଛନ୍ତି, ଅନେକ ଦିନ ହେଲା ଏହି ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଅଚଳ ପଡ଼ିଥିବାରୁ ବଜାରବାସୀ ହଇରାଣ ହେଉଛନ୍ତି। ନାଲ୍‌କୋ କର୍ତ୍ତୃପକ୍ଷ ଏଥିପ୍ରତି ତୁରନ୍ତ ଦୃଷ୍ଟି ଦେବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନେତା ବିଜୟଙ୍କ ଶୈଳୀରେ ନିର୍ମିତ ଗଣେଶ ମୂର୍ତ୍ତିକୁ ନେଇ ବିବାଦ; ଆୟୋଜକଙ୍କ ଗିରଫଦାରୀ ଦାବି କଲା ଭାଜପା

ଚେନ୍ନାଇ,୧୫।୯: ଗଣେଶ ଚତୁର୍ଥୀ ପୂର୍ବରୁ ତାମିଲନାଡୁରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଚେନ୍ନାଇର କୋରୁକ୍କୁପେଟ ଅଞ୍ଚଳରେ ସ୍ଥାପିତ ଭଗବାନ ଗଣେଶଙ୍କ ମୂର୍ତ୍ତିଗୁଡ଼ିକ ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା…

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

କଣ୍ଟେନରରେ ଚାଲାଣ ହେଉଥିଲା ୩୭ ମଇଁଷି, ମାଡ଼ି ବସିଲା ପୋଲିସ

ଛତ୍ରପୁର, ୧୫/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅଞ୍ଚଳ ଦେଇ ବେଆଇନ ଭାବେ ମଇଁଷି ଚାଲାଣ ହେଉଥିବା ବେଳେ ଚମାଖଣ୍ଡି ପୋଲିସ ଏକ କଣ୍ଟେନରକୁ ପିଛା…

ବିଶ୍ୱକର୍ମା ପୂଜାରୁ ଆରମ୍ଭ ହେବ ସିଂହ ସମେତ ଏହି ରାଶିଙ୍କ ପାଇଁ ଭଲ ଦିନ: ସୂର୍ଯ୍ୟଙ୍କ କୃପାରୁ ମିଳିବ ମନଚାହାଁ ସଫଳତା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନର ପ୍ରଭାବ ସମସ୍ତ ରାଶି ଉପରେ ଭିନ୍ନ ଭିନ୍ନ ଭାବେ ପଡ଼ିଥାଏ। ଆସନ୍ତା ୧୭ ସେପ୍ଟେମ୍ବର ୨୦୨୬ରେ ଗ୍ରହମାନଙ୍କ…

ବଲିଉଡ ପ୍ରେମରେ ମାଲେସିଆ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହାପାଇଁ ପୋଷ୍ଟ କଲେ ‘ଦିଲ ତୋ ପାଗଲ ହୈ’

ନୂଆଦିଲ୍ଲୀ/କୁଆଲଲମପୁର,୧୫।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହୋଇଛି, କିନ୍ତୁ ଏହା ଏବେ ମଧ୍ୟ ଆଲୋଚନାର ବିଷୟ ହୋଇ ରହିଛି। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ବ୍ରିକ୍ସ…

ଶୈଳଶ୍ରୀ ପ୍ୟାଲେସ୍‌ରେ ନୂଆଁଖାଇ ପାଳିଲେ ରାଜ ପରିବାର

ବଲାଙ୍ଗୀର, ୧୫/୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ଅବସରରେ ମଙ୍ଗଳବାର ବଲାଙ୍ଗୀର ଶୈଳଶ୍ରୀ ପ୍ୟାଲେସ୍‌ରେ ରାଜପରିବାରର ସଦସ୍ୟମାନେ ନୂଆଁଖାଇ ପାଳନ କରିଥିଲେ। ପ୍ୟାଲେସ୍‌ ପରିସରରେ ଥିବା…

୨୧ ସେପ୍ଟେମ୍ବର ପର୍ଯ୍ୟନ୍ତ ୩ ରାଶିଙ୍କ ଗୋଲ୍ଡେନ ସମୟ: ହାତକୁ ଆସିବ ପ୍ରବଳ ଟଙ୍କା, ମିଳିବ ମନପସନ୍ଦ ଚାକିରି!

ଭୁବନେଶ୍ୱର: ବର୍ତ୍ତମାନ ବୁଧ ନିଜ ରାଶି କନ୍ୟାରେ ଅବସ୍ଥାନ କରିବା ସହ ହସ୍ତ ନକ୍ଷତ୍ରରେ ଗୋଚର କରୁଛନ୍ତି। ନିଜ ରାଶିରେ ବୁଧଙ୍କ ଅବସ୍ଥିତି ତାଙ୍କୁ ଅଧିକ ପ୍ରଭାବଶାଳୀ…

ବଲାଙ୍ଗୀରରେ ନୂଆଁଖାଇ ଉତ୍ସାହ: ମା’ ପାଟଣେଶ୍ୱରୀ, ମା’ ସମଲେଶ୍ୱରୀଙ୍କଠାରେ ନବାନ୍ନ ଅର୍ପଣ

ବଲାଙ୍ଗୀର, ୧୫।୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ପାଇଁ ମଙ୍ଗଳବାର ବଲାଙ୍ଗୀର ଜିଲାର ପୁରପଲ୍ଲୀ ଉତ୍ସବମୁଖର ହୋଇଉଠିଛି। ଜିଲାର ବିଭିନ୍ନ ଗାଁ ଓ ସହରରେ ଉତ୍ସାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?