ସୁବଳୟାରେ କାର୍ଯ୍ୟକ୍ଷମ ହେଉନି ଥଣ୍ଡା ପାନୀୟ ଜଳ ପ୍ରକଳ୍ପ

ଅମରପାଲି,୨୭।୪(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ୫-ଟି ହାଇସ୍କୁଲ ସମ୍ମୁଖରେ ଥିବା ଥଣ୍ଡା ପାନୀୟ ଜଳ ପ୍ରକଳ୍ପ (ଅମୃତ ଧାରା) କାର୍ଯ୍ୟକ୍ଷମ ହୋଇ ପାରିନାହିଁ। ଫଳରେ ପଥିକ ଓ ସ୍ଥାନୀୟ ଲୋକେ ପାନୀୟ ଜଳ ପାଇଁ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବୀରମହାରାଜପୁର ପଞ୍ଚାୟତ ସମିତି ଆନୁକୂଲ୍ୟରେ ପ୍ରାୟ ବର୍ଷେ ପୂର୍ବେ ଏହି ପ୍ରକଳ୍ପ ନିର୍ମାଣ ହୋଇଥିଲା ା ଏଥିପାଇଁ ପ୍ରାୟ ୩ ଲକ୍ଷ ଟଙ୍କା ଅଟକଳ କରାଯାଇଥିଲା। କାର୍ଯ୍ୟାଦେଶ ପରେ କାମ ଆରମ୍ଭ ହୋଇଥିଲା। ପ୍ରକଳ୍ପ କାମ ସଂପୂର୍ଣ୍ଣ ପରେ ବୋରୱେଲ ଖୋଳାଯାଇ ମୋଟର ମଧ୍ୟ ଲଗାଯାଇଛି। ପ୍ରକଳ୍ପକୁ ବିଦ୍ୟୁତ ସଂଯୋଗ ମଧ୍ୟ କରାଯାଇଛି। ପ୍ରକଳ୍ପର ସବୁ କାମ ଶେଷ ହୋଇଥିଲେ ମଧ୍ୟ ପାଣି ବାହାରୁ ନ ଥିବାରୁ ଲୋକେ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି। ସଂପ୍ରତି ଗ୍ରୀଷ୍ଣ ପ୍ରବାହ ଯୋଗୁ ବିଭିନ୍ନ ସ୍ଥାନର ଜଳ ଯୋଗାଣ ପ୍ରକଳ୍ପ ଓ ଅନେକ ନଳକୂପ ଅଚଳ ହୋଇପଡିଛି। ଏହାସହିତ ବିଭିନ୍ନ ଜଳାଶୟଗୁଡିକ ଶୁଷ୍କ ହୋଇପଡିଛି। ଏଭଳି ପରିସ୍ଥିତିରେ ଉକ୍ତ ପ୍ରକଳ୍ପରୁ ଥଣ୍ଡା ପାଣି ଆସୁ ନ ଥିବାରୁ ଛାତ୍ରୀଛାତ୍ରମାନେ ସ୍କୁଲଠାରୁ ଦୂରରେ ଥିବା ନଳକୂପ ଉପରେ ନିର୍ଭର କରୁଛନ୍ତି। ମିଳିଥିବା ସୂଚନା ଅନୁସାରେ ପ୍ରକଳ୍ପର କାମ କରୁଥିବା ଠିକାଦାର କାମ ପରେ ଟଙ୍କା ପାଇ ନ ଥିବାରୁ ପ୍ରକଳ୍ପ ହସ୍ତାନ୍ତର କରୁ ନ ଥିବା ଜଣାପଡିଛି। ଏନେଇ ବିଭାଗୀୟ ଯନ୍ତ୍ରୀ ମଞ୍ଜୁଲତା ଗୌଡଙ୍କୁ ପଚାରିବାରୁ ଠିକାଦାର କାମ ସମ୍ପୂୂର୍ଣ୍ଣ କରି ନାହାନ୍ତି। କାମ ଶେଷ ହେବା ପରେ ଟଙ୍କା ପ୍ରଦାନ କରାଯିବ। ଛାତ୍ରୀଛାତ୍ର ଓ ସ୍ଥାନୀୟ ଲୋକଙ୍କ ସମସ୍ୟାକୁ ଦେଖି ଖୁବଶ୍ରୀଘ୍ର ପ୍ରକଳ୍ପ କାର୍ଯ୍ୟକ୍ଷମ କରାଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରମୁଖ ଦଳର ଟିକେଟ୍‌ ଘୋଷଣା ପରେ ଆତସବାଜିରେ କମ୍ପିଲା ନିରାକାରପୁର

ନିରାକାରପୁର,୨୭ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶନିବାର ଅପରାହ୍ନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପ୍ରଶାନ୍ତ କୁମାର ଜଗଦେବଙ୍କୁ ପ୍ରାର୍ଥୀ କରିଥିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

ତେଲକୋଇରୁ ଫକୀରମୋହନ, ଚମ୍ପୁଆରୁ ଲଢ଼ିବେ ମୁରଲୀ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ଘୋଷଣା ହୋଇ ପାରୁ ନ ଥିବା ଚମ୍ପୁଆ ଏବଂ ତେଲକୋଇ ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ଶନିବାର ତା’ର...

୩ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭ା୪: ଶନିବାର ବିଜେଡି ତା’ର ଆଉ ୩ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆରୁ ପ୍ରଦୀପ...

ଚାଲାଣ ସମୟରେ ଜବତ ହୋଇଥିବା ଗୋରୁମାନଙ୍କୁ ଅଭିଯୁକ୍ତ ମାଲିକଙ୍କୁ ହସ୍ତାନ୍ତର କରାଯାଇପାରିବ ନାହିଁ: ଓଡ଼ିଶା ହାଇକୋର୍ଟ

କଟକ,୨୭।୪: ନିର୍ଦୟ ଭାବେ ଚାଲାଣ ହେବା ସମୟରେ ଜବତ ହୋଇଥିବା ଗୋରୁ ମାନଙ୍କୁ ସେମାନଙ୍କର ମାଲିକଙ୍କୁ ହସ୍ତାନ୍ତର କରାଯିବ ନାହିଁ। ଗୋରୁ ମାନଙ୍କ ପ୍ରତି କରାଯାଉଥିବା...

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଏଠାରୁ ପ୍ରାର୍ଥୀ କଲା ଭାଜପା

ଖୋର୍ଦ୍ଧା,୨୭ା୪: ଶନିବାର ଭାଜପା ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଦେଇଛି ଭାଜପା। ତେଲକୋଇରୁ ଫକୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri