ସୁବଳୟାରେ କାର୍ଯ୍ୟକ୍ଷମ ହେଉନି ଥଣ୍ଡା ପାନୀୟ ଜଳ ପ୍ରକଳ୍ପ

ଅମରପାଲି,୨୭।୪(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ୫-ଟି ହାଇସ୍କୁଲ ସମ୍ମୁଖରେ ଥିବା ଥଣ୍ଡା ପାନୀୟ ଜଳ ପ୍ରକଳ୍ପ (ଅମୃତ ଧାରା) କାର୍ଯ୍ୟକ୍ଷମ ହୋଇ ପାରିନାହିଁ। ଫଳରେ ପଥିକ ଓ ସ୍ଥାନୀୟ ଲୋକେ ପାନୀୟ ଜଳ ପାଇଁ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବୀରମହାରାଜପୁର ପଞ୍ଚାୟତ ସମିତି ଆନୁକୂଲ୍ୟରେ ପ୍ରାୟ ବର୍ଷେ ପୂର୍ବେ ଏହି ପ୍ରକଳ୍ପ ନିର୍ମାଣ ହୋଇଥିଲା ା ଏଥିପାଇଁ ପ୍ରାୟ ୩ ଲକ୍ଷ ଟଙ୍କା ଅଟକଳ କରାଯାଇଥିଲା। କାର୍ଯ୍ୟାଦେଶ ପରେ କାମ ଆରମ୍ଭ ହୋଇଥିଲା। ପ୍ରକଳ୍ପ କାମ ସଂପୂର୍ଣ୍ଣ ପରେ ବୋରୱେଲ ଖୋଳାଯାଇ ମୋଟର ମଧ୍ୟ ଲଗାଯାଇଛି। ପ୍ରକଳ୍ପକୁ ବିଦ୍ୟୁତ ସଂଯୋଗ ମଧ୍ୟ କରାଯାଇଛି। ପ୍ରକଳ୍ପର ସବୁ କାମ ଶେଷ ହୋଇଥିଲେ ମଧ୍ୟ ପାଣି ବାହାରୁ ନ ଥିବାରୁ ଲୋକେ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି। ସଂପ୍ରତି ଗ୍ରୀଷ୍ଣ ପ୍ରବାହ ଯୋଗୁ ବିଭିନ୍ନ ସ୍ଥାନର ଜଳ ଯୋଗାଣ ପ୍ରକଳ୍ପ ଓ ଅନେକ ନଳକୂପ ଅଚଳ ହୋଇପଡିଛି। ଏହାସହିତ ବିଭିନ୍ନ ଜଳାଶୟଗୁଡିକ ଶୁଷ୍କ ହୋଇପଡିଛି। ଏଭଳି ପରିସ୍ଥିତିରେ ଉକ୍ତ ପ୍ରକଳ୍ପରୁ ଥଣ୍ଡା ପାଣି ଆସୁ ନ ଥିବାରୁ ଛାତ୍ରୀଛାତ୍ରମାନେ ସ୍କୁଲଠାରୁ ଦୂରରେ ଥିବା ନଳକୂପ ଉପରେ ନିର୍ଭର କରୁଛନ୍ତି। ମିଳିଥିବା ସୂଚନା ଅନୁସାରେ ପ୍ରକଳ୍ପର କାମ କରୁଥିବା ଠିକାଦାର କାମ ପରେ ଟଙ୍କା ପାଇ ନ ଥିବାରୁ ପ୍ରକଳ୍ପ ହସ୍ତାନ୍ତର କରୁ ନ ଥିବା ଜଣାପଡିଛି। ଏନେଇ ବିଭାଗୀୟ ଯନ୍ତ୍ରୀ ମଞ୍ଜୁଲତା ଗୌଡଙ୍କୁ ପଚାରିବାରୁ ଠିକାଦାର କାମ ସମ୍ପୂୂର୍ଣ୍ଣ କରି ନାହାନ୍ତି। କାମ ଶେଷ ହେବା ପରେ ଟଙ୍କା ପ୍ରଦାନ କରାଯିବ। ଛାତ୍ରୀଛାତ୍ର ଓ ସ୍ଥାନୀୟ ଲୋକଙ୍କ ସମସ୍ୟାକୁ ଦେଖି ଖୁବଶ୍ରୀଘ୍ର ପ୍ରକଳ୍ପ କାର୍ଯ୍ୟକ୍ଷମ କରାଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri