ଭଞ୍ଜନଗର ଅଞ୍ଚଳରେ ହାଡ଼ ଭଙ୍ଗା ଶୀତ: ଥଣ୍ଡାରେ ଚାଲିଗଲା ବୃଦ୍ଧଙ୍କ ଜୀବନ…

ଭଞ୍ଜନଗର,୧୦।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଜିଲୁଣ୍ଡିରେ ଅତ୍ୟଧିକ ଥଣ୍ଡା ଯୋଗୁ ଶୁକ୍ରବାର ରାତିରେ ଜଣେ ବୃଦ୍ଧ ମୃତ୍ୟୁବରଣ କରିଛନ୍ତି। ସେ ହେଲେ ଗାଙ୍ଗପୁର ଥାନା ଅନ୍ତର୍ଗତ ବେଣୀପଲ୍ଲୀର ବିଦ୍ୟାଧର ବିଶାଳ (୭୦)। ଭଞ୍ଜନଗର ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲ ପଠାଇ ଦେଇଛି।
ଘଟଣାରୁ ପ୍ରକାଶ ଯେ, ବିଦ୍ୟାଧରଙ୍କ ଦେହ କିଛି ଦିନ ଧରି ଖରାପ ଥିଲା। ତେଣୁ ସେ ଚିକିତ୍ସିତ ହେଉଥିଲେ। ଏଭଳି ପରିସ୍ଥିତିରେ ଶନିବାର ସକାଳେ ବିଦ୍ୟାଧରଙ୍କ ମୃତଦେହ ଜିଲୁଣ୍ଡିର ଏକ ବାଲିଗଦା ଉପରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ଏନେଇ ଗ୍ରାମବାସୀ ପୋଲିସକୁ ସୂଚନା ଦେଇଥିଲେ। ଏହାପରେ ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲକୁ ପଠାଇଥିଲା। ଏହାପରେ ତଦନ୍ତ କରି ବିଦ୍ୟାଧରଙ୍କ ଠିକଣା ସାରେ ପୋଲିସ ପାଇଥିଲା।

ତେବେ ବିଗତ କିଛି ଦିନ ଧରି ଭଞ୍ଜନଗର ଅଞ୍ଚଳରେ ପ୍ରବଳ ଥଣ୍ଡା ହେଉଛି। ଖୋଲା ଆକାଶ ତଳେ ରାତି ତମାମ ବିଦ୍ୟାଧର ଶୋଇ ରହିବା ଯୋଗୁ ସେ ମୃତ୍ୟୁବରଣ କରିଥିବା ଆଶଙ୍କା କରାଯାଉଛି । କିନ୍ତୁ ସେ ସେଠାକୁ କେଉଁ ପରିସ୍ଥିତିରେ ଗଲେ ତାହାର ସଠିକ କାରଣ ଜଣାପଡିନାହିଁ। ତଦନ୍ତ ପରେ ତାହା ଜଣାପଡ଼ିବ ବୋଲି ପୋଲିସ ସୂତ୍ରରୁ ପ୍ରକାଶ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଓକିଲ ସଂଘ ସଭାପତି ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ସାନଖେମୁଣ୍ଡିରେ ବନ ବିଭାଗ ପ୍ରକଳ୍ପରୁ ସାମଗ୍ରୀ ଚୋରି: ପାଣି ମୋଟର-ସୋଲାର ପ୍ୟାନେଲ ଜବତ, ଜେଲ୍‌ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ପଞ୍ଚାୟତ ଅନ୍ତର୍ଗତ ସଅଁଢେପ ଗ୍ରାମର ଏକ ବନ ବିଭାଗ ଜଳାଶୟ ପ୍ରକଳ୍ପରୁ ବିଭିନ୍ନ ସାମଗ୍ରୀ ଚୋରି…

ଭଞ୍ଜନଗରରେ ଖରିଫ୍ ଧାନକିଣା: ଅଗଷ୍ଟ ୩୧ ପର୍ଯ୍ୟନ୍ତ ଚାଲିବ ପଞ୍ଜୀକରଣ, ତାଲିମ୍ ଶିବିରରେ…

ଭଞ୍ଜନଗର,୧୨।୮(ବାବୁଲା ପ୍ରଧାନ)- ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଖରିଫ୍ ଧାନକିଣା ପାଇଁ ଚାଷୀ ପଞ୍ଜୀକରଣ ଉପରେ ଏକ ଉପଖଣ୍ଡସ୍ତରୀୟ…

ଆଉ ନାହାନ୍ତି ଖେଳ ଶିକ୍ଷକ ଲକ୍ଷ୍ମୀଧର, ହାଟଡିହୀରେ ଶୋକର ଛାୟା

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ହାଇସ୍କୁଲର ପୂର୍ବତନ ଖେଳ ଶିକ୍ଷକ ଲକ୍ଷ୍ମୀଧର ପହିଙ୍କର ୮୨ ବର୍ଷ ବୟସରେ ପରଲୋକ ଘଟିଛି। କିଛିଦିନ ହେବ ସେ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri