Posted inଜାତୀୟ

ଲା ନିନା ପ୍ରଭାବରୁ ଶୀତ ଲହରୀ, ବହୁ ଅଞ୍ଚଳରେ ତୁଷାରପାତ…

ନୂଆଦିଲ୍ଲୀ, ୨୧।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଉତ୍ତରଭାରତ ସମେତ ଦେଶର ବହୁ ଅଞ୍ଚଳରେ ତାପମାତ୍ରା ହଠାତ୍‌ କମିବା ସହିତ ଶୀତ ଲହରୀ ଆରମ୍ଭ ହୋଇଛି। ଜାତୀୟ ରାଜଧାନୀ ଦିଲ୍ଲୀର ସଫଦରଜଙ୍ଗରେ ମଙ୍ଗଳବାର ସକାଳ ୮ଟା ୩୦ରେ ସର୍ବନିମ୍ନ ତାପମାତ୍ରା ୪ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି। ପାଣିପାଗ ବିଶେଷଜ୍ଞମାନେ କହିଛନ୍ତି ଯେ ଦେଶର ବହୁ ଅଞ୍ଚଳରେ ତାପମାତ୍ରା ପୁଣି କମିବାର ସମ୍ଭାବନା ରହିଛି।

ଦେଶର ବହୁ ଅଞ୍ଚଳରେ ତୁଷାରପାତ ହେବାରେ ଲାଗିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ପ୍ରବଳ ଥଣ୍ଡା ଯୋଗୁ ଦେହ ଥରିବା ସହିତ ଦାନ୍ତରେ ଦାନ୍ତ ବାଜିବା ସ୍ଥିତି ସୃଷ୍ଟି ହୋଇଛି।

ବଡ଼ଦିନ ବେଳକୁ ତାପମାତ୍ରା ବଢ଼ିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରାଜସ୍ଥାନ, ପଞ୍ଜାବ, ହରିୟାଣା, ମଧ୍ୟପ୍ରଦେଶ, ବିହାରରେ ତାପମାତ୍ରା କ୍ରମଶଃ କମିବାରେ ଲାଗିଛି। ଏହା ସହିତ ଶୀଲହର ଯୋଗୁ ଜୀବନ ଯାତ୍ରା ଠପ୍‌ ହୋଇଯାଇଛି। ହିମାଚଳ ପ୍ରଦେଶ, ହରିୟାଣା, ଚଣ୍ଡିଗଡ଼ ଏବଂ ଦିଲ୍ଲୀ, ପଶ୍ଚିମ ଉତ୍ତରପ୍ରଦେଶର କେତେକ ସ୍ଥାନରେ ସାଧାରଣ ତାପମାତ୍ରା ମାଇନସ୍‌ ଡିଗ୍ରୀ ସେଲସିୟସରେ ପହଞ୍ଚିଛି।

ଶୀତ ଲହରୀ ସହିତ ଘନ କୁହୁଡ଼ି ଯୋଗୁ ସମସ୍ୟା ଉପୁଜିବାରେ ଲାଗିଛି। ଲା ନିନା ପ୍ରଭାବରୁ ଚଳିତ ବର୍ଷ ଭାରତରେ ଶୀତଦିନର ତାପମାତ୍ରାରେ ଏଭଳି ହ୍ରାସ ପରିଲକ୍ଷିତ ହୋଇଥିବା ବିଶେଷଜ୍ଞ ମତପୋଷଣ କରିଛନ୍ତି। ଦେଶର ବହୁ ଅଞ୍ଚଳରେ ତୁଷାରପାତ ହେବାରେ ଲାଗିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri