ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୪ଟି ଜିଲାରେ ଶୀତଲହରୀ ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ ଆଜି ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ସୂଚନା ଦିଆଯାଇଛି।

IMD ର ଆକଳନ ଅନୁଯାୟୀ, ଅନୁଗୁଳ, ଝାରସୁଗୁଡ଼ା, ଖୋର୍ଦ୍ଧା ଏବଂ ଜଗତସିଂହପୁର ଜିଲାରେ ଶୀତଲହରୀ ପରିସ୍ଥିତି ଲାଗିରହିବାର ସମ୍ଭାବନା ଅଛି। ଆଗାମୀ ଦୁଇ ଦିନ ମଧ୍ୟରେ ସୁନ୍ଦରଗଡ଼, କନ୍ଧମାଳ ଏବଂ କୋରାପୁଟ ଜିଲାରେ ଘନ କୁହୁଡ଼ି ଦେଖାଯିବାର ସମ୍ଭାବନା ଥିବାରୁ ଏହି ତିନୋଟି ଜିଲ୍ଲା ପାଇଁ IMD ପକ୍ଷରୁ ହଳଦିଆ ସତର୍କତା ଜାରି କରାଯାଇଛି। ସୁନ୍ଦରଗଡ଼, କନ୍ଧମାଳ, କୋରାପୁଟ, କଳାହାଣ୍ଡି, ସୋନପୁର, ଅନୁଗୁଳ ଏବଂ ବଲାଙ୍ଗୀର ଜିଲା ଗୁଡ଼ିକରେ ହାଲୁକା ଧରଣରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଯାଇପାରେ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ୱର ଏବଂ ଏହାର ଆଖପାଖ ଅଞ୍ଚଳରେ ଶୀତଲହରୀ ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି। ସହରର ସର୍ବାଧିକ ଏବଂ ସର୍ବନିମ୍ନ ତାପମାତ୍ରା ଯଥାକ୍ରମେ ୨୮°C ଏବଂ ୧୧°C ରହିବାର ଆକଳନ କରାଯାଇଛି।

ଡିସେମ୍ବର ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଜିଲାରେ ଶୁଖିଲା ପାଗ ରହିବାର ସମ୍ଭାବନା ଅଛି। ଆଗାମୀ ସାତ ଦିନ ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା (ରାତି ତାପମାତ୍ରା) ରେ କୌଣସି ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି IMD କହିଛି।

ଗତ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅନୁଗୁଳ ଏବଂ ଝାରସୁଗୁଡ଼ା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଶୀତଲହରୀ ପରିସ୍ଥିତି ଅନୁଭୂତ ହୋଇଥିଲା। ସେହିପରି, କନ୍ଧମାଳ, କୋରାପୁଟ ଏବଂ ସୁନ୍ଦରଗଡ଼ ଜିଲାର କେତେକ ସ୍ଥାନରେ ଘନ କୁହୁଡ଼ି ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରମିକ ଦିବସ ପାଳନ କଲେ ଟାଟା ପାୱାର ସେକ୍ସନ କର୍ମଚାରୀ, ସମାନ କାମକୁ ସମାନ ଦରମା ଦାବି କରି…

ଭଞ୍ଜନଗର,୧।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭେଜିପୁଟ ଟାଟା ପାୱାର ସେକ୍ସନ କର୍ମଚାରୀ ଶୁକ୍ରବାର ଶ୍ରମିକ ଦିବସ ପାଳନ କରିଛନ୍ତି। ଲାଇନମ୍ୟାନ ବିନୋଦ କୁମାର ସାହୁ, ରାଜା…

୭ ତାରିଖ ଯାଏ କାଳବୈଶାଖୀ, ଅଶାନ୍ତ ରହିବ ସମୁଦ୍ର

ଭୁବନେଶ୍ୱର,୧ା୫: ରାଜ୍ୟରେ ୭ ତାରିଖ ଯାଏ କାଳବୈଶାଖୀ ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ କରାଯାଇଛି। ଶନିବାର ୨୩ ଜିଲା ବିଜୁଳି,…

କାଳବୈଶାଖୀ ତାଣ୍ଡବରେ ଏକାଧିକ ଘର ଭାଙ୍ଗିଲା, ୩୬ ଘଣ୍ଟା ପରେ ବି ଅନ୍ଧାରରେ ସିମନବାଡ଼ି ଫିଡର

ଦାରିଙ୍ଗବାଡ଼ି,୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଫିଡରର ୮ ପଞ୍ଚାୟତ ଦୀର୍ଘ ୩୬ ଘଣ୍ଟା ବିତିଲା ଅନ୍ଧାରରେ ରହିଛନ୍ତି। ଗୁରୁବାର ସକାଳୁ ବିଦ୍ୟୁତ ଅଚଳ…

‘ପଣ୍ଡିତ ରଘୁନାଥ ମୁର୍ମୁଙ୍କ ବ୍ୟାକରଣ, ଧର୍ମଶାସ୍ତ୍ର ଶିକ୍ଷାଦାନ ଅତୁଳନୀୟ’

ମହାକାଳପଡ଼ା,୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଆଦିବାସୀ ଅଧ୍ୟୁଷିତ ଗାଁ ଲୁଣିମାଠିଆ ଆଦିବାସୀ ଖେଳପଡ଼ିଆଠାରେ ପଣ୍ତିତ ରଘୁନାଥ ମୁର୍ମୁଙ୍କ ୧୨୧ ବାର୍ଷିକ…

ପଶ୍ଚିମବଙ୍ଗ ନିର୍ବାଚନ ଡ୍ୟୁଟିବେଳେ ଓଡ଼ିଆ ଯବାନଙ୍କ ଜୀବନ ଗଲା, ଆଜି ଗାଁରେ ମରଶରୀର ପହଞ୍ଚିବା ପରେ…

ଆନନ୍ଦପୁର,୧ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ପୁଟୁଝରି ଗାଁର ବିଏସ୍‌ଏଫ୍‌ ଯବାନ ଅଜୟ କୁମାର ସୋରେନ (୩୭) ପଶ୍ଚିମବଙ୍ଗ ବାଙ୍କୁଡ଼ାରେ ନିର୍ବାଚନ ଡ୍ୟୁଟି…

ବଂଶଧାରା ଉପରମୁଣ୍ଡରେ ଆନିକଟ ପାଇଁ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କୁ ସ୍ମାରକପତ୍ର, ନିର୍ଭର ପ୍ରତିଶ୍ରୁତି ଦେଇ…

ଗୁଣପୁର,୧ା୫(ସୁଜାତା ପାଢ଼ୀ): ବଂଶଧାରା ନଦୀ ଉପରମୁଣ୍ଡରେ ଆନିକଟ ନିର୍ମାଣ ପାଇଁ ବଂଶଧାରା ଅବବାହିକା ସୁରକ୍ଷା ସମିତି ତରଫରୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ରାୟଗଡ଼ାଗସ୍ତରେ ଥିବା କେନ୍ଦ୍ର ଗ୍ରାମୀଣ ଉନ୍ନୟନ…

କାଳବୈଶାଖୀ ଆଣିଲା ଆଶ୍ୱସ୍ତି: ୪୦ ଡିଗ୍ରୀ ତଳେ ସବୁ ସହର

ଭୁବନେଶ୍ୱର,୧ା୫: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଥିବାରୁ ଲୋକେ ତାତିରୁ ଆଶ୍ୱସ୍ତି ପାଇଛନ୍ତି। ଶୁକ୍ରବାର ମଧ୍ୟାହ୍ନ ୨ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ଉପରେ ରାଜ୍ୟର କୌଣସି…

କାଳବୈଶାଖୀ ପ୍ରଭାବରେ ଭାଙ୍ଗିଲା ଘର କାନ୍ଥ, କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ଦାବି

କଲ୍ୟାଣସିଂହପୁର,୧ା୫(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ଜଗନ୍ନାଥ କଲୋନୀରେ ଗୁରୁବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଦେଖିବାକୁ ମିଳିଛି। ଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri