ବୃଦ୍ଧି ପାଉଛି ଶୀତ ପ୍ରକୋପ, ଏହି ଜିଲାରେ ଶନିବାର ସକାଳୁଆ ସ୍କୁଲ ହେବନି

ବ୍ରହ୍ମପୁର,୧୯ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଶିକ୍ଷାଧିକରୀଙ୍କ କାର୍ଯ୍ୟାଳୟର ଚିଠି ସଂଖ୍ୟା ୨୫୮୩୦ ଅନୁଯାୟୀ ଚଳିତ ସପ୍ତାହରୁ ଜିଲାର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକରେ ଶନିବାର ସକାଳୁଆ ବିଦ୍ୟାଳୟ ପରିବର୍ତ୍ତେ ପୂର୍ବାହ୍ନ ୧୦ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଶିକ୍ଷାଦାନ କରାଯିବ। ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଜିଲାରେ ଶୀତ ପ୍ରକୋପ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଜିଲା ଶିକ୍ଷାଧିକରୀ (ଡିଇଓ) ଅଜୟ କୁମାର ପାତ୍ର ଏଭଳି ପରିବର୍ତ୍ତନ ନିର୍ଦ୍ଦେଶ ଦେଇଛନ୍ତି। ଛାତ୍ର ଛାତ୍ରୀଙ୍କ ଶ୍ରେଣୀ ଶିକ୍ଷା ଦାନ ସମୟ ଓ ଉପସ୍ଥିତିକୁ ସୁନିଶ୍ଚିତ କରିବା ପାଇଁ ଜିଲ୍ଲା ଶିକ୍ଷା ପ୍ରଶାସନ ଏହି ଗୁରୁତ୍ତ୍ତ୍ୱପୂର୍ଣ୍ଣ ନିଷ୍ପତି ନେଇଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ ବୋଲି ଡିଇଓ ପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାହାଜଲଥା ସ୍କୁଲରେ ଯୋଗଦେଲେ ନୂଆ ଶିକ୍ଷକ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର, ଅଭିଭାବକ

ଅମରପାଲି,୫ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଉପାନ୍ତ ତଥା ଜଙ୍ଗଲଘେରା ସାହାଜଲଥା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ଲାଗି…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri