ବ୍ରହ୍ମପୁର,୧୯ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଶିକ୍ଷାଧିକରୀଙ୍କ କାର୍ଯ୍ୟାଳୟର ଚିଠି ସଂଖ୍ୟା ୨୫୮୩୦ ଅନୁଯାୟୀ ଚଳିତ ସପ୍ତାହରୁ ଜିଲାର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକରେ ଶନିବାର ସକାଳୁଆ ବିଦ୍ୟାଳୟ ପରିବର୍ତ୍ତେ ପୂର୍ବାହ୍ନ ୧୦ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଶିକ୍ଷାଦାନ କରାଯିବ। ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଜିଲାରେ ଶୀତ ପ୍ରକୋପ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଜିଲା ଶିକ୍ଷାଧିକରୀ (ଡିଇଓ) ଅଜୟ କୁମାର ପାତ୍ର ଏଭଳି ପରିବର୍ତ୍ତନ ନିର୍ଦ୍ଦେଶ ଦେଇଛନ୍ତି। ଛାତ୍ର ଛାତ୍ରୀଙ୍କ ଶ୍ରେଣୀ ଶିକ୍ଷା ଦାନ ସମୟ ଓ ଉପସ୍ଥିତିକୁ ସୁନିଶ୍ଚିତ କରିବା ପାଇଁ ଜିଲ୍ଲା ଶିକ୍ଷା ପ୍ରଶାସନ ଏହି ଗୁରୁତ୍ତ୍ତ୍ୱପୂର୍ଣ୍ଣ ନିଷ୍ପତି ନେଇଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ ବୋଲି ଡିଇଓ ପାତ୍ର ସୂଚନା ଦେଇଛନ୍ତି।