ଦାରିଙ୍ଗବାଡ଼ିରେ ପୁଣି ଶୀତର ପ୍ରକୋପ: ନିଆଁ ଲଗାଇ ବସୁଛନ୍ତି ଲୋକେ 

ଦାରିଙ୍ଗବାଡ଼ି,୨୦।୩(ଅରୁଣ ସାହୁ): ଓଡ଼ିଶାର କଶ୍ମୀର  କୁହାଯାଉଥିବା ଦାରିଙ୍ଗବାଡ଼ି ଅଞ୍ଚଳରେ ପୁଣି ଶୀତର ପ୍ରକୋପ ଦେଖିବାକୁ ମିଳିଛି। ଗତ ୩ ଦିନ ହେଲା ଅଞ୍ଚଳରେ ପାଗ କୋହଲା  ରହୁଛି। ବର୍ଷା ଯୋଗୁ ଶୀତର ପ୍ରକୋପ ବୃଦ୍ଧି ପାଇ ହଠାତ ତାପମାତ୍ରା ହ୍ରାସ ଘଟି ଦିନ ଓ ରାତିରେ ପ୍ରବଳ ଜାଡ଼ ହେଉଛି ।
ବୁଧବାର ସର୍ବନିମ୍ନ ତାପମାତ୍ରା ୧୨. ୫ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସର୍ବାଧିକ  ବର୍ଷା ୬୬ ମି.ମି ରେକର୍ଡ କରାଯାଇଛି ବୋଲି  ବିଡିଓ ଗଦାଧର ପାତ୍ର କହିଛନ୍ତି।  ବିଭିନ୍ନ ଦୁର୍ଗମ ଅଞ୍ଚଳ ସମେତ ପ୍ରମୁଖ ବଜାର ମଧ୍ୟରେ ଦାରିଙ୍ଗବାଡି, ବ୍ରାହ୍ମଣୀଗାଁ, ସିମନବାଡି ଓ ବୁଡ଼ାଗୁଡା  ଜନଶୂନ୍ୟ ହୋଇପଡିଛି। କାମ ନ ଥିଲେ ଲୋକେ ଘରୁ ବାହାରୁନାହାନ୍ତି । ବର୍ଷା ଯୋଗୁ ଚାଷୀକୂଳ ମଧ୍ୟରେ ଖୁସିରଲହରୀ ଦେଖାଯାଇଛି । ହଳଦୀ ଚାଷୀଙ୍କ ପାଇଁ ବର୍ଷା ଖୁସି ଆଣିଥିବା ବେଳେ ପନିପରିବା, ଆମ୍ବ, ଲିଚୁ ଚାଷୀଙ୍କ ମଧ୍ୟରେ ଖୁସି ଦେଖାଯାଇଛି । ମାଟିଟାଣ ଯୋଗୁ ହଳଦୀ ଖୋଳିବା କଷ୍ଟ ହେଉଥିଲା, ଏବେ ବର୍ଷା ଯୋଗୁ ମାଟି ନରମିଛି ଫଳରେ ହଳଦୀ ଖୋଳି ଅମଳ କରିବା ସହଜ ବୋଲି ଚାଷୀମାନେ କହିଛନ୍ତି। ଅଞ୍ଚଳରେ ଘଡଘଡି ସହ ବର୍ଷା ଲାଗିରହିଛି ଶୀତରୁ ରକ୍ଷା ପାଇବା ପାଇଁ ସ୍ଥାନେସ୍ଥାନେ ଲୋକେ ନିଆଁ ଲଗାଇ ବସୁଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?