ଥଣ୍ଡା ପବନ, ବଢ଼ିବ ଶୀତ

ଭୁବନେଶ୍ୱର,୧୧।୧୨(ଅନୁରାଧା ମହାରଣା): ରାଜ୍ୟରେ ଆସନ୍ତା ସପ୍ତାହ ସାରା ପାଗ ଶୁଖିଲା ରହିବା ସହ ଆକାଶ ମେଘମୁକ୍ତ ରହିବ। ଉତ୍ତର-ପଶ୍ଚିମ ପଟୁ ଥଣ୍ଡା ପବନ ବହିବା ପ୍ରଭାବରେ ରାତି ତାପମାତ୍ରା ହ୍ରାସ ପାଇବ। ଫଳରେ ଶୀତ ବଢ଼ିବ। ବିଶେଷକରି ଉପକୂଳରେ ତାପମାତ୍ରା ସ୍ବାଭାବିକ ରହିବା ସହ ପାହାଡ଼ ଓ ସମତଳ ଅଞ୍ଚଳରେ ୧୦ ଡିଗ୍ରୀ ତଳକୁ ଆସିବ। ପରବର୍ତ୍ତୀ ୫ ଦିନ ମଧ୍ୟରେ କୋରାପୁଟ, ସୁନ୍ଦରଗଡ଼, କନ୍ଧମାଳ, କଳାହାଣ୍ଡି, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର, ବରଗଡ଼, ସୋନପୁର, ବଲାଙ୍ଗୀର, ବୌଦ୍ଧ, ଅନୁଗୋଳ ଆଦି ଜିଲାରେ ରାତି ତାପମାତ୍ରା ୧୦ରୁ ୧୨ ଡିଗ୍ରୀ ମଧ୍ୟରେ କିମ୍ବା ୧୦ ଡିଗ୍ରୀଠାରୁ କମ୍‌ ରହିବ। ତେବେ ୧୧ ତାରିଖ ସୁଦ୍ଧା ରାତି ତାପମାତ୍ରା ୧୦ ଡିଗ୍ରୀ ତଳକୁ ରହିବ। ୧୨ ତାରିଖ ବେଳକୁ ଅଧିକାଂଶ ସ୍ଥାନରେ ତାପମାତ୍ରା ୧୧ରୁ ୧୨ ଡିଗ୍ରୀ ଏବଂ ୧୪ ତାରିଖ ବେଳକୁ ଉତ୍ତର ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ଆଭ୍ୟନ୍ତରୀଣ ଜିଲାରେ ପାରଦ ୧୦ ଡିଗ୍ରୀଠାରୁ କମ୍‌ ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।
ଗତ ୨୪ ଘଣ୍ଟାରେ ରାଜ୍ୟରେ ଉତ୍ତରା ପବନ ସକ୍ରିୟ ରହିଥିଲା। ଫଳରେ ୧୦ ସ୍ଥାନରେ ରାତି ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଥିବାବେଳେ ୧୦.୬ ଡିଗ୍ରୀ ସହ କୋରାପୁଟର ସେମିଳିଗୁଡ଼ା ରାଜ୍ୟର ସବୁଠାରୁ ଥଣ୍ଡା ସହର ପାଲଟିଥିଲା। ଏହା ବ୍ୟତୀତ ସୁନ୍ଦରଗଡ଼ କିରେଇରେ ପାରଦ ୧୧ ଡିଗ୍ରୀ, କୋରାପୁଟରେ ୧୧.୩, କେନ୍ଦୁଝର ୧୧.୫, କନ୍ଧମାଳ ଜି ଉଦୟଗିରି ୧୧.୬, ଦାରିଙ୍ଗବାଡ଼ି ୧୨.୫, ଝାରସୁଗୁଡ଼ା ୧୩.୨, ସୁନ୍ଦରଗଡ଼ ରାଉରକେଲାରେ ୧୩.୩, କନ୍ଧମାଳର ଫୁଲବାଣୀରେ ୧୪ ଓ ସୁନ୍ଦରଗଡ଼ ରାତି ତାପମାତ୍ରା ୧୫ ଡିଗ୍ରୀ ରହିଥିଲା। ତେବେ ରାଉରକେଲା ଓ କୋରାପୁଟ ଜିଲାରେ କୁହୁଡ଼ି ନଜରକୁ ଆସିଥିଲା। ୨ଦିନ ଏବେ ରାଜ୍ୟରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ତଳକୁ ଖସିବ। ଏହାପରେ ରାଜ୍ୟ ପାଣିପାଗ ପରିବର୍ତ୍ତନର କୌଣସି ବିଶେଷ ସମ୍ଭାବନା ନ ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri