କୋଭିଡ୍‌ରେ କୋଲିନ ପଓ୍ବେଲଙ୍କ ପରଲୋକ

ଓ୍ବାଶିଂଟନ, ୧୯।୧୦: ଆମେରିକାର ପ୍ରଥମ କୃଷ୍ଣକାୟ ପରରାଷ୍ଟ୍ର ସଚିବ କୋଲିନ ପଓ୍ବେଲଙ୍କର ସୋମବାର କୋଭିଡ୍‌ରେ ପରଲୋକ ହୋଇଯାଇଛି। ତାଙ୍କୁ ୮୪ ବର୍ଷ ହୋଇଥିଲା। ସେ ପୂର୍ବତନ ରାଷ୍ଟ୍ରପତି ଜର୍ଜ ଡବ୍ଲ୍ୟୁ. ବୁଶ୍‌ଙ୍କ ପ୍ରଶାସନରେ ୨୦୦୧ ଜାନୁୟାରୀରୁ ୨୦୦୫ ଜାନୁୟାରୀ ପର୍ଯ୍ୟନ୍ତ ପରରାଷ୍ଟ୍ର ସଚିବ ଭାବେ କାର୍ଯ୍ୟ କରିଥିଲେ। ଏହି ଅବସରପ୍ରାପ୍ତ ୪-ଷ୍ଟାର ଜେନେରାଲ କୋଭିଡ୍‌ ଟିକାର ସମ୍ପୂର୍ଣ୍ଣ ଡୋଜ୍‌ ନେଇଥିଲେ ବୋଲି ତାଙ୍କ ପରିବାର ପକ୍ଷରୁ କୁହାଯାଇଛି।
୧୯୯୧ ଉପସାଗରୀୟ ଯୁଦ୍ଧ ବିଜୟରେ ପ୍ରମୁଖ ଭୂମିକା ନିର୍ବାହ କରିଥିବା ପଓ୍ବେଲଙ୍କ ଲୋକପ୍ରିୟତା ଓ ସମ୍ମାନ ଏତେ ବଢ଼ିଯାଇଥିଲା ଯେ, ଆମେରିକାର ପ୍ରଥମ କୃଷ୍ଣକାୟ ରାଷ୍ଟ୍ରପତି ହେବା ଲାଗି ତାଙ୍କୁ ପ୍ରାର୍ଥୀ କରାଗଲେ ସର୍ବାଧିକ ସମର୍ଥନ ମିଳିବା ନେଇ ବିଚାର କରାଯାଉଥିଲା। ତେବେ ସେ ରାଷ୍ଟ୍ରପତି ନିର୍ବାଚନ ଦୌଡ଼ରେ ସାମିଲ ନ ହେବା ଲାଗି ନିଷ୍ପତ୍ତି ନେଇଥିଲେ। ପରେ ସେ ବାରାକ୍‌ ଓବାମାଙ୍କୁ ସମର୍ଥନ ଜଣାଇଥିଲେ। ପଓ୍ବେଲଙ୍କ ମାତାପିତା ଜାମାଇକାରୁ ଆସି ଆମେରିକାରେ ରହୁଥିଲେ। ପଓ୍ବେଲ ୧୯୩୭ ଏପ୍ରିଲରେ ନ୍ୟୁୟର୍କ ନିକଟବର୍ତ୍ତୀ ହାରଲେମରେ ଜନ୍ମଗ୍ରହଣ କରିଥିଲେ। ଭିଏଟ୍‌ନାମ ଯୁଦ୍ଧ ପରେ ତତ୍କାଳୀନ ରାଷ୍ଟ୍ରପତି ରୋନାଲ୍ଡ ରେଗାନଙ୍କ ସମୟରେ ସେ ଆମେରିକାର ପ୍ରଥମ କୃଷ୍ଣକାୟ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ହୋଇଥିଲେ। ପୂର୍ବତନ ରାଷ୍ଟ୍ରପତି ଜର୍ଜ ଏଚ୍‌.ଡବ୍ଲ୍ୟୁ. ବୁଶ୍‌ଙ୍କ ସମୟରେ ସେ ଜଏଣ୍ଟ ଚିଫ୍‌ ଅଫ୍‌ ଷ୍ଟାଫ୍‌ର ପ୍ରଥମ ଆଫ୍ରିକୀୟ-ଆମେରିକୀୟ ଅଧ୍ୟକ୍ଷ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri