ଧସିଲା ଆପ୍ରୋଚ୍‌ ରୋଡ୍‌, ଯାତାୟାତ ବନ୍ଦ

ବରୀ,୨୮ା୫(ଡି.ଏନ୍‌.ଏ.): ଦୁଧେଇ ନଦୀ ଉପରେ ଥିବା ଯାଜପୁର ଜିଲା ବରୀ ବ୍ଲକ ଅଧୀନ ଡିହସାହି ସେତୁର ଆପ୍ରୋଚ ରୋଡ୍‌ ବାତ୍ୟା ୟାସ୍‌ ପ୍ରଭାବରେ ଧସିପଡ଼ିଛି। ଫଳରେ ଉକ୍ତ ପୋଲ ଦେଇ ଯାତାୟାତ ଠପ୍‌ ହୋଇଛି। ଏହି ଆପ୍ରୋଚ ରୋଡ୍‌ ଗତ ବର୍ଷ ଡିସେମ୍ବରରେ ନିର୍ମାଣ ହୋଇଥିଲା। ହେଲେ କାର୍ଯ୍ୟ ଅତ୍ୟନ୍ତ ନିମ୍ନମାନର ହୋଇଥିଲା। ଫଳରେ ସାମାନ୍ୟ ବର୍ଷା ହେଲେ ଏହା ଧସିପଡ଼ିବ ବୋଲି ଗ୍ରାମବାସୀ ଅଭିଯୋଗ କରିଥିଲେ। ଏ ସମ୍ପର୍କିତ ଏକ ଖବର ଧରିତ୍ରୀରେ ପ୍ରକାଶିିତ ହୋଇଥିଲା। ଏହାପରେ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀ ଓ କନିଷ୍ଠ ଯନ୍ତ୍ରୀ ଘଟଣାସ୍ଥଳ ପରିଦର୍ଶନ କରି ନୂତନ ବ୍ୟୟ ଅଟକଳ କରାଯାଇ ଶୀଘ୍ର ଆପ୍ରୋଚ ରୋଡ ନିର୍ମାଣ କରାଯିବ ବୋଲି ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ହେଲେ ବ୍ୟୟ ଅଟକଳ ବୃଦ୍ଧି କରାଯାଇ ନ ଥିଲା। ତେଣୁ ପୂର୍ବ ଅନୁଦାନ ଅନୁସାରେ ଠିକାଦାର କାର୍ଯ୍ୟ ଶେଷ କରିଥିଲେ। ମାତ୍ର ବର୍ଷା ଲାଗି ରହିବାରୁ ସେତୁର ଡାହାଣପଟ ଧସିଯିବା ସହ ବାମ ପାର୍ଶ୍ୱରେ ପ୍ୟାକିଂ ହୋଇଥିବା ପଥରଗୁଡ଼ିକ ଖସିପଡ଼ିଛି। ଗ୍ରାମର ୨୦୦ରୁ ଊର୍ଦ୍ଧ୍ୱ ପରିବାର ଯାତାୟାତ ପାଇଁ ଏହି ସେତୁ ଉପରେ ନିର୍ଭର କରିଥାନ୍ତି। ତେବେ ବର୍ଷା ଯୋଗୁ ନଦୀର ଜଳସ୍ତର ବୃଦ୍ଧି ପାଇବା ଓ ଆପ୍ରୋଚ ରୋଡ ଧସିଯିବା ଫଳରେ ଲୋକେ ଚିନ୍ତାରେ ପଡ଼ିଛନ୍ତି। ଗର୍ଭବତୀ ଓ ଗୁରୁତର ରୋଗୀଙ୍କୁ କିପରି ହସ୍ପିଟାଲ ନିଆଯିବ, ତାହାକୁ ନେଇ ଚିନ୍ତା ବଢ଼ିଛି। ରାସ୍ତାର ଅବସ୍ଥା ଏପରି ହୋଇଛି ଯେ, ଆମ୍ବୁଲାନ୍ସଟିଏ ଯାଇପାରିବ ନାହିଁ। ତେଣୁ ବିଭାଗୀୟ କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେଇ ରାସ୍ତା ମରାମତି କରିବାକୁ ଦାବି ହୋଇଛି। ଏ ସମ୍ପର୍କରେ ପ୍ରତିକ୍ରିୟା ଲାଗି ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀ ଓ କନିଷ୍ଠ ଯନ୍ତ୍ରୀଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେମାନଙ୍କ ପ୍ରତିକ୍ରିୟା ମିଳି ପାରିନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri