ଭୁଶୁଡ଼ିଲା ପଥରଗଡ଼ ଡ୍ୟାମ୍‌ ହୁଡ଼ା: ୧ଶହ ଏକର ଚାଷ ଜମି ବାଲିଚର

ଲୋଇସିଂହା,୩0୦।୭(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ରେକର୍ଡ ପରିମାଣର ବର୍ଷା ହୋଇଛି। ବୁଧବାର ଦିନକ ଭିତରେ ୨୬୪ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ଜିଲାରେ ସର୍ବାଧିକ ବର୍ଷା ବୋଲି ଜଣାପଡିଛି। ଲଗାଣ ବର୍ଷା ଯୋଗୁ ବ୍ଲକ ଦେଇ ଯାଇଥିବା ଅଙ୍ଗନଦୀର ଜଳସ୍ତର ଦ୍ରୁତ ଗତିରେ ବଢି ଚାଲିଛି। ନଦୀରେ ପାଣି ଫୁଲି ଉଠିବା ସହ ବ୍ଲକର ୨ଟି ପ୍ରମୁଖ ରାସ୍ତା ସାଲେଭଟା- ଆଗଲପୁର ରାସ୍ତାର ଡୁଡୁକା ନିକଟସ୍ଥ ଚୂର୍ଣ୍ଣିମୁହାଣ ପୋଲ ଏବଂ ସାଲେଭଟା-କୁଟାସିଂହା ରାସ୍ତାର ରେଲୱେ ଭୂତଳ ପୋଲରେ ୫ ଫୁଟରୁ ଉଚ୍ଚରେ ପାଣି ପ୍ରବାହିତ ହେଉଛି ା ଫଳରେ ଏହି ଉଭୟ ରାସ୍ତା ଦେଇ ଯାତାୟତ ସମ୍ପୂର୍ଣ୍ଣ ବନ୍ଦ ହୋଇ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡିଛି ା ପଥରଗଡ ଅଞ୍ଚଳର ପାଣି ଅତ୍ୟଧିକ ମାତ୍ରାରେ ପ୍ରବେଶ ଯୋଗୁ ବ୍ଲକ ଅଧୀନ ନଅଗାଁ(ଖ) ଗ୍ରାମର ନୀଲି ପୋଖରୀର ତଳି ଅଞ୍ଚଳର ହୁଡାରେ ପ୍ରାୟ ୩୦ ମିଟର ଘାଇ ହୋଇଛି। ପୋଖରୀ ତଳି ଅଞ୍ଚଳରେ ଥିବା ଚାଷ ଜମି କ୍ଷତିଗ୍ରସ୍ତ ହୋଇଥିବା ଅଭିଯୋଗ ହୋଇଛି ା ସେହିପରି ନଅଗଁା(ଖ) ଗ୍ରାମର ନୀଲି ପୋଖରୀ ରାସ୍ତାରେ ପାଠାଗାର ପଛପଟେ ନିର୍ମାଣ ହୋଇଥିବା ଗାର୍ଡୱାଲ ନିିମ୍ନମାନର କାମ ଯୋଗୁ ଭୁଶୁଡିଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି ା ବୁର୍ଡା-ନଅଗାଁ(ଖ), ରୁଗୁଡିଖାଲ ନଅଗାଁ(ଖ) ରାସ୍ତାର ଅନେକ ସ୍ଥାନରେ ରାସ୍ତା ଧୋଇ ହୋଇ ଯାତ୍ରୀଙ୍କ ପାଇଁ ବିପଦ ସୃଷ୍ଟି କରିଛି। ଆଗଲପୁର ଓ ଲୋଇସିଂହା ବ୍ଲକ ସୀମାନ୍ତରେ ଥିବା ପଥରଗଡ ଡ୍ୟାମ୍‌ (ଏମଆଇପି ପ୍ରକଳ୍ପ), ଲୋଇସିଂହା ବ୍ଲକ ଦୁମଦୁମି ସୀମାନ୍ତରେ ଥିବା ଜଳ ନିଷ୍କାସନ ପଥ ଭୁଶୁଡି ପଡିଛି। ଫଳସ୍ବରୂପ ଡ୍ୟାମର ପାଣି ମାଡିଯିବାରୁ ଲୋଇସିଂହା ବ୍ଲକ ଦୁମଦୁମି ଗ୍ରାମର ପ୍ରାୟ ୧ଶହ ଏକର ଚାଷ ଜମି ବାଲିଚର ହୋଇ ଖରିଫ ଫସଲ ନଷ୍ଟ ହୋଇଥିବା ଜଣାପଡିଛି। ଜିଲା ବନ୍ୟାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଉକ୍ତ ଡ୍ୟାମକୁ ଚଳିତବର୍ଷ ଇକୋ ଟୁରିଜିମର ମାନ୍ୟତା ଦେଇ ପ୍ରାୟ ୧ କୋଟି ଟଙ୍କାର ସୌନ୍ଦର୍ଯ୍ୟକରଣ କାମ ହାତକୁ ନିଆଯାଇଛି। ଅନ୍ୟପଟେ ଡ୍ୟାମର ଜଳ ସରଂକ୍ଷଣ ପ୍ରତି ହୁଗୁଲା ବ୍ୟବସ୍ଥା ଜିଲା ପ୍ରଶାସନର ଦୂରଦୃଷ୍ଟିକୁ ପଦାରେ ପକାଇ ଦେଇଥିବା ସାଧାରଣରେ ଆଲୋଚନା ହେଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?