ଭାଙ୍ଗିଲା ନିର୍ମାଣାଧୀନ ତୋରଣ

ଭୁବନେଶ୍ୱର,୩୦।୯ (ବ୍ୟୁରୋ): ଭୁବନେଶ୍ୱର ବଡ଼ଗଡ଼ ଥାନା ଅନ୍ତର୍ଗତ ଟଙ୍କପାଣିରୋଡ୍‌ସ୍ଥିତ ବ୍ରହ୍ମେଶ୍ୱର ଦୁର୍ଗାପୂଜା କମିଟି ପକ୍ଷରୁ ନିର୍ମାଣ କରାଯାଉଥିବା ଲାଇଟ୍‌ ତୋରଣ ଗୁରୁବାର ହୋଇଥିବା ବର୍ଷା ଓ ପବନରେ ଭାଙ୍ଗି ପଡିଛି। ଏଥିରେ କେହି ଆହତ ହୋଇ ନ ଥିଲେ ମଧ୍ୟ ଘଣ୍ଟାଏରୁ ଊର୍ଦ୍ଧ୍ୱ ସମୟ ଧରି ଗାଡିମୋଟର ଓ ଲୋକଙ୍କ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଗୁରୁବାର ଅପରାହ୍ନ ପ୍ରାୟ ୧ଟାଏ ୩୦ରେ ପ୍ରବଳ ବର୍ଷା ସାଙ୍ଗକୁ ପବନ ହୋଇଥିଲା। ଫଳରେ ବାଉଁଶରେ ପ୍ରସ୍ତୁତ ହୋଇଥିବା ତୋରଣଟି ଭାଙ୍ଗି ପଡ଼ି ରାସ୍ତାରେ ପଡ଼ି ରହିଥିଲା। ଖବର ପାଇ ସ୍ଥାନୀୟ ପୋଲିସ ଓ ଓଡ୍ରାଫ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ରାସ୍ତାରେ ପଡ଼ିଥିବା ଉକ୍ତ ବାଉଁଶ, ଲାଇଟ୍‌ ଆଦିକୁ ହଟାଇଥିଲେ। ଏଥିରେ କମିଟିର ସଦସ୍ୟମାନେ ମଧ୍ୟ ସହଯୋଗ କରିଥିଲେ। ଏହାପରେ ରାସ୍ତାରେ ଚଳାଚଳ ସ୍ବାଭାବିକ ହୋଇଥିଲା। ତେବେ ତୋରଣଟି ପଡ଼ିବା ସମୟରେ ଏହା ନିକଟରେ କୌଣସି ଲୋକ ନ ଥିବାରୁ ଏକ ବଡ଼ ବିପଦ ଟଳିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ବିମାନ ଯାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ଦେଇଥିଲେ ନୀରଜା

ନୂଆଦିଲ୍ଲୀ,୩।୧୦: ବର୍ତ୍ତମାନ ସମଗ୍ର ବିଶ୍ୱରେ ଫ୍ଲାଏଦୁବାଇ ବିମାନ ଅପହରଣ ଘଟଣାର ହିରୋ ସ୍ମିତ୍‌ ମଚ୍ଛାରଙ୍କୁ ତାଙ୍କ ଅପୂର୍ବ ସାହସିକତା ପାଇଁ ପ୍ରଶଂସା କରାଯାଉଛି। ତେବେ ଏହି ଘଟଣା,…

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?