ସରକାରୀ ନିୟମ ଅନୁଯାୟୀ ଧାନ ସଂଗ୍ରହ କରନ୍ତୁ, ନହେଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪।୧୧: ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ସ୍ଥିତ ସମବାୟ ଭବନ ପରିସରରେ ୭୧ ତମ ନିଖିଳ ଭାରତ ସମବାୟ ସପ୍ତାହ ପାଳନର ଉଦ୍‌ଘାଟନ କରିଛନ୍ତି। ସୂଚନାଯୋଗ୍ୟ ଯେ ନଭେମ୍ବର ୧୪ରୁ ୨୦ ତାରିଖ ପର୍ଯ୍ୟନ୍ତ ଏହି ସମବାୟ ସପ୍ତାହ ପାଳନ କରାଯାଉଛି।

ଏହି ଅବସରରେ ଉପସ୍ଥିତ ବିଭିନ୍ନ ସମବାୟ ୟୁନିୟନର ସଦସ୍ୟ, ସମବାୟବିତ୍ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାର ୨୬୦୦ରୁ ଅଧିକ ପ୍ରାଥମିକ ସମବାୟ ସଂସ୍ଥା ସରକାର ଓ ଚାଷୀଙ୍କ ମଧ୍ୟରେ ସେତୁ ସଦୃଶ କାମ କରୁଛନ୍ତି। ଫସଲ ୠଣ, ଫସଲ ବୀମା, ସାର, ବିହନ, କୀଟନାଶକ ଇତ୍ୟାଦି ସେମାନଙ୍କ ମାଧ୍ୟମରେ ଚାଷୀଙ୍କ ପାଖକୁ ଯାଇଥାଏ। ତେଣୁ ଏହି ସବୁ ସଂସ୍ଥା ଗୁଡିକୁ ସଶକ୍ତ କରିବାର ଆବଶ୍ୟକତା ରହିଛି। ଏହି ସବୁ ଅନୁଷ୍ଠାନ ଗୁଡିକ ହେଉଛି ସମାଜର ତଳ ସ୍ତରରେ ରହିଥିବା ଗରିବ ଓ ନିଷ୍ପେଷିତଙ୍କ ଆଶା ଓ ଭରସା। ଆଜି ଓଡିଶାର ପ୍ରାୟ ୫୦ଲକ୍ଷରୁ ଉର୍ଦ୍ଧ୍ବ ଚାଷୀ ପରିବାର ସମବାୟ ଆନ୍ଦୋଳନ ସହ ଅଙ୍ଗାଙ୍ଗୀଭାବେ ଜଡିତ। ସେମାନ ସମସ୍ତେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ଏହି ଅନୁଷ୍ଠାନମାନଙ୍କ ଉପରେ ନିର୍ଭରଶୀଳ। ମୁଖ୍ୟତଃ ଚାଷୀ, କାରିଗର, ହସ୍ତଶିଳ୍ପୀ, ବୁଣାକାର, ମତ୍ସ୍ୟଜୀବୀ, ଦୁଗ୍ଧ ଉତ୍ପାଦକ ପ୍ରଭୃତି ପ୍ରାଥମିକ ଅର୍ଥନୀତି ସହ ଜଡିତ ସମସ୍ତ ନାଗରିକ ଏହି ସମବାୟ ଆନ୍ଦୋଳନରେ ସାମିଲ ଅଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମବାୟ ଅନୁଷ୍ଠାନର ସୁଦୂର ପ୍ରସାରୀ ଭୂମିକାକୁ ଉପଲବ୍ଧ କରି ଉତ୍କଳ ଗୌରବ ମଧୁସୂଦନ ଦାସ ପ୍ରଥମେ ଆମ ଓଡିଶାରେ ସମବାୟର ମୂଳଦୁଆ ପକାଇଥିଲେ। ୧୮୯୮ ମସିହାରେ କଟକ ଠାରେ ଏକ ସମବାୟ ଷ୍ଟୋର ପ୍ରତିଷ୍ଠା ହୋଇଥିଲା ଏବଂ ପରେ ୧୯୦୪ ମସିହାରେ ସମବାୟ ଅନୁଷ୍ଠାନ ପ୍ରତିଷ୍ଠା ପାଇଁ ପ୍ରଥମ ଆଇନ୍‌ ପ୍ରଣୟନ ହେଲା। କଟକ ଜିଲା ବାଙ୍କୀରେ ସମବାୟ ଅନୁଷ୍ଠାନର ବିଧିବଦ୍ଧ ଭାବେ ଗଠନ ଆରମ୍ଭ ହୋଇଥିଲା।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଆଉ ସପ୍ତାହେ ପରେ ଧାନ କିଣା କାର୍ଯ୍ୟକ୍ରମ ଆରମ୍ଭ ହେବ। ଏହାର ସମ୍ପୂର୍ଣ୍ଣ ଦାୟିତ୍ବ ସମବାୟ ବିଭାଗ ଉପରେ ନ୍ୟସ୍ତ। ଚଳିତ ବର୍ଷ ବିଭାଗ ଅଧୀନରେ ଥିବା ପ୍ରାଥମିକ କୃଷି ସମବାୟ ସମିତି (PACS) ଏବଂ ବୃହତ୍ତ ଆଦିବାସୀ ବହୁମୁଖୀ ସମବାୟ ସମିତି(LAMPCS) ଗୁଡିକ ରାଜ୍ୟରେ ୪୦୦୦ରୁ ଉର୍ଦ୍ଧ୍ବ ଧାନ ସଂଗ୍ରହ କେନ୍ଦ୍ର ପରିଚାଳନା କରିବେ। ଚାଷୀମାନେ ଯେପରି ସ୍ବଚ୍ଛ, ସରଳ ଏବଂ ପାରଦର୍ଶୀ ପ୍ରକ୍ରିୟାରେ ସେମାନଙ୍କର ଧାନ ବିନା କଟନୀ ଛଟନୀରେ ସରକାରଙ୍କୁ ବିକ୍ରୟ କରିପାରିବେ ଏବଂ ସେମାନଙ୍କ ପ୍ରାପ୍ୟ ୪୮ ଘଣ୍ଟା ମଧ୍ୟରେ ଯେପରି ସେମାନେ ପାଇବେ ସେଥି ପ୍ରତି ଯତ୍ନର ସହ ନିୟମ ମାନି କାର୍ଯ୍ୟ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ ନଚେତ୍ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଥିଲେ। ଓଡିଶାରେ ମୋଟ୍ ଫସଲ ୠଣର ୬୦ ପ୍ରତିଶତରୁ ଅଧିକ ସମବାୟ ବ୍ୟାଙ୍କ ମାଧ୍ୟମରେ ପ୍ରଦାନ କରାଯାଇଥାଏ। ପୂର୍ବରୁ ଅଭିଯୋଗ ରହିଛି ଯେ ପ୍ରାଥମିକ ସମବାୟ ସଂସ୍ଥା ଗୁଡିକ ଚାଷୀଙ୍କ ୠଣକୁ Ever Greening କରାଇଥାନ୍ତି। ଏହାକୁ ବନ୍ଦ କରିବାକୁ ହେଲେ ସମିତି ଗୁଡିକର ଖାତାପତ୍ର ଏବଂ ଆକାଉଣ୍ଟ୍‌ସକୁ ଅପଟୁଡେଟ୍‌ କରିବାକୁ ପଡିବ। ସେଥିପ୍ରତି ନିବନ୍ଧକ ମାନେ ଦୃଷ୍ଟି ଦେବା ସହିତ ସମସ୍ତ ପ୍ରକ୍ରିୟାକୁ କମ୍ପ୍ୟୁଟରୀକରଣ କରିବା ପାଇଁ ସେ ପରାମର୍ଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ ଏହି ଅବସରରେ ସମବାୟ ଭବନ ପରିସରରେ ସମବାୟ ପତାକା ଉତ୍ତୋଳନ କରିଥିଲେ ଏବଂ ମାର୍ଗଦର୍ଶିକା ପୁସ୍ତିକା ଉନ୍ମୋଚନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?