ରବିଧାନ ସଂଗ୍ରହ ଠିକ୍‌ ଭାବେ କର

ବରଗଡ଼ ଅଫିସ୍‌,୧।୫: ବରଗଡ଼ ଜିଲାରେ ଆସନ୍ତା ମେ’ ୬ରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାର ଅତାବିରା ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ଅଧୀନ ମଣ୍ଡିଗୁଡ଼ିକରୁ ପ୍ରଥମେ ଏହା ଚାଲିବ। ତେବେ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବା ପୂର୍ବରୁ ରବିବାର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ସଚିବ ବୀର ବିକ୍ରମ ଯାଦବ ବରଗଡ଼ ଜିଲା ଗସ୍ତରେ ଆସିଥିଲେ। ଜିଲାପାଳ ମୋନିଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟା ଯେଭଳି ସୁବିଧାରେ ହୋଇପାରିବ, ସେ ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ। ବୈଠକ ଆରମ୍ଭରୁ ଜିଲାପାଳ ବାନାର୍ଜୀ ରବିଧାନ ସଂଗ୍ରହ ପ୍ରକ୍ରିୟାରେ ହୋଇଥିବା ପ୍ରସ୍ତୁତି ସମ୍ପର୍କରେ ସମ୍ୟକ୍‌ ସୂଚନା ପ୍ରଦାନ କରିଥିଲେ। ଧାନ ସଂଗ୍ରହ ପ୍ରକ୍ରିୟାରେ ୬୨ ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ) ଏବଂ ୩୨ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ଅଂଶଗ୍ରହଣ କରିବେ ବୋଲି ସେ ସୂଚନା ଦେଇଥିଲେ। ସେହିପରି ଧାନବିକ୍ରି ପାଇଁ ଜିଲାର ୮୧ହଜାର ୭୦୦ଚାଷୀ ପଞ୍ଜୀକରଣ କରିଥିବା ଜିଲାପାଳ କହିଥିଲେ।
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ସଚିବ ଯାଦବ ମୁଖ୍ୟତଃ ୪ଟି ଦିଗ ଉପରେ ଧ୍ୟାନ ଦେବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ପ୍ରଥମେ ସମସ୍ତ ଚାଷୀମାନଙ୍କ ତାଲିକା ଚୂଡ଼ାନ୍ତ କରିବା ପାଇଁ ଠିକ୍‌ ତଦାରଖ କରି ମେ ୨ତାରିଖ ଭିତରେ ତାହା ଶେଷ କରିବାକୁ ସେ ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଦାଶରଥି ସୋରେନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଗୋଦାମ ଗୃହ ଖାଲି କରିବା ସହ ମିଲର୍ସମାନଙ୍କ ତାଲିକା ପ୍ରସ୍ତୁତ କରି ଟାର୍ଗେଟ୍‌ ବଣ୍ଟନ ପାଇଁ ଯାଦବ ନିର୍ଦ୍ଦେଶ ଦେଇଥିଲେ। ବରଗଡ଼ ଉପଜିଲାପାଳ ତଥା ଅତାବିରା ନିୟନ୍ତ୍ରିତ ବଜାର କମିଟି ଅଧ୍ୟକ୍ଷ ଲଲାଟ କୁମାର ଲୁହା, ଅତିରିକ୍ତ ଜିଲାପାଳ ତଥା ବରଗଡ଼ ନିୟନ୍ତ୍ରିତ ବଜାର କମିଟି ଅଧ୍ୟକ୍ଷ ମିର୍ଦ୍ଧା ଟପ୍ପୋ, ପଦ୍ମପୁର ଉପଜିଲାପାଳ ସଦାକର କୁମ୍ଭାରଙ୍କୁ ପ୍ରତ୍ୟେକ ମଣ୍ଡି ଗସ୍ତ କରି ଆନୁଷଙ୍ଗିକ ବ୍ୟବସ୍ଥାର ତଦାରଖ ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ। ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ଆବଶ୍ୟକ ତାରପୋଲିନ ପ୍ରତ୍ୟେକ ମଣ୍ଡି ତଥା ପ୍ୟାକ୍ସରେ ଗଚ୍ଛିତ ରଖିବା ତଥା ଚାଷୀଙ୍କ ଧାନ ଯେଭଳି ନଷ୍ଟ ନ ହେବ, ସେଥିପ୍ରତି ଯତ୍ନବାନ ହେବା ପାଇଁ ମଧ୍ୟ ଯାଦବ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ରବିଧାନ ସଂଗ୍ରହ ପ୍ରକ୍ରିୟାରେ ଟୋକନ ଅବଧି ଏକମାସ ରହିଥିବାବେଳେ ଚାଷୀମାନେ ସେହି ଅବଧି ମଧ୍ୟରେ ଯେଭଳି ଧାନ ବିକ୍ରି କରିବେ, ସେଥିପ୍ରତି ସେ ଗୁରୁତ୍ୱାରୋପ କରିଥିଲେ। ଛତିଶଗଡ଼ରେ ରବିଧାନ ସଂଗ୍ରହ ପ୍ରକ୍ରିୟା ବ୍ୟବସ୍ଥା ନ ଥିବାବେଳେ ପଦ୍ମପୁର, ଅମ୍ବାଭୋନା ସୀମାନ୍ତ ଅଞ୍ଚଳ ଦେଇ ଛତିଶଗଡ଼ ଧାନ ଯେଭଳି ଓଡ଼ିଶାକୁ ପ୍ରବେଶ ନ କରେ ଏବଂ ଏଠାକୁ ବେଆଇନ ଭାବେ କେହି ଆଣିଲେ ଗାଡ଼ି ଜବତ କରିବା ପାଇଁ ଯାଦବ ବରଗଡ଼ ଓ ପଦ୍ମପୁର ଉପଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଆଦିତ୍ୟ ଗୋୟଲ, ଯୋଗାଣ ବିଭାଗ ପରିଚାଳନା ନିର୍ଦ୍ଦେଶକ ଶୁଭମ ସକ୍‌ସେନା ଏବଂ ଅନ୍ୟ ବିଭାଗୀୟ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି…

ହୋଇପାରେ ଭୟଙ୍କର ଯୁଦ୍ଧ! ଇରାନ ବିରୁଦ୍ଧରେ ଯୁଦ୍ଧ କରିବାକୁ ପ୍ରସ୍ତୁତ ହେଉଛି ଆମେରିକା

ନୂଆଦିଲ୍ଲୀ,୨୯।୩:  ଇରାନ ସହିତ ମାସେ ଧରି ଚାଲିଥିବା ସଂଘର୍ଷର କୌଣସି ଠୋସ୍ ଫଳାଫଳ ମିଳି ନଥିବା ଲକ୍ଷ୍ୟ କରି, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ନୂତନ ପ୍ରସ୍ତୁତି…

ଦୋକାନ-ରାଜପଥ ବନ୍ଦ, ବିବାହ ଉପରେ ପ୍ରତିବନ୍ଧକ… ଲାଗିଲା ‘ସ୍ମାର୍ଟ ଲକଡାଉନ’, କେମିତି ହେବ ଲାଗୁ ଜାଣନ୍ତୁ

ଇସଲାମାବାଦ,୨୯।୩: ଇରାନ ସହିତ ସଂଘର୍ଷ ପରେ, ଏକ ବିଶ୍ୱ ତୈଳ ସଙ୍କଟ ଦେଖାଦେଇଛି। ଏହି ତୈଳ ସଙ୍କଟ ଯୋଗୁ, ପାକିସ୍ତାନର ଆର୍ଥିକ ସ୍ଥିତି ବହୁତ ଖରାପ ହୋଇଛି।…

ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୯।୩: ଭାରତର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ପୁଣିଥରେ ତାଙ୍କ ବ୍ୟାଟ ସହିତ ଧମାଲ କରିଛନ୍ତି। IPL 2026 ର ଉଦଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri