ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି ନୋଟ୍‌ଭର୍ତ୍ତି ୩୦ରୁ ଅଧିକ ବସ୍ତା। ବସ୍ତାଗୁଡ଼ିକରେ ୧୦, ୨୦ ଓ ୫୦ ଟଙ୍କିଆ ହଜାର ହଜାର ନୋଟ୍ ଥିବା ଜଣାପଡ଼ିଛି । ଟଙ୍କା ଏତେ ଅଧିକ ଥିଲା ଯେ ଗଣିବା ପାଇଁ ମେସିନ୍ ମଗାଇବାକୁ ପଡ଼ିଥିଲା।

ଘଟଣାଟି କର୍ନାଟକ ମାଣ୍ଡ୍ୟା ଜିଲା ଗୁଥାଲୁ ଅଞ୍ଚଳର। ସେଠାରେ ହୁର ଉନ୍ନିସା ନାମକ ଜଣେ ବୃଦ୍ଧା ତାଙ୍କ ଭଉଣୀଙ୍କ ସହ ରହୁଥିଲେ। ଉଭୟ ଭଉଣୀ ବିବାହ କରିନଥିଲେ ଏବଂ ଭିକ୍ଷା ମାଗି ଜୀବନ ଚଳାଉଥିଲେ। ପ୍ରାୟ ଦୁଇ ବର୍ଷ ପୂର୍ବେ ଉନ୍ନିସାଙ୍କ ଭଉଣୀଙ୍କ ମୃତ୍ୟୁ ହୋଇଥିଲା। ଏହାପରେ ସେ ଏକାକୀ ରହୁଥିଲେ। ଦୀର୍ଘଦିନ ଧରି ଅସୁସ୍ଥ ଥିବା ଉନ୍ନିସାଙ୍କର ରବିବାର ମୃତ୍ୟୁ ହୋଇଥିଲା। ତାଙ୍କ ମୃତ୍ୟୁ ପରେ ସ୍ଥାନୀୟ ଲୋକେ ଘର ଯାଞ୍ଚ କରିଥିଲେ । ଏହି ସମୟରେ ଘରୁ ୩୦ରୁ ଅଧିକ ବସ୍ତା ମିଳିଥିଲା, ଯେଉଁଥିରେ ଭର୍ତ୍ତି ଥିଲା ନଗଦ ଟଙ୍କା।

ମିଳିଥିବା ଟଙ୍କା ମଧ୍ୟରୁ ଏପର୍ଯ୍ୟନ୍ତ ପ୍ରାୟ ୮ରୁ ୯ ଲକ୍ଷ ଟଙ୍କା ଗଣା ସରିଛି । ତେବେ ଆହୁରି ପ୍ରାୟ ୨୦ଟି ବସ୍ତାରେ ଥିବା ଟଙ୍କା ଗଣିବା ବାକି ରହିଛି। ଟଙ୍କା ଗଣିବା ପାଇଁ ମେସିନ୍ ମଧ୍ୟ ଅଣାଯାଇଛି।ଉନ୍ନିସାଙ୍କ ଘରୁ ମିଳିଥିବା ଟଙ୍କାକୁ ବର୍ତ୍ତମାନ ଗୁଥାଲୁ ଅଞ୍ଚଳର ଏକ ମସଜିଦ୍‌ର ହେପାଜତରେ ରଖାଯାଇଛି। ତାଙ୍କ ସମ୍ପର୍କୀୟମାନଙ୍କୁ ମଧ୍ୟ ଏହି ଟଙ୍କା ସମ୍ପର୍କରେ ଜଣାଇ ଦିଆଯାଇଛି। ଅବଶିଷ୍ଟ ବସ୍ତାଗୁଡ଼ିକର ଟଙ୍କା ସମ୍ପର୍କୀୟଙ୍କ ଉପସ୍ଥିତିରେ ଗଣାଯିବ। ଏହାପରେ ଉନ୍ନିସା ଜୀବନସାରା ଭିକ୍ଷା ମାଗି ଜମା କରିଥିବା ଟଙ୍କା କାହାକୁ ଦିଆଯିବ, ସେନେଇ ନିଷ୍ପତ୍ତି ନିଆଯିବ। ଏହି ଘଟଣାର ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଦ୍ରୁତଗତିରେ ଭାଇରାଲ ହେଉଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri