୪ରୁ ଧାନ ସଂଗ୍ରହ

ଯାଜପୁର ଅଫିସ,୧ା୧:  ଆସନ୍ତା ଜାନୁୟାରୀ ୪ରୁ ୨୦୨୨-୨୩ ଖରିଫ ଋତୁ ଧାନକିଣା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଶୁକ୍ରବାର ଅପରାହ୍ନରେ ଧାନ କ୍ରୟ ପାଇଁ ପୁନର୍ବାର ଏକ ପ୍ରସ୍ତୁତି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଅତିରିକ୍ତ ଜିଲାପାଳ (ପ୍ରଶାସନ) ଦୁଃଖବନ୍ଧୁ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଧାନକିଣାକୁ ସୁଚାରୁରୂପେ ସମ୍ପନ୍ନ ପାଇଁ ବିଭିନ୍ନ ପଦକ୍ଷେପମାନ ଗ୍ରହଣ କରାଯାଇଛି। ପ୍ରତ୍ୟେକ ପଞ୍ଜୀକୃତ ଚାଷୀ ଯେପରି ଧାନ ବିକ୍ରୟରୁ ବଞ୍ଚିତ ନ ହୁଅନ୍ତି ସେଥିପ୍ରତି ପ୍ରଶାସନ ତତ୍ପର ରହିବା ଆବଶ୍ୟକ ବୋଲି ବୈଠକରେ ମତପ୍ରକାଶ ପାଇଛି। ଅନ୍ୟପକ୍ଷେ ଚାଷୀମାନେ ପ୍ରାୟ ୧୫ ଦିନ ହେବ ଅମଳ ସାରିଥିବାବେଳେ ନିଜ ଅଭାବ ଅନଟନ ପାଇଁ ଦଲାଲ ପାଖରେ ୧୫୦୦ରୁ ୧୬୦୦ ଟଙ୍କାରେ ବିକ୍ରି କରି ସାରିଛନ୍ତି। ଏପର ିକି ଜିଲାର କେତେକ ମିଲ୍‌ରେ ଧାନ ଗଦା ହୋଇଥିବା ଚର୍ଚ୍ଚା ହେଉଛି। ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇ ନ ଥିବାବେଳେ ଚାଷୀ ଅଭାବୀ ବିକ୍ରିର ଶିକାର ହୋଇଛି।
ଜିଲା ପ୍ରଶାସନ ପକ୍ଷରୁ ଆୟୋଜିତ ବୈଠକରେ ୧୫ ଦିନର ଆଗୁଆ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇ ସମବାୟ ସମିତି ସମ୍ପାଦକ ଏବଂ ଧାନକିଣାରେ ନିୟୋଜିତ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ପ୍ରତିନିଧିମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି କାର୍ଯ୍ୟକ୍ରମ ପାଇଁ ସମ୍ପୃକ୍ତ ମିଲରମାନେ ଗାଡ଼ି ଯୋଗାଇ ଦେବାର ବ୍ୟବସ୍ଥା କରିବେ। ଧାନ ମଣ୍ଡିଗୁଡିକରେ ପର୍ଯ୍ୟାପ୍ତ ଆଲୋକ ବ୍ୟବସ୍ଥା, ପିଇବା ପାଣି ଓ ଟେଣ୍ଟର ବ୍ୟବସ୍ଥା କରାଯିବ। ଚାଷୀମାନଙ୍କ ବୃହତ୍ତର ସ୍ବାର୍ଥ ଦୃଷ୍ଟିରୁ ମଣ୍ଡିରେ ଯେପରି କୌଣସି ସମସ୍ୟା ନ ଉପୁଜେ ସେଥିପ୍ରତି ଯତ୍ନବାନ ହେବାକୁ ଅତିରିକ୍ତ ଜିଲାପାଳ ନାୟକ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସମବାୟ ସମିତି ସମ୍ପାଦକ ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ପ୍ରତିନିଧି ଚାଷୀମାନଙ୍କୁ ଅଖାରେ ମଣ୍ଡିକୁ ଧାନ ଆଣିବା ଲାଗି ସଚେତନ କରାଇବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି। ବୈଠକରେ ଜିଲା ଯୋଗାଣ ଅଧିକାରୀ ସଲାଊଦ୍ଦିନ ଖାଁଙ୍କ ସମେତ ସହକାରୀ ସମବାୟ ସମିତି ଅଧିକାରୀ, ନିୟନ୍ତ୍ରିତ ବଜାର କମିଟି ସମ୍ପାଦକ, ମିଶନଶକ୍ତି ଜିଲା ପ୍ରକଳ୍ପ ସଂଯୋଜକ, ସହକାରୀ ଯୋଗାଣ ଅଧିକାରୀ, ମିଲର, ସମବାୟ ସମିତି ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ପ୍ରତିନିଧିମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri