ଡିସେମ୍ବର ୨୬ରୁ ଖରିଫ ଧାନ ସଂଗ୍ରହ

ପୁରୀ ଅଫିସ,୧୬।୧୧: ଜିଲାସ୍ତରୀୟ ଧାନ ସଂଗ୍ରହ କମିଟିର ଏକ ବୈଠକ ମଙ୍ଗଳବାର ସର୍କିଟ ହାଉସରେ ଅନୁଷ୍ଠିତ ହୋଇଥିଲା। ୨୦୨୨-୨୩ ଖରିଫ୍‌ ଧାନ ସଂଗ୍ରହ ଡିସେମ୍ବର ୨୬ ତାରିଖରୁ ଶୁଭାରମ୍ଭ ହେବ। ଏଥିସହ ବିଭିନ୍ନ ବ୍ଲକରେ ଧାନ ଅମଳକୁ ଦେଖି ଭିନ୍ନ ଭିନ୍ନ ତାରିଖରେ ଧାନସଂଗ୍ରହ କାର୍ଯ୍ୟ ଆରମ୍ଭ କରିବା ପାଇଁ ସର୍ବସମ୍ମତି କ୍ରମେ ସ୍ଥିର ହୋଇଥିଲା। ଏହି ବୈଠକରେ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ଯୋଗଦେଇ ଚାଷୀମାନେ ମଣ୍ଡିରେ ଧାନ ବିକ୍ରି ସମୟରେ ଯେପରି କୌଣସି ସମସ୍ୟାର ସମ୍ମୁଖୀନ ନ ହୁଅନ୍ତି ଓ ଠିକ୍‌ ମୂଲ୍ୟ ନିର୍ଦ୍ଧାରିତ ସମୟରେ ପାଇବେ, ସେଥିପ୍ରତି ଯନତ୍ବାନ୍‌ ହେବାକୁ ପରାମର୍ଶ ଦେଇଥିଲେ। ଅତିରିକ୍ତ ଜିଲାପାଳ (ପ୍ରୋଟୋକଲ) ଦିଲୀପ କୁମାର ମହାପାତ୍ର ଏଥିରେ ଅଧ୍ୟକ୍ଷତା କରିବା ସହ ଧାନ ସଂଗ୍ରହ ବ୍ୟବସ୍ଥାକୁ ସରକାରୀ ନିୟମ ଅନୁସାରେ ପରିଚାଳନା କରିବା ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ଦାୟିତ୍ୱରେ ଥିବା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଜିଲା ଯୋଗାଣ ଅଧିକାରୀ ସୁବୋଧ ହୋତା ସମସ୍ତଙ୍କୁ ସ୍ବାଗତ ସହ ଆଲୋଚନା କରିଥିଲେ।
୨୦୨୧-୨୨ ଖରିଫ୍‌ ଓ ରବି ଋତୁରେ ୧୬୪୭୮୪.୦୪୪ ମେଟ୍ରିକ ଟନ୍‌ ଧାନ ସଂଗ୍ରହ ହୋଇ ଥିବାବେଳେ ୧୧୨୦୫୩.୧୫୦ ମେଟ୍ରିକ ଟନ୍‌ ଚାଉଳ ପ୍ରସ୍ତୁତ ହୋଇଥିଲା। ୪୭,୧୧୯ ଚାଷୀ ପଞ୍ଜୀକରଣ କରିଥିବା ବେଳେ ୩୪୭୬୬ ଚାଷୀ ୧୮୫ଟି ପାକ୍ସରେ ଧାନ ବିକ୍ରି କରିଥିଲେ। ସେହିପରି ରବି ଋତୁରେ ୧୭,୪୮୧ ପଞ୍ଜିକରଣ କରିଥିବା ଚାଷୀଙ୍କ ମଧ୍ୟରୁ ୧୪,୧୩୪ଜଣ ୧୦୦ଟି ପାକ୍ସରେ ଧାନ ବିକ୍ରି କରିଥିଲେ। ଚଳିତ ଖରିଫ୍‌ରେ ୪୬,୧୬୭ ପଞ୍ଜୀକରଣ କରିଥିବା ବେଳେ ଯାଞ୍ଚ ପରେ ୪୨,୬୫୧ ଯୋଗ୍ୟ ଚାଷୀ ରହିଛନ୍ତି। ୧୭୫ଟି ପାକ୍ସ ଓ ୩ଟି ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ୯୭୭୭୯.୪୧୨ ମେଟ୍ରିକ ଟନ ଧାନ ସଂଗ୍ରହ କରାଯିବ। ନିଷ୍ପତ୍ତି ଅନୁସାରେ ଜଣେ ଚାଷୀ ଟୋକନ୍‌ ମାଧ୍ୟମରେ ଦୈନିକ ସର୍ବାଧିକ ୧୦୦ କୁଇଣ୍ଟାଲ ଧାନ ବିକ୍ରି କରିପାରିବେ। ଚାଷୀମାନଙ୍କ ପାଇଁ ମଣ୍ଡିରେ ଆଶ୍ରୟସ୍ଥଳୀ, ପିଇବା ପାଣିର ବ୍ୟବସ୍ଥା, ନିର୍ଦ୍ଧାରିତ ଦିନରେ ମିଲରଙ୍କ ଦ୍ୱାରା ଧାନ ସଂଗ୍ରହ ସହ ଧାନ ସଂଗ୍ରହ ମଧ୍ୟରେ ଠିକ୍‌ ଭାବରେ ଧାନ ସଂଗ୍ରହ ସମ୍ପର୍କରେ ଆଉ ଏକ ବୈଠକ ଆୟୋଜନ କରି ସମୀକ୍ଷା କରିବାକୁ ଚାଷୀ ପ୍ରତିନିଧିମାନେ ପ୍ରସ୍ତାବ ଦେଇଥିଲେ ଯାହା ଗ୍ରହଣ କରାଯାଇଥିଲା। ଏହି ବୈଠକରେ ଉପଜିଲାପାଳ ଭବତାରଣ ସାହୁ, ଡିଆଇବି ଡିଏସ୍‌ପି ହେମନ୍ତ କୁମାର ପଣ୍ଡା, ଡିଆର୍‌ସିଏସ୍‌ ଭୀମସେନ ସାହୁ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ପ୍ରତିନିଧି, ବିଧାୟକମାନଙ୍କ ପ୍ରତିନିଧି, ବିଭିନ୍ନ ବିଭାଗର ଅଧିକାରୀ, ଆର୍‌ଏମ୍‌ସିର ସମ୍ପାଦକ, ମିଲର, ଯୋଗାଣ ନିରୀକ୍ଷକ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri