୨୫ରୁ ଜିଲାରେ ଧାନ ସଂଗ୍ରହ ଆରମ୍ଭ

ସମ୍ବଲପୁର,୩ା୧୧(ବ୍ୟୁରୋ): ସମ୍ବଲପୁର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଗୁରୁବାର ଜିଲାସ୍ତରୀୟ ରବି ଧାନ ସଂଗ୍ରହ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଅନନ୍ୟା ଦାସ ଏଥିରେ ଅଧ୍ୟକ୍ଷତା କରିଥିଲେ। ଜିଲାର କୁଚିଣ୍ଡା ଓ ରେଢାଖୋଲ ଉପଖଣ୍ଡରେ ଡିସେମ୍ବର ମାସରେ ପର୍ଯ୍ୟାୟକ୍ରମେ ଧାନ କ୍ରୟକେନ୍ଦ୍ର ଖୋଲିବାକୁ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ହୋଇଛି।

ପ୍ରଶାସନ ପକ୍ଷରୁ ପ୍ରଥମେ ଡିସେମ୍ବର ମାସରେ ମଣ୍ଡି ଖୋଲିବାକୁ ନିଷ୍ପତ୍ତି ନିଆଯାଇଥିଲା। ମିଲର୍ସମାନେ ମଧ୍ୟ ନିଜଆଡୁ ଡିସେମ୍ବର ୫ ତାରିଖରେ ମଣ୍ଡି ଖୋଲିବାକୁ ଦାବି କରିଥିଲେ। ହେଲେ ଏହାକୁ ନେଇ ଚାଷୀମାନେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ସେମାନେ ଦର୍ଶାଇଥିଲେ, ବିଗତ ବର୍ଷଗୁଡିକରେ ନଭେମ୍ବର ପ୍ରଥମ ସପ୍ତାହରୁ ମଣ୍ଡି ଖୋଲାଯାଉଥିଲା। ହେଲେ ଚଳିତବର୍ଷ ଜାଣିଶୁଣି ଏଭଳି କରାଯାଉଛି। ଚାଷୀମାନେ ପଞ୍ଜୀକରଣ ସମୟରେ ନଭେମ୍ବର ୧ରୁ ୧୫ ଓ ୧୫ରୁ ୩୦ ତାରିଖ ଭିତରେ ବିକ୍ରି କରିବାକୁ ଦିନ ଧାର୍ଯ୍ୟ କରିଥିଲେ। ହେଲେ ସରକାର ମଣ୍ଡି ଖୋଲିବାରେ ବିଫଳ ହୋଇଛନ୍ତି। ଏଥିରେ ମିଲର୍ସମାନଙ୍କ ଲାଭ ହେବ। କୁଚିଣ୍ଡା ଓ ରେଢାଖୋଲ ଅଞ୍ଚଳରେ ପ୍ରାୟ ଧାନ ଅମଳ ହୋଇଯାଇଥିବା ବେଳେ ଜଳସେଚିତ ଅଞ୍ଚଳରେ ମଧ୍ୟ ଅମଳ ଆରମ୍ଭ ହୋଇଯାଇଛି। ଆଉ ପ୍ରାୟ ଏକମାସ ପରେ ମଣ୍ଡି ଖୋଲିବ। ଏତେଦିନ ଅମଳ ଧାନ ଗଚ୍ଛିତ ରଖିବା କଷ୍ଟକର ହେବ ବୋଲି ଚାଷୀମାନେ କହିଥିଲେ। ବହୁ ବାଦ ବିବାଦ ପରେ ଶେଷରେ ନଭେମ୍ବର ୨୫ରେ ସଦର ଉପଖଣ୍ଡରୁ ଧାନ ସଂଗ୍ରହ ଆରମ୍ଭ ହେବ ବୋଲି ସ୍ଥିର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri