୬ରୁ ରବିଧାନ ସଂଗ୍ରହ: ବିକ୍ରି ପରିମାଣ ଅସ୍ପଷ୍ଟ

ବରଗଡ଼ ଅଫିସ୍‌,୮।୪: ବରଗଡ଼ ଜିଲାରେ ଆସନ୍ତା ମେ ୬ରୁ ରବିଧାନ ସଂଗ୍ରହ ଆରମ୍ଭ ହେବ। ଜିଲାର ଅତାବିରା ନିୟନ୍ତ୍ରିତ ବଜାର କମିଟି (ଆରଏମ୍‌ସି) ଅଧୀନ ମଣ୍ଡି ଗୁଡ଼ିକରୁ ଏହା ଆରମ୍ଭ କରାଯିବ। ସେହିପରି ବରଗଡ଼ ଆରଏମସି ଅଧୀନ ମଣ୍ଡି ଗୁଡ଼ିକରୁ ମେ ୧୨ ଏବଂ ପଦ୍ମପୁର ଆରଏମସି ଅଧିନ ମଣ୍ଡି ଗୁଡ଼ିକରୁ ମେ ୧୫ତାରିଖରୁ ଧାନ କିଣାବିକା ଚାଲିବ। ଗୁରୁବାର ଜିଲାପାଳ ଅଫିସ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ତେବେ ଏଥର ଏକର ପ୍ରତି କେତେ ପରିମାଣ ଧାନ କିଣାଯିବ ଏବଂ ଟୋକନ ଅବଧି କେତେଦିନ ରହିବ, ତାହା ସ୍ପଷ୍ଟ କରାଯାଇନାହିଁ। ଜିଲା ପ୍ରଶାସନ ହାତରେ ସେହି କ୍ଷମତା ନାହିଁ ଏବଂ ରାଜ୍ୟ ସରକାର ନିଷ୍ପତ୍ତି ନେବେ ବୋଲି ଜିଲାପାଳ ମୋନିଷା ବାନାର୍ଜୀ ସୂଚନା ଦେଇଛନ୍ତି।

ସୂଚନା ଅନୁସାରେ, ବରଗଡ଼ ଜିଲାରେ ଏଥର ୧୫୬ ମଣ୍ଡି ଖୋଲିବ। ସେଥିମଧ୍ୟରେ ବରଗଡ଼ ଆରଏମ୍‌ସି ଅଧୀନରେ ସର୍ବାଧିକ ୬୦ ମଣ୍ଡି ରହିଥିବା ବେଳେ ଅତାବିରା ଆରଏମ୍‌ସି ଅଧୀନରେ ୫୪ ଏବଂ ପଦ୍ମପୁର ଆରଏମ୍‌ସି ଅଧୀନରେ ୪୨ମଣ୍ଡି ରହିଛି। ଯେଉଁ ମଣ୍ଡିଗୁଡ଼ିକରେ ସାପ୍ତାହିକ ବଜାର ବସୁଛି, ସେଠାରେ ବଜାର ଦିନ ବ୍ୟତୀତ ସପ୍ତାହକୁ ୬ ଦିନ ଏବଂ ଯେଉଁଠି ସାପ୍ତାହିକ ବଜାର ବସୁନାହିଁ, ସେଠାରେ ସପ୍ତାହର ସବୁଦିନ ମଣ୍ଡି ଖୋଲାଯିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଥିଲା। ମଣ୍ଡିଗୁଡ଼ିକରେ ସକାଳ ୬ଟାରୁ ଦିନ ୧୧ଟା ପର୍ଯ୍ୟନ୍ତ ଧାନ ଗ୍ରହଣ କରାଯିବ ବୋଲି ସୂଚନା ଦିଆଯାଇଛି ।

ସେହିପରି ଧାନ ସଂଗ୍ରହ ପ୍ରକ୍ରିୟାରେ ଏଥର ୧୧୨ ମିଲର୍ସଙ୍କୁ ସାମିଲ କରାଯିବ। ଜିଲାର ୫୩ ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ) ଏବଂ ୨୫ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ (ଡବ୍ଲ୍ୟୁଏସ୍‌ଏଚ୍‌ଜି) ମାଧ୍ୟମରେ ଯୋଗାଣ ନିଗମ ଧାନ କିଣିବ। ସାଧାରଣ ଧାନ କୁଇଣ୍ଟାଲ ପ୍ରତି ୧୯୪୦ ଟଙ୍କା ଏବଂ ଗ୍ରେଡ୍‌-ଏ ଧାନ କୁଇଣ୍ଟାଲ ପ୍ରତି ୧୯୬୦ ଟଙ୍କା ରହିଥିବାବେଳେ ଚାଷୀଙ୍କୁ ସେମାନଙ୍କ ବିକ୍ରିଧାନର ପ୍ରାପ୍ୟ ପି-ପାସ୍‌(ପେଡ୍ଡି ପ୍ରକ୍ର୍ୟୁମେଣ୍ଟ ଅଟୋନମସ୍‌ ସିଷ୍ଟମ) ମାଧ୍ୟମରେ ଡିଏଫଟି(ଡାଇରେକ୍ଟ ଫଣ୍ଡ୍‌ ଟ୍ରାନ୍ସଫର୍‌) ଜରିଆରେ ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି। ତେବେ ନାମମାତ୍ର, କ୍ଷୁଦ୍ର ଚାଷୀଙ୍କ ଧାନ ଉଠାଣକୁ ଅଗ୍ରାଧିକାର ଦିଆଯିବ ଏବଂ ଧାନକ୍ରୟ କେନ୍ଦ୍ରରେ ହିଁ ଧାନ ଓଜନ, ଗୁଣମାନ ନିର୍ଦ୍ଧାରଣ କରାଯିବ। ଏହାସହିତ ଧାନକ୍ରୟ କେନ୍ଦ୍ରରୁ ମିଲ୍‌କୁ ଧାନ ପରିବହନ ମିଲର୍ସଙ୍କ ଦାୟିତ୍ୱ ବୋଲି ସୂଚନା ଦିଆଯାଇଥିଲା।

ଧାନ କିଣାବିକାରେ ଚାଷୀମାନେ ଯେଭଳି କୌଣସି ଅସୁବିଧାର ସମ୍ମୁଖୀନ ନ ହେବେ, ସେଥିପ୍ରତି ଆଗୁଆ ପଦକ୍ଷେପ ନେବାକୁ ଜିଲାପାଳ ବାନାର୍ଜୀ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମଣ୍ଡିରେ ଆନୁଷଙ୍ଗିକ ବ୍ୟବସ୍ଥା ପାଇଁ ପଦକ୍ଷେପ ନେବାକୁ ସମ୍ପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଅଦିନିଆଁ ବର୍ଷା, କାଳବୈଶାଖୀ, କରାମାଡ଼ରେ ଚାଷୀଙ୍କ ଅମଳ ଧାନ ଯେଭଳି କ୍ଷତିଗ୍ରସ୍ତ ନ ହୁଏ, ସେଥିପ୍ରତି ସଜାଗ ଦୃଷ୍ଟି ରଖିବା ପାଇଁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ଅତିରିକ୍ତ ଜିଲାପାଳ ମିର୍ଦ୍ଧା ଟପ୍ପୋ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ କୃତ୍ତିବାସ ରାଉତଙ୍କ ସମେତ ଆରଏମ୍‌ସି ଚେୟାରମ୍ୟାନ, ସମ୍ପାଦକ, ଚାଷୀ, ମିଲର୍ସ ପ୍ରତିନିଧି ଏବଂ ଅନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଣି ରଖନ୍ତୁ କିପରି କିଡ୍‌ନୀକୁ ରଖିବେ ସୁସ୍ଥ

ଆମ ଶରୀରର ଅନ୍ୟତମ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରବାହିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି ଅଦରକାରୀ ତତ୍ତ୍ୱକୁ ନିଷ୍କାସନ...

୨ ଦଳ ମିଶି କଲେ ମାତ୍ର ୨୩ ରନ: ଅନ୍ତର୍ଜାତୀୟ ଟି-୨୦ରେ ସବୁଠୁ ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୨୨।୧୨: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ ସାଧାରଣତଃ ଦ୍ରୁତ ରନ, ବଡ଼ ଛକା ଏବଂ ବଡ଼ ସ୍କୋର ପାଇଁ ଜଣାଶୁଣା। ଏହି ଫର୍ମାଟ କେତେକ ସମୟରେ ବ୍ୟାଟସମ୍ୟାନଙ୍କ...

ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…

ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି।...

୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍‌ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼

ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ...

ରୁଷିଆ ପୋଲିସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଭାରତୀୟ ଯୁବକ: ମୋଦିଙ୍କୁ କଲେ ଏମିତି ନିବେଦନ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ଏବଂ ୟୁକ୍ରେନ ଦୀର୍ଘ ସମୟ ଧରି ଯୁଦ୍ଧ ଚାଲିଛି। ଦୁଇ ଦେଶ ମଧ୍ୟରେ ଯୁଦ୍ଧବିରାମ ପାଇଁ ମଧ୍ୟସ୍ଥତା ପାଇଁ ପ୍ରୟାସ ଜାରି ରହିଛି।...

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…

ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ...

ବଡ଼ଦିନ ପାଇଁ ସଜେଇ ହେଉଛି ଦାରିଙ୍ଗବାଡ଼ି, ପର୍ଯ୍ୟଟକଙ୍କ ଆଗମନକୁ ଦୃଷ୍ଟିରେ ରଖି…

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଆଉ ମାତ୍ର ୨ ଦିନର ଅପେକ୍ଷା ସାରା ବିଶ୍ୱରେ ଦେଖାଦେବ ଖୁସି ଓ ଆନନ୍ଦ। ପ୍ରଭୁ ଯୀଶୁଖ୍ରୀଷ୍ଟ ଜନ୍ମ ନେବେ ଏଥିପାଇଁ ଚାରିଆଡ଼େ...

ପାର୍କରେ ବସିଥିଲେ ପ୍ରେମୀଯୁଗଳ, ହଠାତ୍‌ ଆସିଲେ ୨ ଯୁବକ: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ଆଇଜି ପାର୍କରେ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ କ୍ୟାପିଟାଲ ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଗୌରୀନଗରର ଆଶିଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri