ଲିପ୍‌ ସିରିଜ ଜରିଆରେ ଛାତ୍ରୀଛାତ୍ରଙ୍କ ସାମୂହିକ ବିକାଶ

ଭୁବନେଶ୍ୱର,୨୬।୮ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଓଡିଏମ୍‌ ଇଣ୍ଟରନ୍ୟାଶନାଲ ଏଜୁକେଶନ ଗ୍ରୁପର ବହୁ ପ୍ରତୀକ୍ଷିତ ‘ଲିପ୍‌’ (ଲର୍ଣ୍ଣ-ଏନଗେଜ-ଆସ୍ପାୟାର-ପ୍ରସ୍ପର) ସିରିଜ ଗ୍ରୁପର ପଟିଆ ସ୍ଥିତ ଓଡିଏମ୍‌ ପବ୍ଲିକ୍‌ ସ୍କୁଲ ଓ ଓଡିଏମ୍‌ ଗ୍ଲୋବାଲ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛିି। ଏପରିକି ଓଡିଏମ୍‌ ପବ୍ଲିକ୍‌ ସ୍କୁଲରେ ଆୟୋଜିତ ଲିପ୍‌ ସିରିଜ କାର୍ଯ୍ୟକ୍ରମରେ ଏନ୍‌ସିସି ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ କର୍ଣ୍ଣେଲ ସାଗର କୁମାର ମହାନ୍ତି, କୃପାଜଳ ଇଞ୍ଜିନିୟରିଂ କଲେଜ (କେଇସି)ର ପ୍ରଫେସର ରାଜେଶ କୁମାର ବେହେରା, ଭୁବନେଶ୍ୱର ଏମ୍ସର ଆସିଷ୍ଟାଣ୍ଟ ପ୍ରଫେସର ଡା. କିଶୋର କୁମାର ବେହେରା, ଆଇଏମ୍‌ଏମ୍‌ଟି ଅଧ୍ୟକ୍ଷ ବୈଜ୍ଞାନିକ ଉମାକାନ୍ତ ସୁବୁଦ୍ଧି ଏବଂ ଯୁବ ଉଦ୍ୟୋଗୀ ପ୍ରଫେସର ସୌମ୍ୟ ରଞ୍ଜନ ମିଶ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ନିଜ ନିଜର ମୂଲ୍ୟବାନ ଜ୍ଞାନ ଓ ଜୀବନ ଯାତ୍ରାର ଅନୁଭବ ଉପସ୍ଥାପନ କରିଥିଲେ।
ଏ ସମ୍ପର୍କରେ ଓଡିଏମ୍‌ ସମୂହର ଅଧ୍ୟକ୍ଷ ଡ. ସତ୍ୟବ୍ରତ ମୀନକେତନ କହିଥିଲେ, ଲିପ୍‌ ସିରିଜ ଜରିଆରେ ଛାତ୍ରୀଛାତ୍ରଙ୍କର ସାମୂହିକ ବିକାଶ ହୋଇପାରିବ। ଏପରିକି ଛାତ୍ରୀଛାତ୍ରମାନଙ୍କ ଶୈକ୍ଷିକ, ଶାରିରୀକ, ମାନସିକ, ଚାରିତ୍ରିକ ଓ ବୈଷୟିକ ବିକାଶରେ ମଧ୍ୟ ଏହା ବେଶ୍‌ ସହାୟକ ହେବ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି। ପରିଶେଷରେ ବିଦ୍ୟାଳୟର ଅର୍ଥ ଓ ପ୍ରଶାସନିକ ନିର୍ଦ୍ଦେଶିକା ଇନ୍ଦୁମତୀ ରାୟ ଅତିଥିମାନଙ୍କୁ ସମ୍ମାନିତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସ୍ବୟଂ ସତ୍ୟେନ୍ଦୁ, ଉପାଧ୍ୟକ୍ଷା ଡ.ସନ୍ଧ୍ୟାରାଣୀ ସ୍ବାଇଁ, ଶିକ୍ଷା ନିର୍ଦ୍ଦେଶକ ଡ.ଆର୍ତ୍ତତ୍ରାଣ ମିଶ୍ର ଓ ଉପାଧ୍ୟକ୍ଷ ଡ.ରାଜେଶ କୁମାର ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ। ସେହିଭଳି ଓଡିଏମ୍‌ ଗ୍ଲୋବାଲ ସ୍କୁଲଠାରେ ମଧ୍ୟ ୫ଟି କର୍ମଶାଳାର ଆୟୋଜନ କରାଯାଇଥିଲା। ଉକ୍ତ କର୍ମଶାଳାରେ ଅଭିନେତା ତଥା ଚିତରଞ୍ଜନ ସେବା ସଦନର ସିଇଓ ପ୍ରଫେସର ସୌମ୍ୟ ରଞ୍ଜନ ମିଶ୍ର, କେଇସିର ମେକାନିକାଲ ଇଞ୍ଜିନିୟରିଂ ବିଭାଗର ମୁଖ୍ୟ ଡ. ରାଜେଶ କୁମାର ବେହେରା, ବୈଜ୍ଞାନିକ ଡ. ସତ୍ୟ ତାପସଙ୍କ ସମେତ ପ୍ରଶିକ୍ଷକ କପିଳ ନାଗ ପାଳ ଓ ଅବସରପ୍ରାପ୍ତ ସେନା ଅଧିକାରୀ ବ୍ରିଗେଡିୟର କ୍ଷୀରୋଦ କୁମାର ନାୟକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଉକ୍ତ କର୍ମଶାଳାର ଶୁଭାରମ୍ଭରେ ଓଡିଏମ୍‌ ଶିକ୍ଷା ସମୂହର ନିର୍ଦ୍ଦେଶକ ଡ. ଆର୍ତ୍ତତ୍ରାଣ ମିଶ୍ର ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିବାବେଳେ ଅତିଥିମାନେ ଛାତ୍ରୀଛାତ୍ରଙ୍କୁ ନିଜ ଜୀବନୀ ସହିତ ସଫଳତାର କାହାଣୀ ବର୍ଣ୍ଣନା କରିଥିଲେ। ଠିକ୍‌ ମାର୍ଗରେ ଯାଇ କିଭଳି ନିଜ ଜୀବନ ଲକ୍ଷ୍ୟ ହାସଲ କରିହେବ, ସେମାନେ ତାହା ବିସ୍ତୃତ ଭାବେ ଜଣାଇଥିଲେ। ଏହି ଅବସରରେ ବିଦ୍ୟାଳୟର ଅଧ୍ୟକ୍ଷ ଶୈଳେନ୍ଦ୍ର କୁମାରୀଙ୍କ ସମେତ ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ଓ ଛାତ୍ରୀଛାତ୍ରମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri