Posted inରାଜ୍ୟ

‘ସାମୂହିକ ପ୍ରଚେଷ୍ଟା, ସ୍ବଚ୍ଛ ବ୍ୟବସ୍ଥା ପ୍ରଗତି ଆଣିଛି’

ଭୁବନେଶ୍ୱର,୭ା୪(ବ୍ୟୁରୋ): ଜାତୀୟ ପ୍ରତିରକ୍ଷା ପ୍ରତିଷ୍ଠାନର ଏକ ପ୍ରତିନିଧି ଦଳଙ୍କ ସହ ଯୁକ୍ତରାଷ୍ଟ୍ର ଆମେରିକା, ଜାପାନ, କାଜାଖସ୍ତାନ, ଇଜିପ୍ଟ, କେନିଆର ବରିଷ୍ଠ ସାମରିକ ଅଧିକାରୀମାନେ ମଙ୍ଗଳବାର ୪ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ଖାରବେଳ ଭବନଠାରେ ଶିଳ୍ପ ସଚିବ ହେମନ୍ତ ଶର୍ମାଙ୍କ ସଂଯୋଜନାରେ ଆୟୋଜିତ ଏକ ଆଲୋଚନା ଚକ୍ରରେ ଯୋଗ ଦେଇଥିଲେ। ଏଥିରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ସମେତ ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ଯୋଗ ଦେଇ ରାଜ୍ୟର ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ।
ଆଲୋଚନା ସମୟରେ ମୁଖ୍ୟ ଶାସନ ସଚିବ ମହାପାତ୍ର ଓଡ଼ିଶାର ଆର୍ଥିକ ପ୍ରଗତି, ଗମନାଗମନ ସୁବିଧା, ଭିତ୍ତିଭୂମି, ଶିଳ୍ପାନ୍ବୟନ, ଦକ୍ଷ ଓ କୁଶଳୀ ମାନବ ସମ୍ବଳ ସୃଷ୍ଟି ଆଦି କ୍ଷେତ୍ରରେ ହୋଇଥିବା ଦ୍ରୁତ ବିକାଶ ସମ୍ପର୍କରେ ପ୍ରତିନିଧିମଣ୍ଡଳୀଙ୍କୁ ଅବଗତ କରାଇଥିଲେ । ଗତ ଶତାବ୍ଦୀର ଶେଷ ଭାଗରେ ମହାବାତ୍ୟା ଓଡ଼ିଶାର ମେରୁଦଣ୍ଡ ଦୋହଲାଇ ଦେଇଥିଲା । ପ୍ରଭୂତ କ୍ଷୟକ୍ଷତି ସତ୍ତ୍ୱେ ରାଜ୍ୟ ସରକାରଙ୍କ ଦୃଢ଼ ନିଷ୍ପତ୍ତି, ସାମୂହିକ ପ୍ରଚେଷ୍ଟା ଏବଂ ସ୍ବଚ୍ଛ ଓ ତ୍ୱରିତ ପ୍ରଶାସନିକ ବ୍ୟବସ୍ଥା ଯୋଗୁ ଓଡ଼ିଶା ଶିକ୍ଷା, ସ୍ବାସ୍ଥ୍ୟ, ଶିଳ୍ପ, ଗମନାଗମନ ଓ ସାମାଜିକ ନିରାପତ୍ତା ଆଦି କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଗତି ହାସଲ କରିପାରିଛି ବୋଲି ମହାପାତ୍ର କହିଥିଲେ। ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ୧୯୯୯ ଏବଂ ୨୦୨୦ରେ ଓଡ଼ିଶାର ଏକ ତୁଳନାତ୍ମକ ତଥ୍ୟ ପ୍ରଦାନ କରିଥିଲେ । ମହାବାତ୍ୟାରୁ ମିଳିଥିବା ଶିକ୍ଷା ପ୍ରଗତିର ସହାୟକ ହୋଇଛି। ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଅନେକ ଆନ୍ତର୍ଜାତିକ ସ୍ବୀକୃତି ହାସଲ କରିବା ସହ ଅନ୍ୟ ପଡ଼ୋଶୀ ରାଜ୍ୟମାନଙ୍କୁ ସହାୟତା ଯୋଗାଇବାରେ ସମର୍ଥ ହୋଇଛି ବୋଲି କହିଥିଲେ। ଇପିକଲ୍‌ ପରିଚାଳନା ନିର୍ଦ୍ଦେଶକ ନୀତୀନ ଭାନୁଦାସ ଜାଓ୍ବଲେ ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠାର ପର୍ଯ୍ୟାପ୍ତ ସୁଯୋଗ ଏବଂ ବ୍ୟବସାୟ ଅନୁକୂଳ ପ୍ରଶାସନିକ ବ୍ୟବସ୍ଥା ବିଷୟରେ ସବିଶେଷ ତଥ୍ୟ ଦେଇଥିଲେ। ବୈଷୟିକ ଶିକ୍ଷା ଏବଂ କୌଶଳ ବିକାଶ ବିଭାଗ ସଚିବ ସଞ୍ଜୟ ସିଂ କୁଶଳୀ ମାନବସମ୍ବଳ ଏବଂ କୌଶଳ ବିକାଶ କ୍ଷେତ୍ରରେ ଓଡ଼ିଶାର ଉଲ୍ଲେଖନୀୟ ବ୍ୟବସ୍ଥା ବିଷୟରେ ଶିକ୍ଷାନବିସଙ୍କୁ ଅବଗତ କରାଇଥିଲେ। ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ରନ୍‌ ଓଡ଼ିଶାର ପର୍ଯ୍ୟଟନ ପ୍ରାଚୁର୍ଯ୍ୟ, ପର୍ଯ୍ୟଟନ ଶିଳ୍ପ ଆଦି ବିଷୟରେ ସବିଶେଷ ତଥ୍ୟ ଉପସ୍ଥାପନ କରିଥିଲେ। ସୂଚନାଯୋଗ୍ୟ, ଜାତୀୟ ପ୍ରତିରକ୍ଷା ପ୍ରତିଷ୍ଠାନର ୨୦ଜଣ ଶିକ୍ଷାନବିସ ଓଡ଼ିଶା ଆସିଛନ୍ତି ା ଓଡ଼ିଶାର ପ୍ରଗତି ଏବଂ ପ୍ରଶାସନିକ ବ୍ୟବସ୍ଥା ସେମାନଙ୍କୁ ଓଡ଼ିଶା ପ୍ରତି ଆକୃଷ୍ଟ କରିଛି ା ସେମାନେ ଓଡ଼ିଶାରେ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ରହିବେ ଏବଂ ରାଜ୍ୟର ବିଭିନ୍ନ ସ୍ଥାନ ବୁଲି ବହୁ ବରିଷ୍ଠ ଅଧିତ୍କାରୀମାନଙ୍କ ସହ ଆଲୋଚନା କରିବେ। ମେଜର ଜେନେରାଲ୍‌ ଏଚ୍‌. ବି. ପିଲାଇ ଏହି ଦଳର ନେତୃତ୍ୱ ନେଉଥିବାବେଳେ ବରିଷ୍ଠ ପୋଲିସ ଅଧିକାରୀ ସୁନିତା କାକରନ୍‌ ଏହାର ସଂଯୋଜନା କରୁଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri