ପିଟିଆଇ ଏମ୍‌ପିଙ୍କ ସାମୂହିକ ଇସ୍ତଫା ନାମଞ୍ଜୁର

ଇସଲାମାବାଦ୍‌,୩୦।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ପାର୍ଟି ପିଟିଆଇ ଏମ୍‌ପିଙ୍କ ସାମୂହିକ ଇସ୍ତଫାକୁ ପ୍ରତ୍ୟାଖ୍ୟାନ କରିଛନ୍ତି ପାକିସ୍ତାନ ନ୍ୟାଶନାଲ ଆସେମ୍ବଲି ବାଚସ୍ପତି ରାଜା ପରଭେଜ ଅଶରଫ। ସମ୍ବିଧାନ ଅନୁଯାୟୀ, ଇସ୍ତଫା ବ୍ୟକ୍ତିଗତ ଭାବରେ ଗ୍ରହଣ କରାଯାଇପାରିବ ଏବଂ ସାମୂହିକ ଭାବରେ ନୁହେଁ। ତେଣୁ ପ୍ରତ୍ୟେକ ସଦସ୍ୟଙ୍କୁ ପୃଥକ ଭାବରେ ହାତଲେଖା ଇସ୍ତଫା ପତ୍ର ଦେବାକୁ ପଡିବ। ଯାଞ୍ଚ ପାଇଁ କେବଳ ହାତ ଲିଖିତ ଇସ୍ତଫା ଗ୍ରହଣ କରାଯାଇପାରିବ ବୋଲି ବାଚସ୍ପତି କହିଛନ୍ତି।
ବାଚସ୍ପତି ଆହୁରି ମଧ୍ୟ କହିଛନ୍ତି, ପ୍ରତ୍ୟେକ ଏମ୍‌ପିଙ୍କୁ ଆଠ ଲକ୍ଷ ଲୋକ ଭୋଟ ଦେଇଛନ୍ତି, ଏହା ସେମାନଙ୍କ ଭୋଟର ପ୍ରଶ୍ନ। ଜଣେ ସଦସ୍ୟଙ୍କ ଦ୍ୱାରା ଦାଖଲ ହୋଇଥିବା ସମସ୍ତ ସଦସ୍ୟଙ୍କ ଇସ୍ତଫା କିପରି ଗ୍ରହଣ କରାଯାଇପାରିବ। ପିଟିଆଇ ସଦସ୍ୟମାନେ ଆସେମ୍ବଲିକୁ ଫେରି ସେମାନଙ୍କ ସାମ୍ବିଧାନିକ ଭୂମିକା ଗ୍ରହଣ କରିବା ଉଚିତ।
ସୂଚନାଯୋଗ୍ୟ, ୧୧ ଏପ୍ରିଲରେ ପାକ ନ୍ୟାଶନାଲ ଆସେମ୍ବଲିର ୧୨୩ ଜଣ ପିଟିଆଇ ସଦସ୍ୟ ଇସ୍ତଫା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ

ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ...

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri