ନିଶାମୁକ୍ତ ସମାଜ ଗଠନ ପାଇଁ ସାମୂହିକ ସଂକଳ୍ପ: ସାମିଲ ହେଲେ…

ଛତ୍ରପୁର, ୨୬।୬ (ଦିଲ୍ଲୀପ ସାମଲ): ଅନ୍ତର୍ଜାତୀୟ ନିଶା ନିବାରଣ ଓ ଅବୈଧ ତସକରି ବିରୋଧ ଦିବସ-୨୦୨୬ ଅବସରରେ ଗଞ୍ଜାମ ଗିଲାରେ ଗତ ୧୭ ଜୁନରୁ ଆରମ୍ଭ ହୋଇଥିବା ୧୦ ଦିନବ୍ୟାପୀ ନିଶାମୁକ୍ତ ଭାରତ ଅଭିଯାନ ଛତ୍ରପୁରଠାରେ ବ୍ୟାପକ ଜନସହଭାଗିତା ମଧ୍ୟରେ ଉଯାପିତ ହୋଇଯାଇଛି। ଜିଲା ସାମାଜିକ ସୁରକ୍ଷା ବିଭାଗ ଓ ଜିଲା ଅବକାରୀ ବିଭାଗର ମିଳିତ ଆନୁକୂଳ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମ ନିଶା ସେବନର କୁପ୍ରଭାବ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ସହ ନିଶାମୁକ୍ତ ସମାଜ ଗଠନର ସଂକଳ୍ପକୁ ଆହୁରି ଦୃଢ଼ କରିଥିଲା।

ଏହି ଅବସରରେ ଆଜି ସକାଳେ ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଏକ ସଚେତନତା ଶୋଭାଯାତ୍ରା ବାହାରିଥିଲା। ଅତିରିକ୍ତ ଜିଲାପାଳ ସଚ୍ଚିଦାନନ୍ଦ ନାୟକ ଏବଂ ସୁନୀଲ କୁମାର କେରକେଟା ମିଳିତ ଭାବେ ପତାକା ଦେଖାଇ ଶୋଭାଯାତ୍ରାର ଶୁଭାରମ୍ଭ କରିଥିଲେ। ନିଶାମୁକ୍ତି ସମ୍ପର୍କିତ ବିଭିନ୍ନ ସଚେତନତାମୂଳକ ସ୍ଲୋଗାନ ଓ ବ୍ୟାନର ଧରି ଅଂଶଗ୍ରହଣକାରୀମାନେ ଛତ୍ରପୁର ସହର ପରିକ୍ରମା କରିଥିଲେ।

ଶୋଭାଯାତ୍ରା ସ୍ଥାନୀୟ ଅନସ୍ଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପଡ଼ିଆରେ ପହଞ୍ଚିବା ପରେ ସେଠାରେ ଏକ ସମୂହ ଶପଥପାଠ କରାଯାଇଥିଲା । ଉପସ୍ଥିତ ସମସ୍ତେ ନିଶାମୁକ୍ତ ଜୀବନଶୈଳୀ ଅବଲମ୍ବନ କରିବା ଓ ସମାଜରୁ ନିଶା ଦୂର କରିବା ପାଇଁ ଶପଥ ଗ୍ରହଣ କରିଥିଲେ।

ଜିଲାବ୍ୟାପୀ ପାଳିତ ଏହି ଅଭିଯାନ ଅନ୍ତର୍ଗତ ବିଭିନ୍ନ ସ୍କୁଲ, କଲେଜ ଓ ବ୍ଲକ ସ୍ତରରେ ଚିତ୍ରାଙ୍କନ, ପ୍ରବନ୍ଧ, ବକ୍ତୃତା ପ୍ରତିଯୋଗିତା, ଶପଥ ଗ୍ରହଣ ଓ ସଚେତନତା ଶୋଭାଯାତ୍ରା ଭଳି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ଛାତ୍ରୀଛାତ୍ର, ସ୍ବେଚ୍ଛାସେବୀ, ନିଶାମୁକ୍ତ ବ୍ୟକ୍ତିବିଶେଷ ଓ ଜନସାଧାରଣଙ୍କ ସକ୍ରିୟ ଅଂଶଗ୍ରହଣ ଲକ୍ଷ୍ୟ କରାଯାଇଥିଲା। ନିଶା ସେବନ ଦ୍ୱାରା ସୃଷ୍ଟି ହେଉଥିବା ସାମାଜିକ, ଆର୍ଥିକ ଓ ସ୍ବାସ୍ଥ୍ୟଗତ କ୍ଷତି ସମ୍ପର୍କରେ ଲୋକଙ୍କୁ ସଚେତନ କରାଯିବା ସହ ଯୁବପିଢ଼ିଙ୍କୁ ନିଶାଠାରୁ ଦୂରେଇ ରହିବା ପାଇଁ ପ୍ରେରିତ କରାଯାଇଥିଲା।

ଗଞ୍ଜାମ ଜିଲାର ଛତ୍ରପୁର, ଖଲ୍ଲିକୋଟ ଏବଂ କନିସିଠାରେ କାର୍ଯ୍ୟରତ ତିନୋଟି ସମନୱିତ ନିଶାମୁକ୍ତି ଓ ପୁନର୍ବାସ କେନ୍ଦ୍ର ମାଧ୍ୟମରେ ଏହି ଅଭିଯାନର ବିଭିନ୍ନ କାର୍ଯ୍ୟକ୍ରମ ସଫଳତାର ସହ କାର୍ଯ୍ୟକାରୀ କରାଯାଇଥିଲା।
କାର୍ଯ୍ୟକ୍ରମରେ ଜିଲ୍ଲା ଅବକାରୀ ଅଧୀକ୍ଷକ ଅମରେନ୍ଦ୍ର କୁମାର ଜେନା, ନିଶାମୁକ୍ତ ବ୍ୟକ୍ତିବିଶେଷ, ସ୍କୁଲ ଓ କଲେଜ ଛାତ୍ରଛାତ୍ରୀ ଏବଂ ସ୍ବେଚ୍ଛାସେବୀମାନେ ଅଂଶଗ୍ରହଣ କରିଥିଲେ। ଜିଲା ସାମାଜିକ ସୁରକ୍ଷା ଅଧିକାରୀ କୃଷ୍ଣ ଚନ୍ଦ୍ର ବେହେରା ସମସ୍ତ କାର୍ଯ୍ୟକ୍ରମର ସଂଯୋଜନା ଓ ପରିଚାଳନା କରିଥିଲେ। ଏଥିରେ ଛତ୍ରପୁର ଓ ବ୍ରହ୍ମପୁର ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ, ସମସ୍ତ ବ୍ଲକସ୍ତରୀୟ ସାମାଜିକ ସୁରକ୍ଷା ଅଧିକାରୀ ଏବଂ ବିଭାଗୀୟ କର୍ମଚାରୀମାନେ ସହଯୋଗ କରିଥିଲେ।

Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?