ସେପ୍ଚେମ୍ବର ୨୭, ୨୮ରେ ଜିଲାପାଳ ସମ୍ମିଳନୀ: ‘ସୁଭଦ୍ରା’ ସଫଳତା ପାଇଁ ପ୍ରଶଂସା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୨୪।୯: ମଙ୍ଗଳବାର ପୂର୍ବାହ୍ଣରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ସଚିବସ୍ତରୀୟ ବୈଠକ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ସମେତ ସଂପୃକ୍ତ ବିଭିନ୍ନ ବିଭାଗର ସହଯୋଗରେ ଜନକଲ୍ୟାଣକାରୀ ‘ସୁଭଦ୍ରା’ ଯୋଜନା ସଫଳତାର ସହିତ ଆରମ୍ଭ ହୋଇଥିବାରୁ ମୁଖ୍ୟ ଶାସନ ସଚିବ ପ୍ରଶଂସା କରିଥିଲେ।

ରାଜ୍ୟ ସରକାରଙ୍କ ୧୦୦ ଦିନର କାର୍ଯ୍ୟ ସଫଳତା ମଧ୍ୟରେ ଯେଉଁ ସବୁ ଯୋଜନା ଏବଂ କାର୍ଯ୍ୟକ୍ରମ ଜାରି ରହିଛି, ସେସବୁକୁ ତ୍ୱରାନ୍ୱିତ କରି ବିଭାଗୀୟ କାର୍ଯ୍ୟ ପ୍ରଦର୍ଶନରେ ଅଧିକ ଉନ୍ନତି ଆଣିବାକୁ ମୁଖ୍ୟ ଶାସନ ସଚିବ ସମସ୍ତ ସଚିବମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି । ଏଥି ସହିତ ମୁଖ୍ୟ ଶାସନ ସଚିବ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କର ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାକୁ ଭଲ ଭାବେ ବୁଝିବା ସହିତ ସେସବୁ ଦକ୍ଷତା ଏବଂ ସଫଳତାର ସହ କାର୍ଯ୍ୟକାରୀ କରିବାକୁ ପରାମର୍ଶ ଦେଇଛନ୍ତି ।

ବିଭିନ୍ନ ଯୋଜନାର କାର୍ଯ୍ୟକାରିତାରେ ବାସ୍ତବ ସ୍ଥିତି ଅନୁଧ୍ୟାନ କରିବା, ସମସ୍ୟାର ସମାଧାନ,ଜନସାଧାରଣଙ୍କ ଠାରୁ ମତାମତ ସଂଗ୍ରହ ସହ ବିଭନ୍ନ ଅଂଚଳରେ ଜନସାଧାରଣଙ୍କର ପାନୀୟ ଜଳ, ରାସ୍ତା, ସ୍ୱାସ୍ଥ୍ୟସେବା ଭଳି ସର୍ବନିମ୍ନ ଆବଶ୍ୟକତାକୁ ପୂର୍ଣ୍ଣମାତ୍ରାରେ ଉପଲବ୍ଧ କରାଇବା ସୁନିଶ୍ଚିତ କରାଯିବା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା ।
ଗ୍ରାମାଂଚଳ ଓ ସହରାଂଚଳ ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପ, ଭୂ ସଂସ୍କାର, ପର୍ଯ୍ୟଟନ ସମେତ ବିଭିନ୍ନ ବିଭାଗ ଜରିଆରେ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପ ପାଇଁ ରାଜ୍ୟକୁ କେନ୍ଦ୍ର ସରକାରଙ୍କର ପୁଞ୍ଜି ବିନିଯୋଗ ପାଇଁ ସ୍ୱତନ୍ତ୍ର ସହାୟତାପାଣ୍ଠି ଅନୁଦାନ-୨୦୨୪-୨୫ର ବିନିଯୋଗ ସ୍ଥିତି ଓ ପ୍ରସ୍ତାବସଂପର୍କରେ ଆଲୋଚନା କରାଯାଇ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦିଆଯାଇଥିଲା।

ବୈଠକରେ ନୀତି ଆୟୋଗ ତରଫରୁ କେନ୍ଦ୍ର ବଜେଟ୍ ୨୦୨୪-୨୫ରେ ଘୋଷଣା ଅନୁଯାୟୀ ‘ପୂର୍ବୋଦୟ’ରାଜ୍ୟମାନଙ୍କ ପାଇଁ ଏକ ବ୍ୟାପକ ଦୂରଦୃଷ୍ଟି ଯୋଜନା ପ୍ରଣୟନ ପାଇଁ ନୀତି ଆୟୋଗଙ୍କ ଦ୍ୱାରା ଗଠିତ ପରାମର୍ଶଦାତା କମିଟି ପାଇଁ ଆବଶ୍ୟକୀୟ ମତାମତ ପ୍ରଦାନ ନିମନ୍ତେ ମୁଖ୍ୟ ଶାସନ ସଚିବ ବିଭାଗୀୟ ସଚିବମାନଙ୍କୁ ପରାମର୍ଶ ଦେଇଥିଲେ । ସେହିପରି ଗତ ଜୁଲାଇ ମାସରେ ନୀତି ଆୟୋଗଙ୍କ ୯ମ କାର୍ଯ୍ୟନିର୍ବାହୀ ପରିଷଦର ବୈଠକରେ ଆଲୋଚିତ ନିର୍ଦ୍ଦିଷ୍ଟ କାର୍ଯ୍ୟପନ୍ଥାଗୁଡିକର କାର୍ଯ୍ୟାନ୍ୱୟନ ନେଇ ଆଲୋଚନାକରାଯାଇଥିଲା ।

ଚଳିତ ସେପ୍ଟେମ୍ବର ୨୭ ଓ ୨୮ତାରିଖରେ ଜିଲ୍ଲାପାଳ ସମ୍ମିଳନୀ ଅନୁଷ୍ଠିତ ହେବ । ଏହି ସମ୍ମିଳନୀରେ ବିଭିନ୍ନ ବିଭାଗର ସଚିବମାନଙ୍କ ସମେତ ପ୍ରଥମ ଦିନରେ ରାଜ୍ୟର ସମସ୍ତ ଜିଲ୍ଲାପାଳ ଓ ଦ୍ୱିତୀୟ ଦିନରେ ଜିଲ୍ଲାପାଳଙ୍କ ସମେତ ଜିଲ୍ଲା ଆରକ୍ଷୀ ଅଧିକ୍ଷକମାନେ ଯୋଗଦାନ କରି ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ଏବଂ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗଭିତ୍ତିକ ଆଲୋଚନା କରିବା ସଂପର୍କରେ ବୈଠକରେ ଆଲୋଚନା କରାଯାଇଥିଲା ।

ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଂଜନ କୁମାର ସିଂଙ୍କ ସମେତ ଅନ୍ୟ ସମସ୍ତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଏବଂ କମିଶନର ତଥା ଶାସନ ସଚିବମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ରାୟପୁର-ଭାଇଜାଗ୍‌ କରିଡର: ଓଡ଼ିଶା ସମେତ ୩ ରାଜ୍ୟରେ ଆଣିବ ବିକାଶର ଧାରା

ଭୁବନେଶ୍ୱର,୭ା୧୨: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଦ୍ୱାରା ନିର୍ମାଣାଧୀନ ୬-ଲେନ୍ ବିଶିଷ୍ଟ ରାୟପୁର–ବିଶାଖାପାଟଣା ଅର୍ଥନୈତିକ କରିଡର ଆଗାମୀ ଦିନରେ ଓଡ଼ିଶା ସମେତ ତିନୋଟି...

ବାରବାଟୀ T20: ମ୍ୟାଚ୍ ଦେଖବାକୁ ଆସୁଥିଲେ ଏସବୁ ସ୍ଥାନରେ କରନ୍ତୁ ପାର୍କିଂ

କଟକ,୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍ ବାରବାଟୀରେ ଆୟୋଜିତ ହେବାକୁ ଥିବା T20 ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଉଭୟ ଦଳକୁ କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri