ସେପ୍ଚେମ୍ବର ୨୭, ୨୮ରେ ଜିଲାପାଳ ସମ୍ମିଳନୀ: ‘ସୁଭଦ୍ରା’ ସଫଳତା ପାଇଁ ପ୍ରଶଂସା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୨୪।୯: ମଙ୍ଗଳବାର ପୂର୍ବାହ୍ଣରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ସଚିବସ୍ତରୀୟ ବୈଠକ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ସମେତ ସଂପୃକ୍ତ ବିଭିନ୍ନ ବିଭାଗର ସହଯୋଗରେ ଜନକଲ୍ୟାଣକାରୀ ‘ସୁଭଦ୍ରା’ ଯୋଜନା ସଫଳତାର ସହିତ ଆରମ୍ଭ ହୋଇଥିବାରୁ ମୁଖ୍ୟ ଶାସନ ସଚିବ ପ୍ରଶଂସା କରିଥିଲେ।

ରାଜ୍ୟ ସରକାରଙ୍କ ୧୦୦ ଦିନର କାର୍ଯ୍ୟ ସଫଳତା ମଧ୍ୟରେ ଯେଉଁ ସବୁ ଯୋଜନା ଏବଂ କାର୍ଯ୍ୟକ୍ରମ ଜାରି ରହିଛି, ସେସବୁକୁ ତ୍ୱରାନ୍ୱିତ କରି ବିଭାଗୀୟ କାର୍ଯ୍ୟ ପ୍ରଦର୍ଶନରେ ଅଧିକ ଉନ୍ନତି ଆଣିବାକୁ ମୁଖ୍ୟ ଶାସନ ସଚିବ ସମସ୍ତ ସଚିବମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି । ଏଥି ସହିତ ମୁଖ୍ୟ ଶାସନ ସଚିବ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କର ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାକୁ ଭଲ ଭାବେ ବୁଝିବା ସହିତ ସେସବୁ ଦକ୍ଷତା ଏବଂ ସଫଳତାର ସହ କାର୍ଯ୍ୟକାରୀ କରିବାକୁ ପରାମର୍ଶ ଦେଇଛନ୍ତି ।

ବିଭିନ୍ନ ଯୋଜନାର କାର୍ଯ୍ୟକାରିତାରେ ବାସ୍ତବ ସ୍ଥିତି ଅନୁଧ୍ୟାନ କରିବା, ସମସ୍ୟାର ସମାଧାନ,ଜନସାଧାରଣଙ୍କ ଠାରୁ ମତାମତ ସଂଗ୍ରହ ସହ ବିଭନ୍ନ ଅଂଚଳରେ ଜନସାଧାରଣଙ୍କର ପାନୀୟ ଜଳ, ରାସ୍ତା, ସ୍ୱାସ୍ଥ୍ୟସେବା ଭଳି ସର୍ବନିମ୍ନ ଆବଶ୍ୟକତାକୁ ପୂର୍ଣ୍ଣମାତ୍ରାରେ ଉପଲବ୍ଧ କରାଇବା ସୁନିଶ୍ଚିତ କରାଯିବା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା ।
ଗ୍ରାମାଂଚଳ ଓ ସହରାଂଚଳ ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପ, ଭୂ ସଂସ୍କାର, ପର୍ଯ୍ୟଟନ ସମେତ ବିଭିନ୍ନ ବିଭାଗ ଜରିଆରେ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପ ପାଇଁ ରାଜ୍ୟକୁ କେନ୍ଦ୍ର ସରକାରଙ୍କର ପୁଞ୍ଜି ବିନିଯୋଗ ପାଇଁ ସ୍ୱତନ୍ତ୍ର ସହାୟତାପାଣ୍ଠି ଅନୁଦାନ-୨୦୨୪-୨୫ର ବିନିଯୋଗ ସ୍ଥିତି ଓ ପ୍ରସ୍ତାବସଂପର୍କରେ ଆଲୋଚନା କରାଯାଇ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦିଆଯାଇଥିଲା।

ବୈଠକରେ ନୀତି ଆୟୋଗ ତରଫରୁ କେନ୍ଦ୍ର ବଜେଟ୍ ୨୦୨୪-୨୫ରେ ଘୋଷଣା ଅନୁଯାୟୀ ‘ପୂର୍ବୋଦୟ’ରାଜ୍ୟମାନଙ୍କ ପାଇଁ ଏକ ବ୍ୟାପକ ଦୂରଦୃଷ୍ଟି ଯୋଜନା ପ୍ରଣୟନ ପାଇଁ ନୀତି ଆୟୋଗଙ୍କ ଦ୍ୱାରା ଗଠିତ ପରାମର୍ଶଦାତା କମିଟି ପାଇଁ ଆବଶ୍ୟକୀୟ ମତାମତ ପ୍ରଦାନ ନିମନ୍ତେ ମୁଖ୍ୟ ଶାସନ ସଚିବ ବିଭାଗୀୟ ସଚିବମାନଙ୍କୁ ପରାମର୍ଶ ଦେଇଥିଲେ । ସେହିପରି ଗତ ଜୁଲାଇ ମାସରେ ନୀତି ଆୟୋଗଙ୍କ ୯ମ କାର୍ଯ୍ୟନିର୍ବାହୀ ପରିଷଦର ବୈଠକରେ ଆଲୋଚିତ ନିର୍ଦ୍ଦିଷ୍ଟ କାର୍ଯ୍ୟପନ୍ଥାଗୁଡିକର କାର୍ଯ୍ୟାନ୍ୱୟନ ନେଇ ଆଲୋଚନାକରାଯାଇଥିଲା ।

ଚଳିତ ସେପ୍ଟେମ୍ବର ୨୭ ଓ ୨୮ତାରିଖରେ ଜିଲ୍ଲାପାଳ ସମ୍ମିଳନୀ ଅନୁଷ୍ଠିତ ହେବ । ଏହି ସମ୍ମିଳନୀରେ ବିଭିନ୍ନ ବିଭାଗର ସଚିବମାନଙ୍କ ସମେତ ପ୍ରଥମ ଦିନରେ ରାଜ୍ୟର ସମସ୍ତ ଜିଲ୍ଲାପାଳ ଓ ଦ୍ୱିତୀୟ ଦିନରେ ଜିଲ୍ଲାପାଳଙ୍କ ସମେତ ଜିଲ୍ଲା ଆରକ୍ଷୀ ଅଧିକ୍ଷକମାନେ ଯୋଗଦାନ କରି ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ଏବଂ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗଭିତ୍ତିକ ଆଲୋଚନା କରିବା ସଂପର୍କରେ ବୈଠକରେ ଆଲୋଚନା କରାଯାଇଥିଲା ।

ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଂଜନ କୁମାର ସିଂଙ୍କ ସମେତ ଅନ୍ୟ ସମସ୍ତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଏବଂ କମିଶନର ତଥା ଶାସନ ସଚିବମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?