କଲେକ୍ଟର ଯୁବକଙ୍କ କଥା ନ ଶୁଣି ପ୍ରଥମେ ଚଟକଣି ଦେଲେ, ଶେଷରେ କ୍ଷମା ବି ମାଗିଲେ…

ସୁରଜପୁର,୨୩।୫: ଏବେ ସୋସିଆଲ ମିଡ଼ିଆରେ ଛତିଶଗଡ଼ର ଜଣେ କଲେକ୍ଟରଙ୍କ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ରାଜ୍ୟରେ କରୋନା ସଂକ୍ରମଣ ଯୋଗୁ ଲକ୍‌ଡାଉନ୍‌ ଜାରି ହୋଇଛି। ଅମାନିଆଙ୍କ ପାଇଁ କଡ଼ା କଟକଣା କରାଯାଇଛି। ତେବେ ବେଳେବେଳେ କେତେକ ନିରୀହ ଲୋକଙ୍କୁ ପ୍ରଶାସନର ନିର୍ଯାତନାର ଶିକାର ହେବାକୁ ପଡୁଛି। ଏଭଳି ଅଭାବନୀୟ ଘଟଣା ସୁରଜପୁରରେ ଘଟିଛି। ଲକ୍‌ଡାଉନ୍‌ ସମୟରେ ତଦାରଖ କରୁଥିବା କଲେକ୍ଟର ରଣବୀର ଶର୍ମା ରାସ୍ତାରେ ଯାଉଥିବା ଜଣେ ଯୁବକଙ୍କ ପାଖକୁ ଯାଇ ତାଙ୍କୁ କୌଣସି ପ୍ରଶ୍ନ ନ ପଚାରି ଶକ୍ତ ଚଟକଣି ଦେଇଥିଲେ। ତାଙ୍କ ହାତରୁ ଫୋନ୍‌ ନେଇ ତଳେ ଫିଙ୍ଗି ଭାଙ୍ଗି ଦେଇଥିଲେ। ଯୁବକ ଜଣଙ୍କ ଏକ କାଗଜ ଦେଖାଉଥିବାର ଭିଡ଼ିରେ ମଧ୍ୟ ଦେଖିବାକୁ ମିଳୁଛି। ତେବେ କଲେକ୍ଟର ଏହାପରେ ମୁତୟନ ଥିବା ପୋଲିସଙ୍କୁ ଯୁବକ ଜଣଙ୍କୁ ପିଟିବାକୁ ନିର୍ଦ୍ଦେଶ ଦେଇଥିଲେ। ଶନିବାର ଦିନ ଘଟିଥିବା ଏହି ଘଟଣାର ୫୨ ସେକେଣ୍ଡର ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାପରେ କଲେକ୍ଟର ନିଜ ବ୍ୟବହାର ନେଇ କ୍ଷମା ମାଗିଥିଲେ। ତେବେ ୨୩ ବର୍ଷ ବୟସ୍କ ସମ୍ପୃକ୍ତ ଯୁବକଙ୍କ ବିରୋଧରେ କୋଭିଡ୍‌-୧୯ କଟକଣା ଅନୁସାରେ ମାମଲାର ଦାଏର କରାଯାଇଛି। ଏବେ କଲେକ୍ଟରଙ୍କୁ ସୋସିଆଲ ମିଡ଼ିଆରେ ଟ୍ରୋଲ୍‌ ହେବାକୁ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri