ଛାତ୍ରୀଛାତ୍ରଙ୍କୁ ସଫଳତାର ମନ୍ତ୍ର ଦେଲେ ଜିଲାପାଳ

ତୁମୁଡିବନ୍ଧ,୨୦ା୭(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ନେତାଜୀ ସୁବାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଟିପ୍ସ ଫର୍ମ ଆଇଏଏସ୍‌ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ଜିଲାପାଳ ବେଦଭୂଷ ଓ ସମ୍ମାନିତ ଅତିଥି ଭାବେ ବାଲିଗୁଡା ଉପଜିଲାପାଳ ପ୍ରଣୀତା, ବାଲିଗୁଡା ସମନ୍ବିିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ)ର ପ୍ରକଳ୍ପ ନିର୍ଦ୍ଦେଶକ କୃପାସିନ୍ଧୁ ବେହେରା ଯୋଗ ଦେଇଥିଲେ।

କାର୍ଯ୍ୟକ୍ରମକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧକ୍ଷ ଡ. ସୁନୀଲ କୁମାର ପାତ୍ର ପରିଚାଳନା କରିଥିଲେ। ଅତିଥିମାନେ ଛାତ୍ରୀଛାତ୍ରଙ୍କୁ ନିୟମିତ ଅଧ୍ୟୟନ, ଶୃଙ୍ଖଳା, କଠିନ ପରିଶ୍ରମ ଓ ସକାରାତ୍ମକ ମନୋଭାବ ମାଧ୍ୟମରେ ଜୀବନରେ ସଫଳତା ହାସଲ କରିବା ପାଇଁ ଉତ୍ସାହିତ କରିଥିଲେ।

ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥିମାନେ ନିଜ ଜୀବନର ଅନୁଭୂତି, ସଂଘର୍ଷମୟ ପଥ ଏବଂ ସଫଳତା ସମ୍ପର୍କରେ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରି ସେମାନଙ୍କୁ ଉଚ୍ଚ ଲକ୍ଷ୍ୟ ନିର୍ଦ୍ଧାରଣ କରି ଆଗକୁ ବଢ଼ିବା ପାଇଁ ଉପଦେଶ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପିକା ଅଧ୍ୟାପକ ଓ ବହୁ ସଂଖ୍ୟକ ଛାତ୍ରୀଛାତ୍ର ଓ ସମ୍ମାନିତ ବ୍ୟକ୍ତିବିଶେଷ ଉପସ୍ଥିତ ଥିଲେ।

ଜିଲାପାଳ ବେଦ ଭୂଷଣ ନେତାଜୀ ସୁବାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିଦର୍ଶନ କରି ବିଭିନ୍ନ ଉନ୍ନୟନମୂଳକ ଦିଗର ସମୀକ୍ଷା କରିଥିଲେ। ଗସ୍ତ ସମୟରେ ସେ ବିଦ୍ୟାଳୟ ପରିସରରେ ଅବସ୍ଥିତ କୁଟିଆ କନ୍ଧ ସଂଗ୍ରାହଳୟ ପରିଦର୍ଶନ କରି ସେଠାରେ ସଂରକ୍ଷିତ କୁଟିଆ ଆଦିମ ଜନଜାତିର ପରମ୍ପରା, ସଂସ୍କୃତି ଓ ଐତିହ୍ୟ ସଂଗ୍ରହ କରାଯାଇଥିବା ବିଭିନ୍ନ ସାମଗ୍ରୀ ଗୁଡିକୁ ସମ୍ପର୍କରେ ଅବଗତ ହୋଇଥିଲେ। ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ଉନ୍ନୟନ ପରିଷଦ ବିଭାଗରୁ ଆବଶକୀୟ ଅର୍ଥ ବ୍ୟବସ୍ଥା କରି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଉନ୍ନତିକରଣ ଏବଂ ସଂଗ୍ରହାଳୟ ଉନ୍ନତିକରଣ ନିମନ୍ତେ ମଧ୍ୟ ବ୍ୟବସ୍ଥା କରାଯିବ ବୋଲି ଜିଲାପାଳ ପ୍ରତିଶ୍ରୁତି ଦେଇଛନ୍ତି। ସଂଗ୍ରାହଳୟର ଉନ୍ନୟନ ହେଲେ ଏହା ଜନଜାତି ସଂସ୍କୃତିର ସଂରକ୍ଷଣ ସହ ପର୍ଯ୍ୟଟନର ବିକାଶରେ ମଧ୍ୟ ସହାୟକ ହେବ ବୋଲି ସ୍ଥାନୀୟ ଲୋକମାନେ ଆଶା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri