ପଦ୍ମପୁର ଉପନିର୍ବାଚନ: ସୁରକ୍ଷା ବ୍ୟବସ୍ଥା ନେଇ ସୂଚନା ଦେଲେ ଜିଲାପାଳ

ବରଗଡ଼ ଅଫିସ,୧୯ା୧୧: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଆସନ୍ତା ଡିସେମ୍ବର ୫ରେ ଭୋଟ ଗ୍ରହଣ ହେବ। କଂଗ୍ରେସ, ବିଜେଡି, ଭାଜପା ପ୍ରାର୍ଥୀଙ୍କ ସମେତ ୧୧ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇ ପ୍ରଚାର ଆରମ୍ଭ କରି ଦେଇଛନ୍ତି। ସେହିପରି ନିର୍ବାଚନକୁ ନିରପେକ୍ଷ ଏବଂ ଶୃଙ୍ଖଳିତ ଭାବେ ସମାପନ କରିବା ପାଇଁ ପୋଲିସ, ପ୍ରଶାସନ ମଧ୍ୟ ତତ୍ପର ହୋଇଛି। ଶନିବାର ବରଗଡ଼ ଜିଲା ପୋଲିସ ମୁଖ୍ୟାଳୟରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଉପନିର୍ବାଚନ ପାଇଁ ପୋଲିସ ଓ ପ୍ରଶାସନ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ବରଗଡ଼ ଜିଲାପାଳ ମୋନିଷା ବାନାର୍ଜୀ ଏବଂ ଏସପି ସ୍ମିତ୍‌.ପି. ପରମାର୍‌ ସୂଚନା ଦେଇଥିଲେ। ଏହି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୩୧୯ଟି ବୁଥ୍‌ ରହିଛି ଏବଂ ସେଥିମଧ୍ୟରୁ ୧୫୨ ବୁଥ୍‌ ସମ୍ବେଦନଶୀଳ ଏବଂ ଅଧିକ ସମ୍ବେଦନଶୀଳ ବୁଥ୍‌ ଭାବେ ଚିହ୍ନଟ ହୋଇଛି। ସମ୍ପୃକ୍ତ ବୁଥ୍‌ଗୁଡ଼ିକୁ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ଏସ୍‌ପି, ଜିଲାପାଳ ସୂଚନା ଦେଇଥିଲେ। ସେହିପରି ଉପନିର୍ବାଚନ ପାଇଁ ଆସିଥିବା ୩ ପର୍ଯ୍ୟବେକ୍ଷକ ଜିଲା ପୋଲିସ କଣ୍ଟ୍ରୋଲ ରୁମ୍‌ ବୁଲି ଦେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ପାଣିରେ ବୁଡ଼ିଗଲେ ସ୍ବପ୍ନେଶ୍ୱର ମହାଦେବ, ତଥାପି ଚାଲିଛି ପୂଜାର୍ଚ୍ଚନା

କଟକ,୭।୭: ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ଦିନ ହେଲା ଜିଲାର ବିଭିନ୍ନ ନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଏଭଳିସ୍ଥିତିରେ କଟକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ଚନ୍ଦ୍ରକାନ୍ତ ମୃତ୍ୟୁ ଘଟଣା: ନ୍ୟାୟ ଦାବିରେ ରାସ୍ତା ଅବରୋଧ

ଧୂଷୁରୀ, ୭।୭( ଦୀପ୍ତି ରଞ୍ଜନ ନାୟକ ) : ଧୂଷୁରୀ ଥାନା ଅଧୀନ ମଠଡିହ ବଜାରରେ ମଙ୍ଗଳବାର ପୂର୍ବାହ୍ନରେ ନିକଟସ୍ଥ ସାଠିବାଙ୍କୁଡା ଗ୍ରାମର ମହିଳା,ପୁରୁଷ,ଯୁବତୀ, ଯୁବକ ପ୍ଲାଏ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା

ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

ଅଙ୍ଗନବାଡ଼ି କେନ୍ଦ୍ରରୁ ଖସିଲା କଂକ୍ରିଟ,୩ ଶିଶୁ ଆହତ

କଣ୍ଟାବାଞ୍ଜି,୭।୭: ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କୁର୍ଲ୍ଲୀ ଗାଁ ଅଙ୍ଗନବାଡ଼ି କେନ୍ଦ୍ରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଅଙ୍ଗନବାଡ଼ି କେନ୍ଦ୍ର ଛାତରୁ କଂକ୍ରିଟ ଖସି ୩ଜଣ ଶିଶୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri