ତାରାତାରିଣୀ ମନ୍ଦିର ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ

ପୁରୁଷୋତ୍ତମପୁର,୬।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତି ପୀଠ ତଥା ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଚାଲିଛି। ଏ ନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶୁକ୍ରବାର ଆସି ଏହାର ସମୀକ୍ଷା କରିଛନ୍ତି। ଏହାସହ ଜଜ୍ଞବେଦୀ,ସ୍ନାନ ମଣ୍ଡପ ଆଦି ନୂତନ କାର୍ଯ୍ୟ ଲାଗି ଶୁଭ ଦେଇଛନ୍ତି। ଏହି ସମୟରେ ଛତ୍ରପୁର ଉପ ଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ତହସିଲଦାର ଜନ୍ମଞ୍ଜୟ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।