ଦୁଇ ବସ୍‌ ମୁହାଁମୁହିଁ ଘଟଣା: ଆହତଙ୍କୁ ଭେଟିଲେ ଜିଲାପାଳ, ଏସ୍‌ପି

ବ୍ରହ୍ମପୁର,୨୬ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଖେମୁଣ୍ଡି କଲେଜ ଛକରେ ରବିବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁଇ ମୁହାଁମୁହିଁ ଧକ୍କା ହେବା ଫଳରେ ଏଯାବତ ୧୧ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୯ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ସରକାରୀ ରିପୋର୍ଟରୁ ପ୍ରକାଶ। ପାଟପୁର ଥାନା ଅନ୍ତର୍ଗତ ଖଣ୍ଡଦେଉଳି ଗ୍ରାମର ଏକ କନ୍ୟାଯାତ୍ରୀ ଦଳ ବ୍ରହ୍ମପୁର ବ୍ରହ୍ମାନଗର ଆସିଥିଲେ। କନ୍ୟାକୁ ସେଠାରେ ଛାଡ଼ି ସେମାନେ ଭୋଜି ଖାଇ ଏକ ମିନି ବସ୍‌ ଓଡି ଆର-୧୦ଏ- ୬୮୭୫ ଯୋଗେ ଗାଁ’କୁ ଫେରୁଥିଲେ। ଖେମୁଣ୍ଡି କଲେଜ ଛକରେ ବିଳମ୍ବିତ ରାତିରେ ରାୟଗଡ଼ା ଜିଲା ଗୁଣପୁରରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ଏକ ଓଏସ୍‌ଆରଟିସି ବସ୍‌ ଓଡି ବି ଓ୍ବାଇ୍‌-୧୯୩୮ ଉକ୍ତ ମିନି ବସର ସମ୍ମୁଖକୁ ଧକ୍କା ଦେଇଥିଲା। ଏଥିରେ ଅନେକ ଆହତ ହୋଇଥିଲେ। ସମସ୍ତଙ୍କୁ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ୧୧ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୯ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଶୁଭେନ୍ଦୁ ପ୍ରଧାନ (୩୨)ଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଖବର ପାଇ ଜିଲାପାଳ ଦିବ୍ୟଲୋଚନା ପରିଡ଼ା,ବ୍ରହ୍ମପୁର ଉପଜିଲପାଳ ଆଶୁତୋଷ କୁଲକର୍ଣ୍ଣି , ବ୍ରହ୍ମପୁର ଏସ୍‌ପି ଡା. ସର୍ବଣ ବିବେକ ଏମ୍‌. ଏମ୍‌କେସିଜିରେ ପହଞ୍ଚିଥିଲେ। ଆହତଙ୍କୁ ଭେଟି ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ। ଜିଲାପାଳ କହିଥିରେ, ଦୁର୍ଘଟଣାରେ ଆହତମାନଙ୍କ ଚିକିତ୍ସା ଚାଲିଛି। ସେମାନଙ୍କୁ ସମସ୍ତ ପ୍ରକାର ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨

ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri