ମୁଖ୍ୟ ଚିକିତ୍ସାଳୟ ବୁଲିଲେ ଜିଲାପାଳ

ପୁରୀ ଅଫିସ,୨।୨: ପୁରୀ ଜିଲାପାଳ ସମର୍ଥ ବର୍ମା ସୋମବାର ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ଓପିଡି, ରେଜିଷ୍ଟ୍ରେଶନ କାଉଣ୍ଟର, ଏକ୍ସରେ, ଆଇପିଡି, ନିରାମୟ ସେଣ୍ଟର ବୁଲି ସ୍ଥିତି ପରଖିଛନ୍ତି। ସ୍ବାସ୍ଥ୍ୟ ଭିତ୍ତିଭୂମିର ସମୀକ୍ଷା କରିବା ସହ ସମସ୍ତ ପ୍ରକାର ମାଗଣା ଔଷଧ ଉପଲବ୍ଧ ରହୁଛି କି ନାହିଁ, ଓପିଡି ସୁବିଧା ଉପଲବ୍ଧ ହେଉଛି କି ନାହିଁ ଇତ୍ୟାଦି ସମ୍ପର୍କରେ ରୋଗୀଙ୍କୁ ପଚାରି ବୁଝିଥିଲେ। ରେଜିଷ୍ଟ୍ରେଶନ କାଉଣ୍ଟରରେ କାର୍ଯ୍ୟ କିଭଳି ଭାବେ ଚାଲିଛି ସେ ନେଇ ମଧ୍ୟ ଡାକ୍ତରଖାନାର କର୍ମଚାରୀଙ୍କୁ ପଚାରି ବୁଝିଥିଲେ। ଏହାପରେ ସେ ନିର୍ମାଣ ହେବାକୁ ଯାଉଥିବା ୩ଶହ ଶଯ୍ୟା ବିଶିଷ୍ଟ ଡାକ୍ତରଖାନାର ସ୍ଥାନ ବୁଲି ଦେଖିଥିଲେ। କୋଭିଡ୍‌ ଟିକାକରଣ, ମେଡିକାଲ କଲେଜ ଭିତ୍ତିଭୂମି କାର୍ଯ୍ୟ, କର୍ମଚାରୀ ନିଯୁକ୍ତି, ମେଡିକାଲ କଲେଜର ସୁପରିଣ୍ଟେଣ୍ଡେଣ୍ଟ ନିଯୁକ୍ତି ପ୍ରସଙ୍ଗରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ସୁଜାତା ମିଶ୍ରଙ୍କ ସହିତ ଆଲୋଚନା କରିଥିଲେ। ଭୀମ ଭୋଇ ସାମର୍ଥ୍ୟ ଶିବିର ଆୟୋଜନ ନେଇ ଆବଶ୍ୟକ ବ୍ୟବସ୍ଥା କରିବା ପାଇଁ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ମୁଖ୍ୟ ଚିକିତ୍ସାଧିକାରୀଙ୍କ ସମେତ ଅନ୍ୟ ଚିକିତ୍ସାଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri