ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ ଋଷିକୁଲ୍ୟା ଜ଼ିଲା ପରିଷଦ ସମ୍ମିଳନୀ କକ୍ଷଠାରେ ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତଙ୍କ ଅଧୀନରେ ଆସୁଥିବା ଜିଲାର ଜ଼ିଲାପାଳମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ ଅଧ୍ୟକ୍ଷତା କରିଥିଲେ। ବର୍ଷକ ମଧ୍ୟରେ ହେବାକୁ ଥିବା ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ଘରକୁ ଘର ଯାଇ ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ ସର୍ଭେ, ବାଲଟ ବକ୍ସ, ଇଭିଏମର ସ୍ଥିତି ଓ ଅବସ୍ଥିତି ଯାଞ୍ଚ, ପଞ୍ଚାୟତ ନିର୍ବାଚନ ପାଇଁ ବୁଥ ପୁନଃଗଠନ ଓ ମତଦାତାଙ୍କ ନିକଟତମ ସ୍ଥାନରେ ବୁଥ ବ୍ୟବସ୍ଥା କରିବା ଆଦି ଉପରେ ସବିଶେଷ ସୂଚନା ରାଜ୍ୟ ନିର୍ବାଚନ କମିଶନର ପାଢ଼ୀ ସମ୍ମିଳନୀରେ ଉପସ୍ଥାପନା କରିଥିଲେ।

ସାମୁହିକ ଆଭିମୁଖ୍ୟ ନେଇ ସମସ୍ତ କାମ କରିବାକୁ ଅଧିକାରୀମାନଙ୍କୁ ସେ ପରାମର୍ଶ ଦେଇଛନ୍ତି। ଏହି ସମ୍ମିଳନୀରେ ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ ସଂଗ୍ରାମ କେଶରୀ ମହାପାତ୍ର, ରାଜ୍ୟ ନିର୍ବାଚନ କମିଶନରଙ୍କ ସଚିବ ସନ୍ତୋଷ କୁମାର ଦାସ, ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତିଭାସନ, କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନ, କନ୍ଧମାଳ ଜିଲାପାଳ ବେଦଭୂଷଣ, କଳାହାଣ୍ଡି ଜିଲାପାଳ ସଚିନ ପାୱାର, ଗଜପତି ଜିଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ, ମାଲକାନଗିରି ଜିଲାପାଳ ସୋମେଶ କୁମାର ଉପାଧ୍ୟାୟ, ନବରଙ୍ଗପୁର ଜିଲାପାଳ ଡ. ମହେଶ୍ୱର ସ୍ବାଇଁ, ରାୟଗଡ଼ା ଜିଲାପାଳ ଆଶୁତୋଷ କୁଲକର୍ଣ୍ଣି, ବ୍ରହ୍ମପୁର ମହାନଗର ନିଗମ କମିଶନର ପ୍ରଥମେଶ ଅରବିନ୍ଦ ରାଜସିର୍କେ, ଉପରୋକ୍ତ ସମସ୍ତ ଜିଲାର ଅତିରିକ୍ତ ଜିଲାପାଳ, ଉପଜ଼ିଲାପାଳ, ଜ଼ିଲା ପଞ୍ଚାୟତ ଅଧିକାରୀମାନେ ଯୋଗଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri