ବଦଳିବ କଲେଜ କ୍ୟାମ୍ପସ୍‌ ରୂପରେଖ

ଭୁବନେଶ୍ୱର,୧୨।୭(ଅନୁରାଧା ମହାରଣା): ୫-ଟି ରୂପାନ୍ତରଣ ମାଧ୍ୟମରେ ପୂର୍ବରୁ ବିଦ୍ୟାଳୟଗୁଡ଼ିକର ରୂପରେଖ ବଦଳୁଥିବାବେଳେ ଏବେ ଏହି କାର୍ଯ୍ୟକ୍ରମରେ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକୁ ସାମିଲ କରାଯାଉଛି। କଲେଜରେ ଛାତ୍ରୀଛାତ୍ରଙ୍କ ପାଇଁ ସ୍ମାର୍ଟଶ୍ରେଣୀଗୃହଠାରୁ ଆରମ୍ଭକରି ଇ-ଲାଇବ୍ରେରି ସୁବିଧା କରାଯିବ। ଉତ୍ତମମାନର ଲାବୋରେଟରି ସାଙ୍ଗକୁ ଉନ୍ନତ ଶ୍ରେଣୀଗୃହରେ ପିଲାମାନେ ପାଠ ପଢ଼ିବେ। ଅତ୍ୟାଧୁନିକ ବ୍ୟବସ୍ଥାରେ କଲେଜ କ୍ୟାମ୍ପସର ରୂପରେଖ ବଦଳିବ। ଏହି କ୍ରମରେ ଗଞ୍ଜାମ ଜିଲାର ୧୧ଟି ଶିକ୍ଷାନୁଷ୍ଠାନର ବିକାଶ କରାଯିବ। ମୋ କଲେଜ ଅଭିଯାନରେ ସାମିଲ ହୋଇ ୫-ଟି ରୂପାନ୍ତରଣ କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲାର ୮ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ୩ଟି ଡିଗ୍ରୀ କଲେଜର ରୂପାନ୍ତରଣ ପାଇଁ ରୁଙ୍ଗ୍‌ଟା ସନ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ସିଏସ୍‌ଆର୍‌ ଫଣ୍ଡରୁ ୪ କୋଟି ୫୦ ଲକ୍ଷ ଟଙ୍କା ଅର୍ଥରାଶି ପ୍ରଦାନ କରାଯାଇଛି। ଗଞ୍ଜାମ ଜିଲାପାଳଙ୍କ ତତ୍ତ୍ୱାବଧାନରେ ଏହି ଅର୍ଥ କଲେଜର ଉନ୍ନତୀକରଣ ପାଇଁ ଆସିଛି। ଏହାପରେ କଲେଜରେ ବିଭିନ୍ନ ପ୍ରକଳ୍ପ ପାଇଁ ଏହି ଅର୍ଥରାଶିର ଦୁଇଗୁଣା ଅର୍ଥ ୯କୋଟି ଟଙ୍କା ସରକାରଙ୍କ ଅନୁମୋଦନ ପରେ ‘ମୋ କଲେଜ’ ଅଭିଯାନ ପକ୍ଷରୁ ପ୍ରଦାନ କରାଯାଇଛି। ଏହି ଅର୍ଥରାଶିରେ ଗଞ୍ଜାମ ହିଞ୍ଜିଳିକାଟୁ ବ୍ଲକର ଗନ୍ଦଳା ବେଲଗାମସ୍ଥିତ ଶ୍ରୀ ବେଲେଶ୍ୱର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ପୋଚିଲିମାସ୍ଥିତ ଖମ୍ବେୟା ଦୋରା ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କଞ୍ଚୁରୁସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଶାସନସ୍ଥିତ ଓଏଭିଏସ୍‌ ହିଞ୍ଜିଳିକାଟୁ ଏବଂ ଗନ୍ଦଳା ବେଲଗାମସ୍ଥିତ ଶ୍ରୀ ବେଲେଶ୍ୱର ଡିଗ୍ରୀ ମହାବିଦ୍ୟାଳୟ, ହିଞ୍ଜିଳିକାଟୁ ମ୍ୟୁନିସିପାଲିଟି ଅଞ୍ଚଳରେ ଥିବା ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ବିଜ୍ଞାନ ମହାବିଦ୍ୟାଳୟ, ଶେରଗଡ ବ୍ଲକ୍‌ର ପିତ୍ତଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଉଦୟ ପ୍ରତାପ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଶେରଗଡ଼ ଓଏଭି ଏବଂ ଉଦୟ ପ୍ରତାପ ବିଜ୍ଞାନ ଡିଗ୍ରୀ ମହାବିଦ୍ୟାଳୟର ଉନ୍ନତୀକରଣ କରାଯିବ। ଏହି ସବୁ ଉଚ୍ଚ ମାଧ୍ୟମିକ ସ୍କୁଲ ଓ ମହାବିଦ୍ୟାଳୟରେ ସ୍ମାର୍ଟ ଶ୍ରେଣୀଗୃହ ନିର୍ମାଣ, ପୁରୁଣା ଶ୍ରେଣୀଗୃହର ଉନ୍ନତୀକରଣ, ନୂଆ ଅଡିଟୋରିୟମ, କମନରୁମ୍‌ ପ୍ରତିଷ୍ଠା, ଛାତ୍ରୀ ଓ ଛାତ୍ରୀଙ୍କ ପାଇଁ ଶୌଚାଳୟ ନିର୍ମାଣ କରାଯିବ। ଏଥିସହ ଇ-ଲାଇବ୍ରେରି, କଲେଜ କ୍ୟାମ୍ପସ ସୌନ୍ଦର୍ଯ୍ୟକରଣ ସହ କଲେଜରେ ବାସ୍କେଟବଲ, ଭଲିବଲ କୋର୍ଟ ତିଆରି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?