ବିଧାନସଭାରେ କଲେଜ ନିର୍ବାଚନ ତାତି

ଭୁବନେଶ୍ୱର,୨୧।୮ (ଅନିଲ ଦାସ):କଲେଜ ନିର୍ବାଚନକୁ ନେଇ ବିଧାନସଭାରେ ପ୍ରବଳ ହଟ୍ଟଗୋଳ ହୋଇଛି । ବିରୋଧୀ କଂଗ୍ରେସ ଏହି ପ୍ରସଙ୍ଗକୁ ନେଇ ବିଧାନସଭାକୁ ଅଚଳ କରିଦେଇଛି। ପ୍ରଶ୍ନକାଳ, ଶୂନ୍ୟକାଳ, ମୁଲତବୀ ସବୁ କିଛି ବିରୋଧୀଙ୍କ ହୋ ହଲ୍ଲାରେ ହଜିଯାଇଛି। କିଛିଦିନ ବ୍ରେକ ପରେ ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଆରମ୍ଭରୁ ବିରୋଧୀ କଲେଜ ନିର୍ବାଚନ, ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ, ଏଏସ୍‌ଓଙ୍କୁ ରାଜ୍ୟପାଳଙ୍କ ପୁଅ ମାଡ଼ ଘଟଣା ଇତ୍ୟାଦି ପ୍ରସଙ୍ଗକୁ ନେଇ ଉଭୟ ବିଜେଡି ଓ କଂଗ୍ରେସ ବିଧାନସଭାରେ ହଟ୍ଟଗୋଳ କରିଥିଲେ। ପୂର୍ବାହ୍ନ ୧୦ଟା ୩୦ ମିନିଟ୍‌ରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା। ଗୃହ କାର୍ଯ୍ୟ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ ଶୋକ ପ୍ରସ୍ତାବ ଆଗତ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ କହିଥିଲେ। ବିଧାନସଭାରେ ୧୦ ମିନିଟ୍‌ ଧରି ଶୋକ ପ୍ରସ୍ତାବ ଆଲୋଚନା ପରେ ୧୦ଟା ୪୦ ମିନିଟ୍‌ରେ ବାଚସ୍ପତି ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ଏହି ସମୟରେ କଂଗ୍ରେସ ସଭ୍ୟ ତାରା ପ୍ରସାଦ ବାହିନୀପତି କଲେଜ ନିର୍ବାଚନ ପ୍ରସଙ୍ଗ ଉଠାଇ ଶାସକ ଦଳକୁ ଆକ୍ରମଣ କରିଥିଲେ। ସେ କହିଥିଲେ, ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ କାହିଁକି କରାଯିବ ନାହିଁ। ସରକାର ଏହାର ସ୍ପଷ୍ଟୀକରଣ ଦିଅନ୍ତୁ। ଏହି ଦାବିକରି ତାରା ଓ କଂଗ୍ରେସର ଅନ୍ୟ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ। କଲେଜ ଇଲେକ୍ସନ ଆମର ଦାବି.. ଆମର ଦାବି କହି ସ୍ଲୋଗାନ ଦେଇଥିଲେ। ବିଜେଡି ସଭ୍ୟମାନେ ନିଜ ଆସନ ନିକଟରେ ଛିଡ଼ା ହୋଇ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ, ଏଏସ୍‌ଓଙ୍କୁ ରାଜ୍ୟପାଳଙ୍କ ପୁଅ ମାଡ଼ ଘଟଣାକୁ ନେଇ ହଟ୍ଟଗୋଳ କରିଥିଲେ।
ଇତିମଧ୍ୟରେ ବାଚସ୍ପତି ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଆଗେଇ ନେବାକୁ ଚେଷ୍ଟା କରିଥିଲେ। ମାତ୍ର ପରିସ୍ଥିତି ଅସମ୍ଭାଳ ହେବାରୁ ବାଚସ୍ପତି ମାତ୍ର ୧ ମିନିଟ୍‌ ପରେ ଗୃହକୁ ୧୦ଟା ୪୧ରୁ ୧୧ଟା ୪୧ ମିନିଟ୍‌ ଯାଏ ମୁଲତବୀ ଘୋଷଣା କରି ଦେଇଥିଲେ। ଏହା ପରେ ମଧ୍ୟ ଗୃହରେ ସ୍ବାଭାବିକ ସ୍ଥିତି ଫେରି ନ ଥିଲା। ୧୧ଟା ୪୧ରେ ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଅଗଷ୍ଟ ୭ ତାରିଖରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ସମ୍ପର୍କରେ ଗୃହକୁ ଅବଗତ କରିବାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଥିଲେ। ଏହି ସମୟରେ କଂଗ୍ରେସ ସଦସ୍ୟମାନେ ସମାନ ଦାବି ନେଇ ପୁଣି ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଥିଲେ। ହଟ୍ଟଗୋଳ ମଧ୍ୟରେ ମନ୍ତ୍ରୀ କ୍ୟାବିନେଟ ନିଷ୍ପତ୍ତି ସମ୍ପର୍କରେ ଗୃହକୁ ସୂଚନା ଦେଇଥିଲେ। ମନ୍ତ୍ରୀଙ୍କ ବିବୃତି ପରେ ବାଚସ୍ପତି ଗୃହକୁ ପୂର୍ବାହ୍ନ ୧୧ଟା ୪୫ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ। ଅପରାହ୍ନରେ ମଧ୍ୟ ଗୃହ ସ୍ବାଭାବିକ ହୋଇ ପାରି ନ ଥିଲା। ତେବେ ଅପରାହ୍ନରେ ହଟ୍ଟଗୋଳ ମଧ୍ୟରେ ବିଧାନସଭାରେ ବିଭିନ୍ନ ବିଭାଗର ପେପର ଓ ଷ୍ଟାଣ୍ଡିଂ ରିପୋର୍ଟ ଉପସ୍ଥାପିତ ହୋଇଥିଲା। ଏହାପରେ ବାଚସ୍ପତି ଗୃହକୁ ବୁଧବାର ପୂର୍ବାହ୍ନ ୧୦ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?