ଏ ବର୍ଷ ଛାତ୍ର ସଂସଦ ନିର୍ବାଚନ ହେଉ

ଭୁବନେଶ୍ୱର, ୨୨ା୮(ଅସମାପିକା ସାହୁ): ରାଜ୍ୟ ସରକାର ଚଳିତବର୍ଷ ଛାତ୍ର ସଂସଦ ନିର୍ବାଚନ କରିବେ ନାହିଁ ବୋଲି ସ୍ପଷ୍ଟ କରିବା ପରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି। ଶିକ୍ଷା କ୍ୟାଲେଣ୍ଡରରେ ସରକାର ଛାତ୍ର ସଂସଦ ନିର୍ବାଚନକୁ ସାମିଲ କରି ଏବର୍ଷ ନିର୍ବାଚନ କରିବା ପାଇଁ ଏବିଭିପି ଦାବି କରିଛି। ଚଳିତବର୍ଷ ଛାତ୍ର ସଂସଦ ନିର୍ବାଚନ କରିବା ପାଇଁ ଗୁରୁବାରଠାରୁ ଏବିଭିପି ପକ୍ଷରୁ ବିଭିନ୍ନ ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟରେ ଦସ୍ତଖତ ଅଭିଯାନ, ବିକ୍ଷୋଭ ଓ ଦାବି ପ୍ରଦର୍ଶନ କରାଯିବ ବୋଲି ଏବିଭିପି ପ୍ରାନ୍ତ କାର୍ଯ୍ୟାଳୟ ସମ୍ପାଦକ ବୃନ୍ଦାବନ ପ୍ରଧାନ ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦେଇଛନ୍ତି।
ଏବିଭିପିର ରାଜ୍ୟ ସମ୍ପାଦକ ଅରିଜିତ ପଟ୍ଟନାୟକ କହିଛନ୍ତି, ନେତୃତ୍ୱ ବିକାଶର ଅନ୍ତୁଡ଼ିଶାଳ ଛାତ୍ରସଂସଦ ନିର୍ବାଚନର ଆବଶ୍ୟକତା ରହିଛି। ପୂର୍ବ ସରକାର ଛାତ୍ରନେତାଙ୍କ ଭ୍ରୁଣହତ୍ୟା କରିବା ପାଇଁ ନିର୍ବାଚନ ବନ୍ଦ କରି ଏକଚ୍ଛତ୍ରବାଦ ଶାସନ ଚଳାଇଥିଲେ। କିନ୍ତୁ ଆଜି ରାଜ୍ୟରେ ସରକାର ପରିବର୍ତ୍ତିତ ହୋଇଛି। ଛାତ୍ରସଂସଦ ନିର୍ବାଚନ ହେବାଦ୍ୱାରା କଲେଜର ସାଧାରଣ ସମସ୍ୟା ସାମ୍ନାକୁ ଆସେ ଏବଂ ତା’ର ସମାଧାନ ହୁଏ। ଚଳିତବର୍ଷ ଛାତ୍ରୀଛାତ୍ର ଉତ୍ସାହିତ ଅଛନ୍ତି ଯେ, ନିର୍ବାଚନ ହେଉ ଓ ସେମାନଙ୍କ ଗଣତାନ୍ତ୍ରିକ ଅଧିକାର ସେମାନେ ଲାଭ କରନ୍ତୁ। ଆମେ ୬ ବର୍ଷ ଧରି ଏହି ବିଷୟରେ ଦାବିକରି ଆସିଛୁ, କୋର୍ଟକୁ ମଧ୍ୟ ଯାଇଛୁ। ରାଜ୍ୟ ସରକାର ଚଳିତବର୍ଷ ଛାତ୍ରସଂସଦ ନିର୍ବାଚନକୁ ଉଚ୍ଚ ଶିକ୍ଷା ବିଭାଗ କ୍ୟାଲେଣ୍ଡରରେ ଯୋଡ଼ିବା ସହ ନିର୍ବାଚନ କରନ୍ତୁ ବୋଲି ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri