ବନ୍ଦ ହେବାକୁ ବସିଛି ଫାର୍ମାସୀ କଲେଜ

ସାରସକଣା,୯ା୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଝାରପୋଖରିଆସ୍ଥିତ ସୀମାନ୍ତ ଇନଷ୍ଟିଚ୍ୟୁଟ ଅଫ୍‌ ଫାର୍ମାସିଟିକାଲ ସାଇନ୍ସ କଲେଜ ଏବେ ବନ୍ଦ ହେବାକୁ ବସିଛି। ଏକଦା ଏହି କଲେଜ ଶିକ୍ଷାଦାନ କ୍ଷେତ୍ରରେ ବେଶ ସୁନାମ ଅର୍ଜନ କରିଥିଲା। ଓଡ଼ିଶା ସମେତ ପଡ଼ୋଶୀ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ରାଜ୍ୟର ଅନେକ ଛାତ୍ରୀଛାତ୍ର ଏଠାରେ ପାଠ ପଢ଼ୁଥିଲେ। ଘରୋଇ ଭାବେ ଚାଲିଥିବା ଏହି କଲେଜକୁ ସରକାର ହାତକୁ ନ ନେବାରୁ ଏହା ଏବେ ବନ୍ଦ ହେବା ଅବସ୍ଥାରେ ପହଞ୍ଚତ୍ଛି। ଆଗଭଳି ଆଉ ଛାତ୍ରୀଛାତ୍ର ନାମ ଲେଖାଉ ନ ଥିବାରୁ ଏଠାରେ ନିଯୁକ୍ତ କେତେଜଣ ଅଧ୍ୟାପକ ଚାକିରି ଛାଡ଼ି ପଳାଇ ଯାଉଥିବା ଦେଖିବାକୁ ମିଳିଛି। ୧୯୮୧ରେ ସୀମାନ୍ତ ସମିତି ଦ୍ୱାରା ଏଠାରେ ଫାର୍ମାସୀ ଶିକ୍ଷା ବିଭାଗର ଡି-ଫାର୍ମ ଶିକ୍ଷା ଆରମ୍ଭ ହୋଇଥିଲା। ୧୯୯୫ରେ ବି ଫାର୍ମାସୀ ଓ ୨୦୦୨ରେ ଏମ୍‌ ଫାର୍ମ ଆରମ୍ଭ ହୋଇଥିଲା। ଶିରିଶ ହୋତା, ହରେକୃଷ୍ଣ ଦାସ, ସୁରେଶ ପଣ୍ଡା, ପରେଶ ବସା ପ୍ରମୁଖ ଏହି ଶିକ୍ଷାନୁଷ୍ଠାନ ଆରମ୍ଭ କରିଥିଲେ। ପରେଶ ବସାଙ୍କ ଅବଦାନ ଅଧିକ ରହିଥିଲା। ତେବେ ପରେଶ ବସାଙ୍କ ଦେହାନ୍ତ ପରେ ଶିକ୍ଷାନୁଷ୍ଠାନରେ ଅବ୍ୟବସ୍ଥା ଦେଖାଦେଲା। ନୂତନଶିକ୍ଷା ବର୍ଷରେ ଜମି ଅଧିଗ୍ରହଣ ନେଇ ସମସ୍ୟା ସୃଷ୍ଟି ହେବାରୁ ଏଠାରେ ପିଲା ନାମ ଲେଖାଇ ପାରିବେ ନାହିଁ ବୋଲି ଖବର ପ୍ରଚାରିତ ହେଲା। ଫଳରେ ନୂତନ ବର୍ଷରେ ଏଠାରେ ଛାତ୍ରୀଛାତ୍ର ନାମ ଲେଖାଇ ନାହାନ୍ତି। ଭିତ୍ତିିିଭୂମିର ଅଭାବ ରହିଥିବା ସମ୍ପର୍କରେ ମଧ୍ୟ ଫାର୍ମାସୀ କାଉନସିଲ ଅଫ୍‌ ଇଣ୍ଡିଆ (ପି.ସି.ଆଇ.)ରୁ ଚିଠି ଆସିଥିଲା। ଏହା ଜାଣି ଶିକ୍ଷାନୁଷ୍ଠାନର କେତେଜଣ ଅଧ୍ୟାପକ ଅନ୍ୟତ୍ର ଚାକିରି କରିବାକୁ ପଳାଇଯାଉଥିବା ଜାଣିବାକୁ ମିଳିଛି। ସରକାର ଏହି ପୁରାତନ କଲେଜକୁ ହାତକୁ ନେବାକୁ ଅନେକ ପୁରାତନ ଛାତ୍ର ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri