କଲେଜ ଅଧ୍ୟକ୍ଷ, ଏସ୍‌ଡିପିଓ ନିଲମ୍ବିତ

 

ଭୁବନେଶ୍ୱର,୧୯।୧(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ମା’ ତାରିଣୀ କଲେଜ ଅଧ୍ୟକ୍ଷ ବିକାଶ ଦାଶ ଓ ସାଲେପୁର ଏସ୍‌ଡିପିଓ ପ୍ରଶାନ୍ତ ମାଝିଙ୍କୁ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ଚାକିରିରୁ ନିଲମ୍ବିତ କରାଯାଇଛି। ଅଧ୍ୟକ୍ଷ ଦାଶଙ୍କ ବିରୋଧରେ ମାର୍ଶାଘାଇ ଥାନାରେ ମଧ୍ୟ ମାମଲା ରୁଜୁ କରାଯାଇଛି। କେନ୍ଦ୍ରାପଡ଼ା ଜିଲାପାଳଙ୍କ ରିପୋର୍ଟ ଆଧାରରେ କମିଶନ ଏହି ୨ ସରକାରୀ ଅଧିକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସମ୍ପୃକ୍ତ ବିଭାଗକୁ ସୁପାରିସ କରିଥିଲେ। ଏଥିସହ ଅଧ୍ୟକ୍ଷଙ୍କ ନାଁରେ ଥାନାରେ ଏଫ୍‌ଆଇଆର ରୁଜୁ କରିବା ପାଇଁ ଜିଲାପାଳଙ୍କୁ କହିଥିଲେ। ସେହିପରି ସାଲେପୁର ଏସ୍‌ଡିପିଓ ପ୍ରଶାନ୍ତ ମାଝିଙ୍କୁ ନିଲମ୍ବନ କରିବା ପାଇଁ ଡିଜିପିଙ୍କୁ ସୁପାରିସ କରାଯାଇଥିଲା।ଏଠାରେ ଉଲ୍ଲେଖଯୋଗ୍ୟ ଯେ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନ ଜାରି କରିଥିବା ଗାଇଡ୍‌ଲାଇନକୁ ଉଲ୍ଲଂଘନ କରି ଗତ ରବିବାର ମା’ତାରିଣୀ କଲେଜରେ ନିର୍ବାଚନୀ ସଭା ଆୟୋଜିତ ହୋଇଥିଲା । ଏହି ସଭାରେ ୨ ଶହରୁ ଊର୍ଦ୍ଧ୍ୱ ଲୋକ ଏକତ୍ରିତ ହୋଇଥିଲେ। ଗଡ଼ରୋମିତ ପଞ୍ଚାୟତର ଆଶାୟୀ ସରପଞ୍ଚ ପ୍ରାର୍ଥୀ (ଜଣେ ମହିଳା)ଙ୍କୁ ଜିତାଇବା ପାଇଁ ଏହି ସଭା ଆୟୋଜିତ ହୋଇଥିବା ଅଭିଯୋଗ ହୋଇଥିଲା। ଅଧ୍ୟକ୍ଷ ଦାଶ ଏବଂ ଏସ୍‌ଡିପିଓ ମାଝି ଉକ୍ତ ପଞ୍ଚାୟତର ବାସିନ୍ଦା ହୋଇଥିବାରୁ ସେମାନେ ମଧ୍ୟ ସେଠାରେ ଉପସ୍ଥିତ ଥିଲେ। ଏହାର ଭିଡିଓ ଭାଇରାଲ ହେବା ପରେ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ କେନ୍ଦ୍ରାପଡ଼ା ଜିଲାପାଳଙ୍କୁ ରିପୋର୍ଟ ତଲବ କରିଥିଲେ। ଜିଲାପାଳଙ୍କ ରିପୋର୍ଟ ଆଧାରରେ ଉଭୟ ସରକାରୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଛି।
ଚଳିତ ପଞ୍ଚାୟତ ନିର୍ବାଚନ ପାଇଁ ଜାନୁୟାରୀ ୧୧ ତାରିଖରୁ ରାଜ୍ୟରେ ନିର୍ବାଚନ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। କୋଭିଡ୍‌ ମହାମାରୀ ଯୋଗୁ କୌଣସି ପ୍ରକାରର ସଭାସମିତି, ବୈଠକ, ବାଇକ ରାଲି ଓ ପଥପ୍ରାନ୍ତ ସଭା ଆଦି ଉପରେ ସମ୍ପୂର୍ଣ୍ଣ କଟକଣା ଜାରି କରାଯାଇଛି। କେବଳ ସର୍ବାଧିକ ୫ ଜଣଙ୍କୁ ଧରି ପ୍ରାର୍ଥୀ ଘରକୁ ଘର ବୁଲି ପ୍ରଚାର କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri