ମହିଳା କର୍ମଚାରୀଙ୍କୁ ଅସଦାଚରଣ କରି ଗିରଫ ହେଲେ କଲେଜ ଅଧ୍ୟକ୍ଷ

ହାଟଡିହୀ,୧୧l୧(ଡି.ଏନ.ଏ.): ଜଣେ ମହିଳା କର୍ମଚାରୀଙ୍କୁ ଅସଦାଚରଣ ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ବଉଳା କଲେଜର ଭାରପ୍ରାପ୍ତ ଅଧ୍ୟକ୍ଷ ଶିବ ଚରଣ ଖମୁରାଇଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି।

ଅଭିଯୋଗ ଅନୁଯାୟୀ, ମହିଳା କର୍ମଚାରୀ ଜଣଙ୍କ ଅସୁସ୍ଥତା କାରଣରୁ ୨୦୨୧ ଅକ୍ଟୋବର ୨୭ରୁ ଏକ ମେଡିକାଲରେ ଚିକିତ୍ସିତ ହେଉଥିଲେ। ମେଡିକାଲରେ ଥିବା ବେଳେ ସେ ଅନ୍‌ଲାଇନରେ କଲେଜ କାର୍ଯ୍ୟ କରୁଥିଲେ। ଗତ ଡିସେମ୍ବର ୨୮ରେ ସେ କଲେଜରେ ଯୋଗ ଦେଇଥିଲେ। ତାଙ୍କର ବକେୟା ଥିବା ୫ ମାସର ଦରମା ପ୍ରଦାନ ପାଇଁ ସେ ଅଧ୍ୟକ୍ଷଙ୍କୁ ନିବେଦନ କରିଥିଲେ। ଗତ ଶନିବାର ସେ ଅଫିସରେ କାମ କରୁଥିବା ବେଳେ ଅଧ୍ୟକ୍ଷ ଖମୁରାଇ ତାଙ୍କୁ ଅଶାଳୀନ ବ୍ୟବହାର କରିଥିଲେ। ଏହି ଘଟଣାରେ ଅଧ୍ୟକ୍ଷଙ୍କୁ ଗିରଫ ଦାବି କରି ମହିଳାମାନେ ସୋମବାର ଥାନା ଦ୍ୱାରସ୍ଥ ହେବା ପରେ ପୋଲିସ ଏକ ମାମଲା ( ନଂ.୬/୨୦୨୨) ରୁଜୁ କରିଛି।

ଅନ୍ୟପକ୍ଷେ ଅଧ୍ୟକ୍ଷ ଖମୁରାଇ ମଧ୍ୟ ଥାନାରେ ପାଲଟା ଅଭିଯୋଗ କରିଛନ୍ତି ଯେ, ଉକ୍ତ ମହିଳା କର୍ମଚାରୀଙ୍କ ସ୍ବାମୀ ଓ ଭାଇ ଅଫିସରେ ପଶି ମାଡ଼ ମାରିବା ସହ ସିସିକ୍ୟାମେରା ଭାଙ୍ଗି ରେକର୍ଡ ପତ୍ର ଚିରି ଦେଇଥିଲେ। ମହିଳା କର୍ମଚାରୀ ଜଣକ ତାଙ୍କ ନାମରେ ମିଥ୍ୟା ଅଭିଯୋଗ କରିଛନ୍ତି। ତେବେ ମହିଳା କର୍ମଚାରୀଙ୍କ ଅଭିଯୋଗ ଅନୁସାରେ ଅଧ୍ୟକ୍ଷଙ୍କୁ ଗିରଫ କରାଯାଇଥିବା ବେଳେ ତଦନ୍ତ ଜାରି ରହିଛି ବୋଲି ସୋସୋ ଥାନା ଅଧିକାରୀ ଉପେନ୍ଦ୍ର ନାଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଜଳବାୟୁ ପରିବର୍ତ୍ତନ ପ୍ରଭାବ ସମୁଦ୍ରରେ ପରିଲକ୍ଷିତ ହେଲାଣି। ବିଶେଷକରି ସମୁଦ୍ର ଜଳ ପତନ ବୃଦ୍ଧି ହେବା ସହ ଜଳଚର ଜୀବ ପ୍ରଭାବିତ ହେଉଛନ୍ତି। ଏହି କ୍ରମରେ ବହୁ…

ଅମୃତର ସନ୍ତାନ

ବହୁ ଅନୁସନ୍ଧାନରୁ ବର୍ତ୍ତମାନ ପ୍ରାୟ ସମସ୍ତ ବିଜ୍ଞାନୀ ଏକମତ ଯେ ପୃଥିବୀରେ ମାନବ ସଭ୍ୟତା ଥରଥର କରି ଛଅ ଥର ଆରମ୍ଭ ହୋଇ ପୁଣି ନଷ୍ଟ ହୋଇଯାଇଛି।…

ଗଙ୍ଗାଜଳ ବଣ୍ଟନ ଚୁକ୍ତି

ଗଙ୍ଗାଜଳ ବଣ୍ଟନ ଚୁକ୍ତି ନବୀକରଣ ଏବେ ଜାତୀୟ ସ୍ତରରେ ଆଲୋଚ୍ୟ ବିଷୟ। ବାଂଲାଦେଶ ପୂର୍ବ ଅପେକ୍ଷା ଅଧିକ ଜଳ ଦାବି କରି ବିବୃତି ଦେଉଛି। ଭାରତ ମଧ୍ୟ…

ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଇୟୁ, ୧୪ ରାଷ୍ଟ୍ରର ପ୍ରତ୍ୟାଖ୍ୟାନ

ମାନିଲା,୧୩ା୭: ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଆମେରିକା, ବ୍ରିଟେନ୍‌ ସମେତ ୧୪ ଦେଶ ପ୍ରତ୍ୟାଖ୍ୟାନ କରିଛନ୍ତି। ୨୦୧୬ର ଏକ ଅନ୍ତର୍ଜାତୀୟ ରାୟ ଅନୁଯାୟୀ ଦକ୍ଷିଣ ଚାଇନା…

୧୫ ମୃତଦେହକୁ ଭାରତ ଆଣିବା ପ୍ରକ୍ରିୟା ଆରମ୍ଭ

ଭିଏଟନାମ, ୧୩ା୭: ଭିଏଟନାମ ‘ଫୁ କ୍ୱାକ୍‌’ ଦ୍ୱୀପ ନିକଟରେ ଗତକାଲି ଘଟିଥିବା ଦୁଖଦ ସ୍ପିଡ୍‌ବୋଟ୍‌ ଦୁର୍ଘଟଣା ପରେ ଆଜି ପରବର୍ତ୍ତୀ ପ୍ରକ୍ରିୟାକୁ ଜୋରଦାର କରିଦିଆଯାଇଛି। ଭାରତୀୟ ଦୂତାବାସର ସୂଚନା…

ନରଓ୍ବେକୁ ହରାଇ ସେମିଫାଇନାଲରେ ଇଂଲଣ୍ଡ

ମାୟାମି,୧୨ା୭: ଜୁଡେ ବେଲିଂଘମଙ୍କ ଡବଲ ଗୋଲ ବଳରେ ଚଳିତ ଫିଫା ବିଶ୍ୱକପ୍‌ର ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ୨-୧ ଗୋଲରେ ନରଓ୍ବେକୁ ପରାସ୍ତ କରି ସେମିଫାଇନାଲ…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri