ୟୁନିଫର୍ମ, ପରିଚୟପତ୍ର ନ ଥିଲେ କଲେଜ ମନା

ଭଞ୍ଜନଗର,୨୩।୧୧(ଡି.ଏନ.ଏ): ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ (କେଏସ୍‌ୟୂବି) କଲେଜ ଆଣ୍ଟି ରାଗିଂ ସେଲ୍‌, ମହିଳା ନିର୍ଯାତନା ନିରୋଧି ସେଲ୍‌ ଏବଂ ଶୃଙ୍ଖଳା କମିଟି ମଙ୍ଗଳବାର ଗଠିତ ହୋଇଛି । ଅପରାହ୍ନରେ କଲେଜ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସଙ୍କ ସଭାପତିତ୍ୱରେ ମିଳିତ ବୈଠକ ହୋଇଥିଲା। ଯେଉଁ ଛାତ୍ରୀଛାତ୍ର କଲେଜ ୟୁନିଫର୍ମ ପିନ୍ଧି ନ ଥିବେ କିମ୍ବା ପାଖରେ ପରିଚୟପତ୍ର ନ ଥିବା ସେମାନଙ୍କୁ କଲେଜ କ୍ୟାମ୍ପସରେ ପ୍ରବେଶ ଅନୁମତି ଦିଆଯିବନି। କ୍ୟାମ୍ପସରେ ଛାତ୍ରୀଛାତ୍ରମାନେ ମୋବାଇଲ ଫୋନ୍‌ ବ୍ୟବହାର ଉପରେ ମଧ୍ୟ କଟକଣା ଲଗାଯିବ। କଲେଜ ପରିସରରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ କିଭଳି ଶୃଙ୍ଖଳା ରହିବ ସେ ନେଇ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା। ମୁଖ୍ୟ ଫାଟକରେ ଯାଞ୍ଚ କଡ଼ାକଡ଼ି କରାଯିବ। ପ୍ରଶାସନିକ ଅଧିକାରୀ ପ୍ରାଧ୍ୟାପକ ସାତ୍ୟକୀ ସାହୁ ବୈଠକର ଉଦ୍ଦେଶ୍ୟ ସମ୍ପର୍କରେ କହିଥିଲେ । ଆଣ୍ଟି ରାଗିଂ ସେଲ ସଂଯୋଜକ ପ୍ରାଧ୍ୟାପକ ବିଭାସ ଦାସ, ସଭ୍ୟ ଡ. ରବୀନ୍ଦ୍ର କୁମାର ମିଶ୍ର, ରଜତ ମିଶ୍ର, ସୁନିଲ ଦାସ, ରଜନୀକାନ୍ତ ତ୍ରିପାଠୀ, ବିଜୟ ମଲ୍ଲିକ, ମହିଳା ନିର୍ଯାତନା ନିରୋଧି ସେଲର ସଂଯୋଜିକା ପ୍ରାଧ୍ୟାପିକା ଆରତୀ ପ୍ରଧାନ, ଅଧ୍ୟାପିକା ରାଜଲକ୍ଷ୍ମୀ ରଥ, ସ୍ମରଣିକା ପାଢ଼ୀ, ସସ୍ମିତା ଦାସ, ମନ୍ଦାକିନି ପଣ୍ଡା, ରାଜଶ୍ରୀ ନାୟକ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ। ଅଧ୍ୟାପକ ସୁନିଲ ଦାସ ଧନ୍ୟବାଦ ପ୍ରଦାନ କରିଥିଲେ। ଳସୂଚନାଯୋଗ୍ୟ, ବ୍ରହ୍ମପୁରର ଏକ କଲେଜରେ ଜଣେ ଛାତ୍ରୀଙ୍କୁ କିଛି ଛାତ୍ର ନିର୍ଯାତନା ଦେବା ଭିଡ଼ିଓ ଭାଇରାଲ ହେବାପରେ ପ୍ରଶାସନ ସତର୍କ ହୋଇଛି । ସମସ୍ତ କଲେଜରେ କିଭଳି ଆଣ୍ଟି ରାଗିଂ ସେଲ ଆଦି କାର୍ଯ୍ୟ କରିବ ସେନେଇ ପଦକ୍ଷେପ ନେବାକୁ କଲେଜ ଗୁଡ଼ିକୁ ଚିଠି ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri