କଲେଜ ଛାତ୍ରୀଙ୍କୁ ଅପହରଣ

ଯାଜପୁର ଅଫିସ,୧୭।୧୨ :ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳର ଜଣେ କଲେଜ ଛାତ୍ରୀଙ୍କୁ ଅପହରଣ କରାଯାଇଛି। ମାତ୍ର ଅପହରଣର ୧୦ ଦିନ ପରେ ବି ପୋଲିସ ତାଙ୍କୁ ଉଦ୍ଧାର କରିବାରେ ସକ୍ଷମ ହୋଇନାହିଁ। ଛାତ୍ରୀ ଜଣଙ୍କ ଅପହରଣକାରୀଙ୍କ କବଳରୁ ଉଦ୍ଧାର କରିବାକୁ ନିଜ ମା’ଙ୍କୁ ୩ ଦିନ ତଳେ ଫୋନ ଯୋଗେ ଆକୁଳ ନିବେଦନ କରିଛନ୍ତି। ଏବେ ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। ଏନେଇ ଛାତ୍ରୀଙ୍କ ବାପା ଯାଜପୁର ଏସ୍‌ପିଙ୍କ ନିକଟରେ ଗତ ୬ ତାରିଖରେ ଲିଖିତ ଅଭିଯୋଗ କରିଥିଲେ ହେଁ ଏଯାଏ କୌଣସି ସୁଫଳ ମିଳି ପାରିନାହିଁ। ତେବେ ବୁଧବାର ଧର୍ମଶାଳା ଥାନା ପୋଲିସ ଅପହରଣକାରୀଙ୍କ ବାପାଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ୧୪ଦିନ ପାଇଁ ବିଚାର ବିଭାଗୀୟ ହେପାଜତକୁ ପଠାଇ ଦିଆଯାଇଛି। ଛାତ୍ରୀଙ୍କ ଅପହରଣରେ ଆପରାଧିକ ଷଡ଼ଯନ୍ତ୍ର କରିଥିବା ଏବଂ ଅପହୃତାଙ୍କ ପିତାମାତାଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ଅଭିଯୋଗ ଅନୁସାରେ, ଗତ ୫ ତାରିଖରେ ଯୁବତୀ ଜଣକ ନିଜର ମାଇଗ୍ରେଶନ ସାର୍ଟିଫିକେଟ ପାଇଁ ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟକୁ ଯାଇଥିଲେ। ସେଠାରୁ ଫେରିବା ସମୟରେ ତାଙ୍କୁ କେତେଜଣ ଦୁର୍ବୃତ୍ତ ଅପହରଣ କରି ନେଇଥିଲେ। ପୋଲିସରେ ଜଣାଇଲେ ତାଙ୍କୁ ଏବଂ ତାଙ୍କ ପରିବାର ଲୋକଙ୍କୁ ଜୀବନରୁ ମାରି ଦେବାର ଧମକ ଦେଇଥିଲେ। ଏହାବାଦ ଛାତ୍ରୀଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଇ ତାଙ୍କ ସହିତ ବଳପୂର୍ବକ ବିବାହ କରିବାକୁ ଅପହରଣକାରୀ ଉଦ୍ୟମ କରୁଛନ୍ତି। ଏପରି କି ତାଙ୍କ ଉପରେ ଗୁଣିଗାରେଡ଼ି କରି ମାନସିକ ଶୋଷଣ କରୁଥିବା ଛାତ୍ରୀ ତାଙ୍କ ମା’ଙ୍କୁ ଜଣାଇଛନ୍ତି। ଛାତ୍ରୀଙ୍କ ବାପା ଥାନାରେ ଦେଇଥିବା ଅଭିଯୋଗରେ ଏହା ଦର୍ଶାଇଛନ୍ତି। ଝିଅର ଜୀବନ ପ୍ରତି ବିପଦ ଥିଲେ ବି ପୋଲିସ ତାଙ୍କୁ ଉଦ୍ଧାର କରିବାରେ ବିଫଳ ହୋଇଛି। ତେଣୁ ଝିଅକୁ ଉଦ୍ଧାର ନିମନ୍ତେ ପ୍ରାର୍ଥନା କରି ତାଙ୍କ ବାପା ଓଡ଼ିଶା ହାଇକୋର୍ଟରେ ଏକ ମାମଲା ରୁଜୁ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri