ହ୍ବାଟ୍ସଆପ୍‌ ଷ୍ଟାଟସ୍‌ ଦେଇ ଜୀବନ ହାରିଲେ କଲେଜ ଛାତ୍ରୀ

ଆନନ୍ଦପୁର,୧୫ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରାଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆନନ୍ଦପୁର ଥାନା ଅଧୀନ ଫକିରପୁର ଅଞ୍ଚଳର ଏକ ଘରୋଇ ମହିଳା ମେସ୍‌ରେ ଜଣେ ଛାତ୍ରୀ ହ୍ବାଟ୍ସଆପ୍‌ରେ ଷ୍ଟାଟ୍‌ସ ଦେଇ ଓଢ଼ଣି ସହାୟତାରେ ଝୁଲିପଡ଼ିଥିବା ଜଣାପଡ଼ିଛି। ମୃତ ଛାତ୍ରୀ ହେଲେ ଯାଜପୁର ଜିଲା ଟମକା ଥାନା ବାଦିବିଲ ଗାଁର ମାନସୀ ନାୟକ। ସେ ଏଠାରେ ରହି ଆନନ୍ଦପୁର ମହାବିଦ୍ୟାଳୟରେ +୩ ବିଜ୍ଞାନ ଶେଷ ବର୍ଷରେ ପଢୁଥିଲେ। ପରିବାର ଲୋକଙ୍କ ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରି ତଦନ୍ତ କରୁଛି।

ସୂଚନା ଅନୁଯାୟୀ, ମହାବିଷୁବ ସଂକ୍ରାନ୍ତି ଛୁଟି ଥିବା ବେଳେ ମାନସୀ ସାଙ୍ଗମାନଙ୍କ ସହ ମେସ୍‌ରେ ଥିଲେ। ସନ୍ଧ୍ୟା ସମୟରେ ନିଜ୍‌ ରୁମ୍‌କୁ ଯାଇ କବାଟ ବନ୍ଦ କରି ହ୍ବାଟ୍ସଆପ ଷ୍ଟାଟସ୍‌ରେ ‘ମୁଁ ଦୁଃଖିତ, ଆଜି ମୋର ଶେଷ ଦିନ। ଆଉ କାହା ପାଇଁ ଆଜି ମୁଁ ଫସିଗଲି, ମୋର ଭୁଲ ନ ଥାଇ ବି ମୁଁ ଦୋଷୀ ହୋଇଗଲି। ସେଥିପାଇଁ ସମସ୍ତଙ୍କଠାରୁ ଦୂରକୁ ଚାଲି ଯାଉଛି। ମତେ କ୍ଷମା କରିଦେବ’ ଏମିତି ଲେଖି ନିଜ ଓଢ଼ଣି ସହାୟତାରେ ଫ୍ୟାନରେ ଝୁଲି ଜୀବନ ହାରିଥିଲେ।

ଅନ୍ତେବାସୀମାନେ କବାଟ ବାଡ଼େଇଥିଲେ, ହେଲେ ନ ଖୋଲିବାରୁ ପୋଲିସକୁ ଖବର ଦେଇଥିଲେ। ଆନନ୍ଦପୁର ପୋଲିସ ପହଞ୍ଚି ପରିବାର ଲୋକଙ୍କ ଉପସ୍ଥିତିରେ ମୃତଦେହ ଜବତ କରିଛି। ମୃତ ଛାତ୍ରୀଙ୍କ ମୋବାଇଲ ଜବତ କରିବା ସହ ମେସ୍‌ରେ ଥିବା ଅନ୍ତେବାସୀଙ୍କୁ ପଚରାଉଚରା କରୁଛି।

ପୋଲିସ ଏକ ମାମଲା (ନଂ.୮/୨୫) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟକୁ ପଠାଇ ତଦନ୍ତ ଆରମ୍ଭ କରିଛି। ହ୍ବାଟ୍ସଆପ ଷ୍ଟାଟ୍‌ସରେ ଲେଖାକୁ ଦେଖିଲେ ଆତ୍ମହତ୍ୟା ପଛରେ କିଛି ଭିନ୍ନ କାରଣ ରହିଥିବା ସନ୍ଦେହ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri