ହ୍ବାଟ୍ସଆପ୍‌ ଷ୍ଟାଟସ୍‌ ଦେଇ ଜୀବନ ହାରିଲେ କଲେଜ ଛାତ୍ରୀ

ଆନନ୍ଦପୁର,୧୫ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରାଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆନନ୍ଦପୁର ଥାନା ଅଧୀନ ଫକିରପୁର ଅଞ୍ଚଳର ଏକ ଘରୋଇ ମହିଳା ମେସ୍‌ରେ ଜଣେ ଛାତ୍ରୀ ହ୍ବାଟ୍ସଆପ୍‌ରେ ଷ୍ଟାଟ୍‌ସ ଦେଇ ଓଢ଼ଣି ସହାୟତାରେ ଝୁଲିପଡ଼ିଥିବା ଜଣାପଡ଼ିଛି। ମୃତ ଛାତ୍ରୀ ହେଲେ ଯାଜପୁର ଜିଲା ଟମକା ଥାନା ବାଦିବିଲ ଗାଁର ମାନସୀ ନାୟକ। ସେ ଏଠାରେ ରହି ଆନନ୍ଦପୁର ମହାବିଦ୍ୟାଳୟରେ +୩ ବିଜ୍ଞାନ ଶେଷ ବର୍ଷରେ ପଢୁଥିଲେ। ପରିବାର ଲୋକଙ୍କ ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରି ତଦନ୍ତ କରୁଛି।

ସୂଚନା ଅନୁଯାୟୀ, ମହାବିଷୁବ ସଂକ୍ରାନ୍ତି ଛୁଟି ଥିବା ବେଳେ ମାନସୀ ସାଙ୍ଗମାନଙ୍କ ସହ ମେସ୍‌ରେ ଥିଲେ। ସନ୍ଧ୍ୟା ସମୟରେ ନିଜ୍‌ ରୁମ୍‌କୁ ଯାଇ କବାଟ ବନ୍ଦ କରି ହ୍ବାଟ୍ସଆପ ଷ୍ଟାଟସ୍‌ରେ ‘ମୁଁ ଦୁଃଖିତ, ଆଜି ମୋର ଶେଷ ଦିନ। ଆଉ କାହା ପାଇଁ ଆଜି ମୁଁ ଫସିଗଲି, ମୋର ଭୁଲ ନ ଥାଇ ବି ମୁଁ ଦୋଷୀ ହୋଇଗଲି। ସେଥିପାଇଁ ସମସ୍ତଙ୍କଠାରୁ ଦୂରକୁ ଚାଲି ଯାଉଛି। ମତେ କ୍ଷମା କରିଦେବ’ ଏମିତି ଲେଖି ନିଜ ଓଢ଼ଣି ସହାୟତାରେ ଫ୍ୟାନରେ ଝୁଲି ଜୀବନ ହାରିଥିଲେ।

ଅନ୍ତେବାସୀମାନେ କବାଟ ବାଡ଼େଇଥିଲେ, ହେଲେ ନ ଖୋଲିବାରୁ ପୋଲିସକୁ ଖବର ଦେଇଥିଲେ। ଆନନ୍ଦପୁର ପୋଲିସ ପହଞ୍ଚି ପରିବାର ଲୋକଙ୍କ ଉପସ୍ଥିତିରେ ମୃତଦେହ ଜବତ କରିଛି। ମୃତ ଛାତ୍ରୀଙ୍କ ମୋବାଇଲ ଜବତ କରିବା ସହ ମେସ୍‌ରେ ଥିବା ଅନ୍ତେବାସୀଙ୍କୁ ପଚରାଉଚରା କରୁଛି।

ପୋଲିସ ଏକ ମାମଲା (ନଂ.୮/୨୫) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟକୁ ପଠାଇ ତଦନ୍ତ ଆରମ୍ଭ କରିଛି। ହ୍ବାଟ୍ସଆପ ଷ୍ଟାଟ୍‌ସରେ ଲେଖାକୁ ଦେଖିଲେ ଆତ୍ମହତ୍ୟା ପଛରେ କିଛି ଭିନ୍ନ କାରଣ ରହିଥିବା ସନ୍ଦେହ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

ଆଜି ଚିତ୍ରା ନକ୍ଷତ୍ରରେ ଶୁକ୍ରଙ୍କ ପ୍ରବେଶ: ଏହି ୫ ରାଶିଙ୍କ ଉପରେ ଧନବର୍ଷା, ହେବେ ମାଲାମାଲ୍‌

ଜ୍ୟୋତିଷଶାସ୍ତ୍ର ଅନୁସାରେ, ଐଶ୍ୱର୍ଯ୍ୟ, ସୁଖ-ସୁବିଧା ଓ ଧନର କାରକ ଭାବେ ପରିଚିତ ଶୁକ୍ର ଗ୍ରହ ମଙ୍ଗଳଙ୍କ ନକ୍ଷତ୍ର ଚିତ୍ରାରେ ପ୍ରବେଶ କରିଛନ୍ତି। ଜ୍ୟୋତିଷବିଦଙ୍କ ମତରେ, ଶୁକ୍ରଙ୍କ ଏହି…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗାଁରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗାଁରେ ୨୦…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri