ଟ୍ରାକ୍ଟର ଧକ୍କାରେ କଲେଜ ଛାତ୍ରଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକୋ କଲେ ପରିବାରବର୍ଗ

ଜୁନାଗଡ଼,୧୭।୧୧(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚିଲିକପୁର ନିକଟରେ ରବିବାର ଅପରାହ୍ନରେ ଟ୍ରାକ୍ଟର ଧକ୍କାରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ ଗୁରୁତର ହୋଇଥିଲେ। ମୃତ ଛାତ୍ରଙ୍କ ନାମ ଲୋସନ ବେମାଲ(୧୮) ହୋଇଥିବାବେଳେ ଗୁରୁତର ଥିବା ଛାତ୍ରଙ୍କ ନାମ ଆଶିଷ ସୁନାନୀ (୧୯) । ଉଭୟେ ଦାସିଗାଁ ସିର୍ଲିିପଡାର ବୋଲି ଜଣାପଡିଛି। ରବିବାର ଅପରାହ୍ନରେ ଉଭୟେ ଏକ ବାଇକରେ ଯାଉଥିବା ବେଳେ ଚିଲିକପୁର ନିକଟରେ ଏକ ଟ୍ରାକ୍ଟର ଧକ୍କା ଦେଇଥିଲା। ଫଳରେ ଲୋସନଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଆଶିଷ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ସୋମବାର ଛାତ୍ରଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ପୋଲିସ ପରିବାରବର୍ଗଙ୍କୁ ମୃତଦେହ ହସ୍ତାନ୍ତର କରିଥିଲା। ଏହାପରେ ଅପରାହ୍ନରୁ ପରିବାରବର୍ଗ କ୍ଷତିପୂରଣ ଦାବିରେ ଚିଲକପୁରଠାରେ ମୃତଦେହ ରଖି ଜୁନାଗଡ଼-କଲମପୁର ରାସ୍ତା ଅବରୋଧ କରିଛନ୍ତି। ଖବରପାଇ ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ପହଞ୍ଚି ଆନ୍ଦୋଳନ କାରୀଙ୍କୁ ବୁଝାସୁଝା କରୁଥିଲେ ମଧ୍ୟ ବର୍ତ୍ତମାନ ପର୍ଯ୍ୟନ୍ତ ଏହାର ସମାଧାନ ହୋଇ ନାହିଁ। ଯାହାଫଳରେ ରାସ୍ତା ଉଭୟ ପାର୍ଶ୍ୱରେ ଅନେକ ଯାନ ବାହାନ ଅଟକି ରହିଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ ଅଭାବରୁ ଭୁଶୁଡ଼ିଛି ଶିକ୍ଷା ବ୍ୟବସ୍ଥା: ପରୀକ୍ଷା ବର୍ଜନ କରି ବିରିକୋଟ ବିଦ୍ୟାଳୟରେ ତାଲା ପକାଇଲେ ଶତାଧିକ ଅଭିଭାବକ

ଥୁଆମୂଳ ରାମପୁର, ୧୦ା୩ (ଦୁର୍ଗା କୀର୍ତ୍ତି): ସରକାରଙ୍କ “ସଭିଏଁ ପଢନ୍ତୁ, ସଭିଏଁ ବଢନ୍ତୁ” ନାରା ଏବେ କଳାହାଣ୍ଡି ଜିଲାରେ ପ୍ରହସନ ପାଲଟିଛି। ଶିକ୍ଷା ବ୍ୟବସ୍ଥାର ଚରମ ଅବହେଳାକୁ…

ଧରିତ୍ରୀ ପ୍ରଭାବ: ଓ୍ବାର୍ଡ ମେମ୍ବର ଉଆଁସୀଙ୍କ ଘରେ ପହଞ୍ଚିଲା ବ୍ଲକ ପ୍ରଶାସନ, ତ୍ୱରିତ କାର୍ଯ୍ୟାନୁଷ୍ଠାନ ପରେ…

ଥୁଆମୂଳ ରାମପୁର, ୧୦।୩ (ଦୁର୍ଗା କୀର୍ତ୍ତି): ଗଣମାଧ୍ୟମର ଶକ୍ତି ଏବଂ ସାମାଜିକ ଦାୟିତ୍ୱବୋଧର ଆଉ ଏକ ବଡ଼ ଉଦାହରଣ ଦେଖିବାକୁ ମିଳିଛି। ’ଧରିତ୍ରୀ’ ସମେତ ବିଭିନ୍ନ ଦୈନିକ…

ଦିଗପହଣ୍ଡି ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା: ଗୁଣାତ୍ମକ ଶିକ୍ଷାଦାନର ଅଭିବୃଦ୍ଧି…                

ଦିଗପହଣ୍ଡି,୧୦। ୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ସନ୍ତୋଷ କୁମାର ମହାପାତ୍ରଙ୍କୁ ମଙ୍ଗଳବାର ଅଖିଳ ଭାରତୀୟ ପ୍ରାଥମିକ ଶିକ୍ଷକ ମହାସଂଘ…

ବାଇକ୍‌ରେ କରୁଥିଲେ ଗଞ୍ଜେଇ ଚାଲାଣ: ଯୁବକଙ୍କୁ ମାଡ଼ି ବସିଲା ଦିଗପହଣ୍ଡି ଅବକାରୀ ବିଭାଗ, ଖାନତଲାସି ପରେ…

ଦିଗପହଣ୍ଡି, ୧୦।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଏକ ବଡ଼ ଧରଣର ସଫଳତା ମିଳିଛି। ମଙ୍ଗଳବାର ପୂର୍ବାହ୍ନ ପ୍ରାୟ…

ବାଇକ୍‌ରେ ସାଙ୍ଗଙ୍କ ସହ ଘରକୁ ଫେରୁଥିଲେ: ଦୁର୍ଘଟଣାରେ ଚାଲିଗଲା ସାଗରଙ୍କ ଜୀବନ, ଉତ୍ତେଜନା ପରେ…

ଭଞ୍ଜନଗର, ୧୦।୩ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ସାହାଣପଲ୍ଲୀ ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି…

ମାଥ୍ୟୁ ହେଡେନଙ୍କୁ ମିଳିଲା ଗୁରୁଦାୟିତ୍ୱ

ଅହମଦାବାଦ,୧୦ା୩: ଅଷ୍ଟ୍ରେଲିଆର ପୂର୍ବତନ ଓପନର ମାଥ୍ୟୁ ହେଡେନଙ୍କୁ ମଙ୍ଗଳବାର ଆଗାମୀ ଆଇପିଏଲ୍‌ ସିଜନ ଲାଗି ଗୁଜରାଟ ଟାଇଟନ୍ସ ପକ୍ଷରୁ ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି। ଦୁଇ…

ଯୁଦ୍ଧ ଭିତରେ ଚାଇନାର ଭୟଙ୍କର ପ୍ଲାନ! ବିଶ୍ୱରେ ପଡିଲା ଚହଳ

ବେଜିଂ,୧୦।୩: ବିଶ୍ୱର ସବୁଠାରୁ ଶକ୍ତିଶାଳୀ ରାଷ୍ଟ୍ର, ଯୁକ୍ତରାଷ୍ଟ୍ର, ଇରାନ ସହିତ ଚାଲିଥିବା ସଂଘର୍ଷ ପାଇଁ ତାର ସମସ୍ତ ଶକ୍ତି ଲଗାଇ ଦେଇଥିବା ବେଳେ, ଚାଇନା ଏକ ଭୟଙ୍କର…

“ଜଙ୍ଗଲ ନିଆଁକୁ ରୋକିଲେ ହିଁ ପରିବେଶ ସୁରକ୍ଷିତ ରହିବ”

ଭଞ୍ଜନଗର, ୧୦।୩ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ତାରସିଂ ରେଞ୍ଜ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଏକ ବନାଞ୍ଚଳସ୍ତରୀୟ ବନାଗ୍ନି ପ୍ରଶମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri