ପରୀକ୍ଷା ଦେବା ପୂର୍ବରୁ କଲେଜ ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁ

ବାଲୁଗାଁ, ୧୨ା୨(ସଂଗ୍ରାମ ପାଇକରାୟ): ଖୋର୍ଦ୍ଧା ଜିଲା ବାଲୁଗାଁ କଲେଜର ଜଣେ ଛାତ୍ରୀ ବୁଧବାର ପରୀକ୍ଷା ଦେବା ପାଇଁ ଆସିଥିବା ବେଳେ ହଠାତ ଅସୁସ୍ଥତା ଅନୁଭବ କରିବା ପରେ ତାଙ୍କର ଅସ୍ବାଭାବିକ ଭାବେ ମୃତ୍ୟୁ ଘଟିଛି। ସେ ହେଲେ ସସ୍ମିତା ସାମନ୍ତରାୟ (୧୯) ଓ ତାଙ୍କ ଘର ସ୍ଥାନୀୟ ରାହାଣବେଲି ଗ୍ରାମରେ ବୋଲି ଜଣାପଡିଛି। ଏହି ଦୁଃଖଦ ଘଟଣା ମହାବିଦ୍ୟାଳୟ କର୍ତ୍ତୃପକ୍ଷ, ଛାତ୍ରୀଛାତ୍ର ଏବଂ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା ଖେଳାଇଦେଇଛି।
ସୂଚନା ଅନୁଯାୟୀ, ସସ୍ମିତା ଯୁକ୍ତ୩ କଳା ବିଭାଗର ଫିଲୋସଫି ଅନର୍ସ ଛାତ୍ରୀ ଭାବେ ଅଧ୍ୟୟନ କରୁଥିଲେ। ବୁଧବାର ପୂର୍ବାହ୍ନ ପ୍ରାୟ ୧୦ଟାରେ କଲେଜରେ ପରୀକ୍ଷା ଆରମ୍ଭ ହେବାକୁ ଥିଲା। ସସ୍ମିତା ସକାଳ ପ୍ରାୟ ୯ଟାରେ କଲେଜରେ ପହଞ୍ଚି କମନ୍‌ରୁମ୍‌ରେ ପରୀକ୍ଷା ପାଇଁ ପ୍ରସ୍ତୁତି ହେଉଥିବା ବେଳେ ହଠାତ ଅସୁସ୍ଥ ଅନୁଭବ କରିଥିଲେ। ଖବର ପାଇ ମହାବିଦ୍ୟାଳୟ କର୍ତ୍ତୃପକ୍ଷ ଏବଂ ଅଧ୍ୟାପିକାମାନେ ପହଞ୍ଚତ୍ ତାଙ୍କୁ ବାଲୁଗାଁ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର ନେବା ପାଇଁ ଡାକ୍ତର ପରାମର୍ଶ ଦେଇଥିଲେ। ଖବର ପାଇ ପରିବାର ଲୋକେ ପହଞ୍ଚତ୍ ଗୁଣିଗାରେଡ଼ି ସନ୍ଦେହରେ ଝିଅକୁ ଆମ୍ବୁଲାନ୍ସରେ ନେବା ପରିବର୍ତ୍ତେ ସ୍ଥାନୀୟ କୌଣସି ସ୍ଥାନକୁ ନେଇ ଝଡ଼ାଫୁଙ୍କା କରିଥିଲେ। କିନ୍ତୁ ସୁଫଳ ନ ମିଳିବାରୁ ପୁନର୍ବାର ଡାକ୍ତରଖାନାକୁ ଆଣି ୧୦୮ ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱର ନେଇଥିଲେ। ତେବେ ସେଠାରେ ପହଞ୍ଚିବା ପୂର୍ବରୁ ଛାତ୍ରୀଙ୍କ ଜୀବନ ଚାଲିଯାଇଥିଲା। ସସ୍ମିତା ଜଣେ ମେଧାବୀ ଛାତ୍ରୀ ଥିଲେ ଏବଂ ବିଭିନ୍ନ କ୍ଷେତ୍ରରେ ପୁରସ୍କୃତ ହୋଇଥିଲେ ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି l ତେବେ ତାଙ୍କର ହଠାତ ଅସ୍ବାଭାବିକ ମୃତ୍ୟୁକୁ ସହଜରେ କେହି ବିଶ୍ୱାସ କରିପାରୁନାହାନ୍ତି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri