ପରୀକ୍ଷା ଦେବା ପୂର୍ବରୁ କଲେଜ ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁ

ବାଲୁଗାଁ, ୧୨ା୨(ସଂଗ୍ରାମ ପାଇକରାୟ): ଖୋର୍ଦ୍ଧା ଜିଲା ବାଲୁଗାଁ କଲେଜର ଜଣେ ଛାତ୍ରୀ ବୁଧବାର ପରୀକ୍ଷା ଦେବା ପାଇଁ ଆସିଥିବା ବେଳେ ହଠାତ ଅସୁସ୍ଥତା ଅନୁଭବ କରିବା ପରେ ତାଙ୍କର ଅସ୍ବାଭାବିକ ଭାବେ ମୃତ୍ୟୁ ଘଟିଛି। ସେ ହେଲେ ସସ୍ମିତା ସାମନ୍ତରାୟ (୧୯) ଓ ତାଙ୍କ ଘର ସ୍ଥାନୀୟ ରାହାଣବେଲି ଗ୍ରାମରେ ବୋଲି ଜଣାପଡିଛି। ଏହି ଦୁଃଖଦ ଘଟଣା ମହାବିଦ୍ୟାଳୟ କର୍ତ୍ତୃପକ୍ଷ, ଛାତ୍ରୀଛାତ୍ର ଏବଂ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା ଖେଳାଇଦେଇଛି।
ସୂଚନା ଅନୁଯାୟୀ, ସସ୍ମିତା ଯୁକ୍ତ୩ କଳା ବିଭାଗର ଫିଲୋସଫି ଅନର୍ସ ଛାତ୍ରୀ ଭାବେ ଅଧ୍ୟୟନ କରୁଥିଲେ। ବୁଧବାର ପୂର୍ବାହ୍ନ ପ୍ରାୟ ୧୦ଟାରେ କଲେଜରେ ପରୀକ୍ଷା ଆରମ୍ଭ ହେବାକୁ ଥିଲା। ସସ୍ମିତା ସକାଳ ପ୍ରାୟ ୯ଟାରେ କଲେଜରେ ପହଞ୍ଚି କମନ୍‌ରୁମ୍‌ରେ ପରୀକ୍ଷା ପାଇଁ ପ୍ରସ୍ତୁତି ହେଉଥିବା ବେଳେ ହଠାତ ଅସୁସ୍ଥ ଅନୁଭବ କରିଥିଲେ। ଖବର ପାଇ ମହାବିଦ୍ୟାଳୟ କର୍ତ୍ତୃପକ୍ଷ ଏବଂ ଅଧ୍ୟାପିକାମାନେ ପହଞ୍ଚତ୍ ତାଙ୍କୁ ବାଲୁଗାଁ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର ନେବା ପାଇଁ ଡାକ୍ତର ପରାମର୍ଶ ଦେଇଥିଲେ। ଖବର ପାଇ ପରିବାର ଲୋକେ ପହଞ୍ଚତ୍ ଗୁଣିଗାରେଡ଼ି ସନ୍ଦେହରେ ଝିଅକୁ ଆମ୍ବୁଲାନ୍ସରେ ନେବା ପରିବର୍ତ୍ତେ ସ୍ଥାନୀୟ କୌଣସି ସ୍ଥାନକୁ ନେଇ ଝଡ଼ାଫୁଙ୍କା କରିଥିଲେ। କିନ୍ତୁ ସୁଫଳ ନ ମିଳିବାରୁ ପୁନର୍ବାର ଡାକ୍ତରଖାନାକୁ ଆଣି ୧୦୮ ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱର ନେଇଥିଲେ। ତେବେ ସେଠାରେ ପହଞ୍ଚିବା ପୂର୍ବରୁ ଛାତ୍ରୀଙ୍କ ଜୀବନ ଚାଲିଯାଇଥିଲା। ସସ୍ମିତା ଜଣେ ମେଧାବୀ ଛାତ୍ରୀ ଥିଲେ ଏବଂ ବିଭିନ୍ନ କ୍ଷେତ୍ରରେ ପୁରସ୍କୃତ ହୋଇଥିଲେ ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି l ତେବେ ତାଙ୍କର ହଠାତ ଅସ୍ବାଭାବିକ ମୃତ୍ୟୁକୁ ସହଜରେ କେହି ବିଶ୍ୱାସ କରିପାରୁନାହାନ୍ତି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା: ଏହି ଜିଲାରେ ବନ୍ଦ ରହିବ ସମସ୍ତ ସ୍କୁଲ

ସୁନ୍ଦରଗଡ଼, ୧୮ା୮(ଜୟ ନାରାୟଣ ମେଣ୍ଡୁଳି)- ଲଗାଣ ବର୍ଷା ସହ ପ୍ରତିକୂଳ ପାଗ ଜାରି ରହିଥିବାରୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ବୁଧବାର…

ମହିଳା ହକି ବିଶ୍ୱକପ୍‌ରେ ଭାରତର ବଡ଼ ବିଜୟ

ଆମଷ୍ଟେଲଭିନ୍‌,୧୮ା୮: ଓଡ଼ିଆ ଝିଅ ସୁନେଲିତା ଟପ୍ପୋଙ୍କ ଗୋଲ ବଳରେ ଚଳିତ ଏଫ୍‌ଆଇଏଚ୍‌ ମହିଳା ହକି ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ମ୍ୟାଚ୍‌ରେ ଭାରତ ୬-୧ ଗୋଲରେ ଦକ୍ଷିଣ…

ପାଳିବନ୍ଧ ପଞ୍ଚାୟତ ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗ ଆଣିଲେ ପୂର୍ବତନ ସମିତି ସଭ୍ୟ, କେଉଁ ନିୟମରେ ସର୍ଭେ…

ଗଞ୍ଜାମ,୧୮।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତରେ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଅନିୟମିତତା ହେଉଥିବା ଅଭିଯୋଗ ହୋଇଆସୁଥିବା ବେଳେ ଏବେ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି…

ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ଆଲୋକୀକରଣ ବ୍ୟବସ୍ଥା: ୧୦ ଲକ୍ଷର ସୋଲାର ହାଇମାକ୍ସ ଲାଇଟ୍ ଅଚଳ, ତହସିଲରୁ ମାର୍କେଟ୍ ଯାଏ ଅନ୍ଧାର

ଥୁଆମୂଳ ରାମପୁର,୧୮।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ସଦର ମହକୁମାରେ ଆଲୋକୀକରଣ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଗୋଟିଏ ପଟେ ମାନ୍ୟବର ରାଜ୍ୟସଭା MP ସୁଜିତ…

ହାଟଡିହୀ: ଶ୍ରେଷ୍ଠ ବୁଥ୍ ସ୍ତରୀୟ ଅଧିକାରୀ ଭାବେ ଜିତେନ୍ଦ୍ର କୁମାର ସମ୍ବର୍ଦ୍ଧିତ, ଛୁଟିଛି ଶୁଭେଚ୍ଛାର…

ହାଟଡିହୀ/ଛେନାପଦୀ,୧୮।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସଂଯୋଜନାରେ ସାରା ଓଡ଼ିଶାରେ ସ୍ୱତନ୍ତ୍ର ସଂଘନ ସଂଶୋଧନ…

କାର୍ଯ୍ୟବନ୍ଦ ଚେତାବନୀ ଦେଲେ ହସ୍ପିଟାଲ କର୍ମଚାରୀ

ନବରଙ୍ଗପୁର,୧୮।୮(ସଦାଶିବ ପ୍ରହରାଜ): ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛି ଅଲ୍‌ ଓଡ଼ିଶା ହସ୍ପିଟାଲ କର୍ମଚାରୀ ସଂଘ ନବରଙ୍ଗପୁର ଜିଲା ଶାଖା। ମଙ୍ଗଳବାର ଭାରତୀୟ…

ବଡ଼ରମ୍ପାସ ସେବା ସମବାୟ ସମିତି ପରିଚାଳନା କମିଟିକୁ ନିଲମ୍ବନ କଲେ ଡିଆରସିଏସ

ହାଟଡିହୀ/ଛେନାପଦୀ,୧୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ବଡ଼ରମ୍ପାସ ସେବା ସମବାୟ ସମିତିର ପରିଚାଳନା କମିଟିକୁ ନିଲମ୍ବନ କରାଯାଇଛି। କେନ୍ଦୁଝର ଡିଆରସିଏସ (ଡେପୁଟି ରେଜିଷ୍ଟ୍ରାର…

ଡ୍ୟୁଟି ସାରି ବାଇକ୍‌ରେ ଫେରୁଥିଲେ, ଅଟୋ ସହ ହେଲା ମୁହାଁମୁହିଁ ଧକ୍କା: ଚାଲିଗଲା କନଷ୍ଟେବଳଙ୍କ ଜୀବନ

ଗୁଣପୁର,୧୮।୮(ସୁଜାତା ପାଢ଼ୀ)- ରାୟଗଡ଼ା ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ପୋଲିସ କନଷ୍ଟେବଳଙ୍କ ପ୍ରାଣହାନି ହୋଇଛି। କୁମ୍ଭିକୋଟା ଫାଣ୍ଡିରେ କାର୍ଯ୍ୟରତ କନଷ୍ଟେବଳ କିଶୋର ପତି (୫୦)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri