ପୁରୁଷବନ୍ଧୁଙ୍କ ଆଗରେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା: ୧୦ ଜଣଙ୍କୁ ବାନ୍ଧିଲା ପୋଲିସ

ଗୋପାଳପୁର/ବ୍ରହ୍ମପୁର,୧୭ା୬ (ନବୀନ ରାଜ୍‌ ଆଚାରୀ):ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମି ପର୍ଯ୍ୟଟନସ୍ଥଳରେ ରବିବାର ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଣେ କଲେଜ ଛାତ୍ରୀଙ୍କୁ ତାଙ୍କ ପୁରୁଷବନ୍ଧୁଙ୍କ ଆଗରେ ଗଣବଳାତ୍କାର କରାଯାଇଥିବା ଗୋପାଳପୁର ଥାନାରେ ଅଭିଯୋଗ ହୋଇଛି। ଏଭଳି ସମ୍ବେଦନଶୀଳ ଘଟଣାକୁ ପୋଲିସ ଗୁରୁତ୍ୱର ସହ ନେଇଛି। ବେଳାଭୂମି ଅଞ୍ଚଳରେ ଚଢାଉ କରି ଘଟଣାରେ ସମ୍ପୃକ୍ତ ୧୦ ଜଣଙ୍କୁ କାବୁ କରିଛି। ସେମାନଙ୍କୁ ଥାନାରେ ଅଟକ ରଖି ଜେରା ଚାଲିଛି। ସୋମବାର ବ୍ରହ୍ମପୁର ଏସ୍‌ପି ଡା. ସର୍ବଣା ବିବେକ ଏମ. ଥାନାରେ ପହଞ୍ଚି ତଦନ୍ତ କରିଛନ୍ତି। ଘଟଣାର ଠିକ ତଦନ୍ତ ପାଇଁ ଜଣେ ମହିଳା ଡିଏସ୍‌ପି ର଼୍ୟାଙ୍କର ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ସାରେ ଏସ୍‌ପି, ସାଇଣ୍ଟିଫିକ ଟିମ୍‌, ଥାନାଧିକାରୀ ଓ ପୀଡ଼ିତାଙ୍କ ପୁରୁଷ ବନ୍ଧୁଙ୍କୁ ନେଇ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି।

ଅଭିଯୋଗ ଅନୁଯାୟୀ, ବ୍ରହ୍ମପୁର ଅଞ୍ଚଳର ଏକ ସରକାରୀ ମହାବିଦ୍ୟାଳୟରେ ପଢ଼ୁଥିବା ଅନ୍ୟ ଏକ ଜିଲାର ଛାତ୍ରୀ ରବିବାର ସନ୍ଧ୍ୟାରେ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ଗୋପାଳପୁର ବେଳାଭୂମି ବୁଲିବାକୁ ଆସିଥିଲେ। ଉଭୟେ ଏକ ନିଛାଟିଆ ସ୍ଥାନରେ ବସିଥିଲେ। ସନ୍ଧ୍ୟା ପ୍ରାୟ ୭ଟାରେ ୩ଟି ବାଇକ୍‌ରେ ୧୦ଜଣ ଯୁବକ ସେଠାରେ ପହଞ୍ଚତ୍ ପ୍ରଥମେ ଛାତ୍ରୀଙ୍କ ପୁରୁଷ ବନ୍ଧୁଙ୍କୁ ମାଡ଼ ମାରିିଥିଲେ। କେତେଜଣ ତାଙ୍କୁ ଅଟକାଇ ରଖିଥିବା ବେଳେ ଆଉ କେତେଜଣ ଯୁବକ ଛାତ୍ରୀଙ୍କୁ ସେଠାରୁ ଉଠାଇ ନେଇ ଗଣବଳାତ୍କାର କରିଥିଲେ। ପରେ ପୁରୁଷ ବନ୍ଧୁଙ୍କଠାରୁ ଫୋନ ପେ’ ମାଧ୍ୟମରେ କିଛି ଟଙ୍କା ନେଇ ବିଭିନ୍ନ ଧମକ ଦେଇ ଚାଲି ଯାଇଥିଲେ। ଏ ନେଇ ପୀଡ଼ିତା ଛାତ୍ରୀ ଓ ପୁରୁଷ ବନ୍ଧୁ ଗୋପାଳପୁର ଥାନାରେ ଜଣାଇଥିଲେ। ପୋଲିସ ଅଭିଯୁକ୍ତମାନଙ୍କୁ ଧରିବାକୁ ପିଛା କରିଥିଲା। ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୧୦ ଯୁବକଙ୍କୁ ଉଠାଇ ନେଇଛି। ସେମାନେ ଏକ କଲେଜର ଛାତ୍ର ବୋଲି ଜଣାପଡିଛି।

ସୂଚନାଯୋଗ୍ୟ, ଗତ ୬ ମାସ ମଧ୍ୟରେ ଗୋଳନ୍ଥରା ଓ ଗୋପାଳପୁର ଥାନା ଅଞ୍ଚଳରେ ଏହା ତୃତୀୟ ବଳାତ୍କାର ଘଟଣା। ଗତ ଜାନୁଆରୀରେ ଗୋପାଳପୁର ଥାନା ଅଞ୍ଚଳରେ ଜଣେ ୪ବର୍ଷର ଶିଶୁ କନ୍ୟାଙ୍କୁ ବସ ଭିତରେ ବଳାତ୍କାର କରାଯାଇଥିଲା। ଏହି ଘଟଣାରେ ପୋଲିସ ଉକ୍ତ ବସ୍‌ର ଡ୍ରାଇଭର ଓ ହେଲ୍‌ପରଙ୍କୁ ଗିରଫ କରିଛି। ମାମଲା ଏବେ କୋର୍ଟରେ ବିଚାରାଧୀନ ରହିଛି। ସେହିପରି ଗତ ୩ ତାରିଖରେ ଗୋଳନ୍ଥରା ଥାନା ଅଞ୍ଚଳରେ ୨ ନାବାଳିକା ଭଉଣୀଙ୍କୁ ଗଣବଳାତ୍କାର କରାଯାଇଥିଲା। ଏହି ଘଟଣାରେ ୪ ଅଭିଯୁକ୍ତ ଗିରଫ ହୋଇଛନ୍ତି। ବେଳାଭୂମି ସମେତ ଅଞ୍ଚଳରେ ପାଟ୍ରେଲିଂ କଡ଼ାକଡି କରାଯାଉ ନ ଥିବା ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?