କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା

ଅନୁଗୋଳ ଅଫିସ,୨୫।୭: ଅନୁଗୋଳ ଜିଲା ବଅଁରପାଳ ଥାନା ମହୀଧରପୁର ଫାଣ୍ଡି ଅଞ୍ଚଳର ଜଣେ ୨୧ ବର୍ଷୀୟା କଲେଜ ଛାତ୍ରୀଙ୍କୁ ଶନିବାର ବଳାତ୍କାର ପରେ ଅତି ବୀଭତ୍ସ ଭାବେ ହତ୍ୟା କରାଯାଇଛି। ଗୋଡ଼ ବନ୍ଧା ଅବସ୍ଥାରେ ଖଜୁରି ବୁଦାମୂଳରୁ ପୋଲିସ ମୃତଦେହ ଜବତ କରିଛି। ଏହି ଘଟଣାରେ ପୋଲିସ ସନ୍ଦେହରେ ୪ ଜଣଙ୍କୁ ଅଟକ ରଖିଛି। ଏଭଳି ଏକ ସ୍ପର୍ଶକାତର ଘଟଣାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଗ୍ରାମବାସୀ ୩ଘଣ୍ଟା ଧରି ଅନୁଗୋଳ-ଆଠଗଡ଼ ରାଜପଥ ଅବରୋଧ କରିଥିଲେ। ଏସ୍‌ପି, ଅତିରିକ୍ତ ଏସ୍‌ପି ଏବଂ ପୋଲିସ ବିଭାଗର ଉଚ୍ଚପଦସ୍ଥ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ନିୟନ୍ତ୍ରଣକୁ ଆସିଥିଲା।

ଅଭିଯୋଗ ମୁତାବକ, ଛାତ୍ରୀଜଣକ ଅନୁଗୋଳ କଲେଜରେ ଯୁକ୍ତ ୩ ଶେଷ ବର୍ଷରେ ପଢୁଥିଲେ। ଶନିବାର ପୂର୍ବାହ୍ନ ୮ଟାରେ ସେ ଘର ପାଖ ନାଳକୁ ଗାଧୋଇବାକୁ ଯାଇ ଫେରି ନ ଥିଲେ। ପୂର୍ବାହ୍ନ ୧୦ଟାରେ ପରିବାର ଲୋକେ ତାଙ୍କୁ ଖୋଜିବା ଆରମ୍ଭ କରିଥିଲେ। ପ୍ରାୟ ୨ ଘଣ୍ଟା ପରେ ନାଳ ନିକଟରେ ଥିବା ଏକ ଖଜୁରି ବୁଦାମୂଳରୁ ଡାଳପତ୍ର ଘୋଡ଼ାଯାଇଥିବା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଠାବ କରାଯାଇଥିଲା। ତାଙ୍କ ଶରୀରରେ ବସ୍ତ୍ର ନ ଥିବାବେଳେ ଗୋଡ଼ ବନ୍ଧା ଯାଇଥିବା ଦେଖିବାକୁ ମିଳିଥିଲା। ଖବର ପାଇ ପୋଲିସ ସାଇଣ୍ଟିଫିକ୍‌ ଟିମ୍‌, ସନ୍ଧାନୀ କୁକୁର ସହ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ଗ୍ରାମବାସୀଙ୍କ ସନ୍ଦେହ ଆଧାରରେ ପୋଲିସ ୪ ଜଣ ଯୁବକଙ୍କୁ ଉଠାଇ ଆଣି ପଚରାଉଚୁରା ଚଳାଇଛି। ମୃତ ଯୁବତୀଙ୍କ ବାପାଙ୍କ ଅଭିଯୋଗକ୍ରମେ ବଅଁରପାଳ ଥାନାରେ ଏକ ମାମଲା (ନଂ. ୨୪୨/୨୧) ରୁଜୁ ହୋଇଛି। ପୋଲିସ ଅଭିଯୁକ୍ତଙ୍କ ନିକଟତର ହୋଇଛି। ଖୁବ୍‌ଶୀଘ୍ର ହତ୍ୟାକାଣ୍ଡ ଉପରୁ ପରଦା ଉଠିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri