ଗାଡ଼ି ଧକ୍କାରେ ଚାଲିଗଲା କଲେଜ ଛାତ୍ରଙ୍କ ଜୀବନ: ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ

କଟକ,୧୮ା୧(କାର୍ତ୍ତିକ ସାହୁ): ଏକ ଗାଡ଼ି ଧକ୍କାରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଚାଉଳିଆଗଞ୍ଜ ତଳସାହିର ନୃସିଂହ ଚରଣ ସାହୁଙ୍କ ବଡ଼ ପୁଅ ସତ୍ୟପ୍ରସାଦ ସାହୁ(୧୮)। ଚାଉଳିଆଗଞ୍ଜ ଥାନା ଅଧୀନ ତାଳଦଣ୍ଡା କେନାଲ ରାସ୍ତାରେ ଗୁରୁବାର ଏହି ଦୁର୍ଘଟଣା ଘଟିଛି । ଚାଉଳିଆଗଞ୍ଜ ଅଞ୍ଚଳର ୨ ଭାଇ ସାଇକେଲରେ ଯାଉଥିବା ବେଳେ ଏଜ କାର୍‌ ସେମାନଙ୍କୁ ଧକ୍କା ଦେଇ ଦ୍ରୁତଗତିରେ ଫେରାର ହୋଇଯାଇଥିଲା।

ଖବର ପାଇ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ଦୁଇ ଭାଇଙ୍କୁ ଉଦ୍ଧାର କରି ଏସ୍‌ସିବି ମେଡିକାଲରେ ଭର୍ତ୍ତି କରିଥିଲେ। ସାନ ଭାଇ ସାମାନ୍ୟ ଆହତ ହୋଇଛନ୍ତି। ହେଲେ ବଡ଼ ଭାଇ ସତ୍ୟପ୍ରକାଶଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରି ଚିକିତ୍ସା କରାଯାଉଥିଲା। ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ହେଲେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଡାକ୍ତର ଘୋଷଣା କରିଥିଲେ।

ଏନେଇ ମଙ୍ଗଳାବାଗ ଥାନାରେ ଏକ ମାମଲା ରୁଜୁ ହୋଇଥିବା ଆଇଆଇସି ସୁଧାଂଶୁ ଶେଖର ଜେନା ସୂଚନା ଦେଇଛନ୍ତି। ଏହି ଘଟଣାକୁ ନେଇ ଚାଉଳିଆଗଞ୍ଜ ଅଞ୍ଚଳରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଥିଲା। ଉତ୍ୟକ୍ତ ଲୋକେ ଏହାର ପ୍ରତିବାଦରେ ଦୀର୍ଘ ସମୟ ଧରି ରାସ୍ତାରୋକୋ କରିଥିଲେ।

ତାଳଦଣ୍ଡା କେନାଲ ରାସ୍ତା ନିର୍ମାଣ ସରିନଥିବା ବେଳେ କିପରି ଗାଡ଼ି ଚଳାଚଳ ନିମନ୍ତେ ଖୋଲାଗଲା ତାହାକୁ ନେଇ ଅଞ୍ଚଳବାସୀ ପ୍ରଶ୍ନ ଉଠାଇଛନ୍ତି। ଅପରପକ୍ଷେ ସ୍ଥାନୀୟ କର୍ପୋରେଟର ମୀନା ସାହୁ ଘଟଣାରେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ରାସ୍ତାରେ ବ୍ୟାରିକେଡ୍‌ ଓ ହମ୍ପସ୍‌ ନିର୍ମାଣ ସହ ସିସି କ୍ୟାମେରା ଓ ଆଲୋକ ବ୍ୟବସ୍ଥା କରାଇବାକୁ ସେ ଦାବି କରିଛନ୍ତି। ଜୋନ୍‌-୫ ଏସିପି କୃଷ୍ଣଚନ୍ଦ୍ର ସେଠୀ ଓ ଚାଉଳିଆଗଞ୍ଜ ଥାନା ଆଇଆଇସି ଶଶିକାନ୍ତ ରାଉତ ଘଟଣାସ୍ଥଳରେ ପହଞ୍ଚତ୍ି ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକୋ ହଟିଥିଲା।

ସୂଚନାନୁଯୋଗ୍ୟ, ମୃତ ସତ୍ୟପ୍ରସାଦଙ୍କ ସାନଭାଇ ସ୍ଥାନୀୟ କୁଞ୍ଜବିହାରୀଜୀଉ ହାଇସ୍କୁଲରେ ୬ଷ୍ଠ ଶ୍ରେଣୀରେ ପଢ଼େ। ଗୁରୁବାର ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଥିଲା। ସକାଳ ପ୍ରାୟ ସାଢ଼େ ୯ଟା ବେଳେ ବଡ଼ ଭାଇ ସତ୍ୟପ୍ରସାଦ ସାନଭାଇକୁ ସ୍କୁଲରେ ଛାଡ଼ିବାକୁ ସାଇକେଲରେ ଯାଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri